କୁକୁର ମୃତ୍ୟୁରେ ୧୩ ଦିନ କ୍ରିୟାକର୍ମ କଲେ ମାଲିକ

ମୁଜାଫର୍‌ନଗର(ଉତ୍ତର ପ୍ରଦେଶ): ସେ କେବଳ ଏକ ପାଳିତ କୁକୁର ନ ଥିଲା, ଆମ ପରିବାର ସଦସ୍ୟ ଥିଲା। ତେଣୁ ପରିବାରର ଜଣେ ସଦସ୍ୟଙ୍କ ପାଇଁ ଯାହା କରିଥାନ୍ତୁ, ତାହା କାଳୁ(ପାଳିତ କୁକୁର)ପାଇଁ କରିଛୁ। ଉତ୍ତର ପ୍ରଦେଶର ମୁଜାଫର୍‌ନଗର ଅଞ୍ଚଳର ଡା. ବ୍ରହ୍ମଦତ୍ତ ସାଇନି ନିଜ ପାଳିତ କୁକୁରର ମୃତ୍ୟୁପରେ ଏହା କହିଛନ୍ତି। ଏପରି କି ମଣିଷଙ୍କ ମୃତ୍ୟୁ ପରେ ଯେପରି ଅନ୍ତ୍ୟେଷ୍ଟିକ୍ରିୟା ଏବଂ କ୍ରିୟାକର୍ମ କରାଯାଇଥାଏ, ଡା. ସାଇନିଙ୍କ ପରିବାର କାଳୁ ପାଇଁ ସେପରି କରିଛନ୍ତି। ୧୪ ବର୍ଷ ତଳେ ଡା. ସାଇନି କାଳୁକୁ ରାସ୍ତାରେ ପାଇ ଘରକୁ ଆଣିଥିଲେ। ଧୀରେ ଧୀରେ ସେ ପରିବାରର ଏକ ସଦସ୍ୟ ପାଲଟିଯାଇଥିଲା। ହେଲେ କିଛି ସପ୍ତାହ ହେଲା ସେ ଅସୁସ୍ଥ ହୋଇ ପଶୁ ଚିକିତ୍ସାଳୟରେ ଚିକିତ୍ସିତ ଥିବାବେଳେ ଜାନୁୟାରୀ ୧୩ରେ ତା’ର ମୃତ୍ୟୁ ହୋଇଥିଲା। କାଳୁର ମୃତ୍ୟୁରେ ସାଇନିଙ୍କ ପରିବାର ଦୁଃଖରେ ଭାଙ୍ଗି ପଡ଼ିଛି। କାଳୁ ଘରକୁ ଆସିବା ସମୟରେ ପରିବାରର ଆର୍ଥିକ ସ୍ଥିତି ଭଲ ନ ଥିଲା। ହେଲେ ପରବର୍ତ୍ତୀ ସମୟରେ ସବୁ ସମସ୍ୟା ଦୂର ହୋଇଥିଲା। ସେ ପରିବାର ପାଇଁ ଶୁଭଙ୍କର ଥିଲା ବୋଲି ଡା. ସାଇନି କୁହନ୍ତି। ତେଣୁ ୧୩ ଦିନ ଧରି ସମସ୍ତ କର୍ମ ଚାଲିଥିବାବେଳେ ଏହା ପୂର୍ବରୁ ଏକ ହୋମ ଓ ଭୋଜି ଆୟୋଜନ କରିଛନ୍ତି। ଏଥିସହ କାଳୁର ମୃତ୍ୟୁ ନେଇ ୧୧୦୦ରୁ ଊର୍ଦ୍ଧ୍ୱ ସମ୍ପର୍କୀୟ ଏବଂ ବନ୍ଧୁବର୍ଗଙ୍କୁ ବାର୍ତ୍ତା ପଠାଯାଇଥିବାବେଳେ ୧୩ ଦିନର କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ନିମନ୍ତ୍ରିତ କରାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri