କୁଖ୍ୟାତ ଅପରାଧୀ ମୁସିମ ଏନ୍‌କାଉଣ୍ଟରରେ ଆହତ

ସମ୍ବଲପୁର ଅଫିସ୍‌,୨।୯: ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ ମୁସିମ ଅଖତାର ଆହତ ହୋଇଛି। ସୋମବାର ଭୋର ୫ଟା ୨୦ ମିନଟରେ ସିଟି ଷ୍ଟେସନ ନିକଟରେ ଏହି ଏନକାଉଣ୍ଟର ଘଟିଛି। ମୁସିମ୍‌ଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଥିବାର ସୂଚନା ମିଳିଛି। ସୂଚନା ଅନୁସାରେ, ସିଟି ଷ୍ଟେସନ ନିକଟରେ ମୁସିମ ବୁଲାବୁଲି କରୁଥିବା ନେଇ କୌଣସି ସୂତ୍ରରୁ ଖବର ପାଇ ଧନୁପାଲି ପୋଲିସ ଓ ସ୍ପେଶାଲ ସ୍କ୍ବାଡ ଟିମ ଷ୍ଟେସନରେ ଚଢାଉ କରିଥିଲେ। ଏହି ସମୟରେ ହଠାତ୍‌ ମୁସିମ୍‌ ପୋଲିସ ଉପରକୁ ପାଲଟା ଗୁଳି ଚଳାଇଥିଲେ। ଯାହାର ଜବାବରେ ପୋଲିସ ମୁସିମଙ୍କୁ ଏନକାଉଉଣ୍ଟର କରିଥିଲା। ମୁସିମ୍‌ଙ୍କ ପାଲଟା ଗୁଳିରେ ଜଣେ ଏଏସଆଇ ଆହତ ହୋଇଛନ୍ତି। ତାଙ୍କ ନାଁରେ ବିଭିନ୍ନ ଥାନାରେ ୧୫ରୁ ଅଧିକ ମାମଲା ରହିଛି। ମୁସିମଙ୍କ ନିକଟରୁ ଗୋଟିଏ ୯ ଏମଏମ ପିସ୍ତଲ, ଗୋଟିଏ ଗୁଳି ଓ ୪ହଜାର ଟଙ୍କା ପୋଲିସ୍‌ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri