କୁପାରୀରେ ମିଶନଶକ୍ତି ସମାବେଶ

ଖଇରା,୧୮।୪(ଡି.ଏନ.ଏ.)- ନବୀନ ସରକାର କ୍ଷମତାକୁ ଆସିବା ପରେ ସ୍ବୟଂସହାୟିକା ଗୋଷ୍ଠୀ ମାଧ୍ୟମରେ ମହିଳାଙ୍କୁ ଆତ୍ମନିର୍ଭରଶୀଳ କରିପାରିଛନ୍ତି। ସେମାନଙ୍କ ଆର୍ଥୀକ ଓ ସାମାଜିକ ବିକାଶ ହେବା ସହିତ ଦେଶର ଅଭିବୃଦ୍ଧିରେ ସେମାନଙ୍କର ସହଯୋଗ ଅତ୍ୟନ୍ତ ପ୍ରଶଂସନୀୟ। ଓଡିଶା ଜୀବିକା ମିଶନ ମାଧ୍ୟମରେ ସରକାର ସେମାନଙ୍କ ପାଇଁ ବିନା ସୁଧରେ ଋଣ ଓ ରିହାତିରେ କୃଷିଯନ୍ତ୍ରପାତି ଇତ୍ୟାଦିର ବ୍ୟବସ୍ଥା କରି ବିକଶିତ ଓଡିଶା ଗଠନ ପାଇଁ ଉଦ୍ୟମ କରିଆସୁଛି ା ଏଣୁ ଉପକୃତ ହୋଇଥିବା ଏହି ମହି ଳା ବା ମାତୃଶକ୍ତିର ଆଶିର୍ବାଦରେ ନବୀନ ସରକାର ପୁଣିଥରେ କ୍ଷମତାକୁ ଆସିବ ା ଏଣୁ ମହିଳା ମାନେ ଏକ ହୋଇ ଚଳିତ ନିର୍ବାଚନରେ ବିଜେଡିର ଏମ୍‌ପି ପ୍ରାର୍ଥୀ ମଞ୍ଜୁଲତା ମଣ୍ଡଳ ଓ ବିଧାୟକ ପ୍ରାର୍ଥୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କୁ ବିଜୟୀ କରିବାକୁ କୁପାରୀ ଠାରେ ବିଶାଳ ମିଶନଶକ୍ତି ସମାବେଶରେ ବିଜେଡି ନେତୃବୃନ୍ଦ ଆହ୍ବାନ ଦେଇଛନ୍ତି। ବ୍ଲକ୍‌ ବିଜେଡି ସଭାପତି ବ୍ରଜକିଶୋର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସମାବେଶରେ ଏମପି ପ୍ରାର୍ଥୀ ଓ ବିଧାୟକ ପ୍ରାର୍ଥୀଙ୍କ ସମେତ ବ୍ଲକ୍‌ ଉପାଧ୍ୟକ୍ଷ ଜୟନ୍ତ କୁମାର ରାଉତ, ଧାମନଗର ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଜିଲା ପର୍ଯ୍ୟବେକ୍ଷିକା ସୁମିତ୍ରା ଜେନା, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଉପେନ୍ଦ୍ର ପ୍ରସାଦ ପାଢୀ, ଜୟନ୍ତୀ ପତି ପ୍ରମୁଖ ଯୋଗଦେଇ ମହିଳା ସଶକ୍ତିକରଣ ଉପରେ ବକ୍ତବ୍ୟ ରଖିଥିଲେ। ସମାବେଶ ପ୍ରାରମ୍ଭରେ ଏକ ଶୋଭାଯାତ୍ରା କୁପାରୀ ବଜାର ପରିକ୍ରମା କରିବାପରେ ସମାବେଶ ସ୍ଥଳରେ ପହଞ୍ଚିଥିଲା। ପ୍ରାରମ୍ଭରେ ବିଜୁବାବୁଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରାଯାଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ହରିପୁରରେ ମହିଳାଙ୍କୁ କୋଦାଳରେ ହାଣି ହତ୍ୟା: ମୃତଶରୀରକୁ ସାଇକେଲରେ ରଖି ଥାନାକୁ ଆଣିଲେ ପରିବାର

ଖଇରା,୧୨।୫(ଉତ୍କଳବନ୍ଧୁ ପଣ୍ଡା):ବାଲେଶ୍ବର ଜିଲା ଖଇରା ଥାନା ଅଧିନ ହରିପୁର ଗ୍ରାମରେ ଛାତ ସେଣ୍ଟରିଂକୁ କେନ୍ଦ୍ର କରି ସୁରେନ୍ଦ୍ର ସେଠୀଙ୍କ ଭଉଣୀ କମଳା(୩୯)ଙ୍କୁ କୋଦାଳରେ ହାଣି ହତ୍ୟା କରିବା…

ପଡ଼ୋଶୀଙ୍କ କୋଦାଳ ଆଉ ଶାବଳମାଡ଼ରେ ମହିଳାଙ୍କ ଜୀବନ ଗଲା

ଖଇରା,୧୧ା୫(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ହରିପୁର ଗ୍ରାମରେ ଘର ତିଆରି ପାଇଁ ସେଣ୍ଟରିଂ ବେଳେ ଅଭାବନୀୟ ଘଟଣା ଘଟି ଯାଇଛି। ସୀମା ବିବାଦକୁ…

୫୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ ସିଜିଏସଟି ସୁପରିଟେଣ୍ଡେଣ୍ଟ, ବାନ୍ଧିଲା CBI

ବାଲେଶ୍ବର,୯।୫ ବାଞ୍ଛାନିଧି ଦେ): ଲାଞ୍ଚ ନେଉଥିବାବେଳେ କେନ୍ଦ୍ରୀୟ ଦ୍ରବ୍ୟ ଓ ସେବାକର (ସିଜିଏସଟି)ବିଭାଗର ବାଲେଶ୍ବର ଆଞ୍ଚଳିକ ଅଧୀକ୍ଷକ (ଟେକ୍ନିକାଲ  ସୁପରିଟେଣ୍ଡେଣ୍ଟ) ଓମ ପ୍ରକାଶ ନାୟକଙ୍କୁ ସିବିଆଇ ଟିମ…

ରାଜପଥରେ ଟ୍ରକକୁ ପିଟିଲା ହାଇୱା   ହେଲପର ମୃତ, ଡ୍ରାଇଭର ଗୁରୁତର

 ବାଲେଶ୍ୱର,୫।୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ୧୬ ନଂ ଜାତୀୟ ରାଜପଥ ରୂପସା ଥାନା ଅନ୍ତର୍ଗତ ଯୁକନଣ୍ଡି ଛକ ନିକଟରେ ମଙ୍ଗଳବାର ଏକ ମର୍ମଦୁନ୍ତ ସଡ଼କ  ଦୁର୍ଘଟଣା ଘଟିଛି…

ବାଲେଶ୍ବର ବଢୁଛି ଜିଞ୍ଜର କାରବାର; ମାଡି ବସିଲା ଅବକାରୀ ପୋଲିସ, ୭ଅଭିଯୁକ୍ତ ଗିରଫ

ବାଲେଶ୍ୱର,୩ା୫( ବାଞ୍ଛାନିଧି ଦେ): ଜିଞ୍ଜର ଚାଲାଣ ବେଳେ ମାଡି ବସିଲା ଅବକାରୀ ପୋଲିସ । ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଜିଲା ଭ୍ରାମ୍ୟମାଣ…

ପୋଖରୀରେ ବୁଡି ଦୁଇ ନାବାଳିକା ଭଉଣୀଙ୍କ ଜୀବନ ଗଲା 

ବାଲେଶ୍ୱର/ରେମୁଣା/ ସଜନାଗଡ଼, ୩।୫( ବାଞ୍ଛାନିଧି ଦେ/ ରବୀନ୍ଦ୍ର ମହାକୁଡ଼/ ପ୍ରଶାନ୍ତ ବିଶ୍ୱାଳ ): ଗାଧୋଉଥିବା ବେଳେ ଘଟିଛି ଅଘଟଣ। ପୋଖରୀରେ ବୁଡି ଦୁଇ ନାବାଳିକା ସମ୍ପର୍କୀୟ ଭଉଣୀଙ୍କ…

ଅତିରିକ୍ତ ତହସିଲଦାରଙ୍କ ଗାଡିକୁ ଧକ୍କା ଦେଲା ବାଲି ବୋଝେଇ ଟ୍ରକ: ଆଉ ତା’ପରେ…

ସୋର,୨।୫(ଜନ୍ମେଜୟ ମିଶ୍ର): ସୋର ତହସିଲର ଅତିରିକ୍ତ ତହସିଲଦାରଙ୍କ ଗାଡିକୁ ଧକ୍କା ଦେଇଛି ବାଲି ବୋଝେଇ ଟ୍ରକ। ଅଳ୍ପକେ ବର୍ତ୍ତିଲେ ସୋର ଅତିରିକ୍ତ ତହସିଲଦାର କୃଷ୍ଣମୋହନ ସିଂ l…

ବାଇକ୍‌ ଦୁର୍ଘଟଣାକୁ ନେଇ ତେଜିଲା ଗୋଷ୍ଠୀ ସଂଘର୍ଷ

ବାଲେଶ୍ବର,୨୯।୪: ବାଲେଶ୍ୱର ପୋଲାଡ଼ି ଛକରେ ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଏକାଧିକ ଲୋକ ଆହତ ହୋଇଛନ୍ତି। ଏକ ବାଇକ୍‌ ଦୁର୍ଘଟଣାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri