କୁର୍କୁନପାଲିରେ ଆରମ୍ଭ ହେଲା ମିଶନ ଇନ୍ଦ୍ରଧନୁଷ୍‌

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୩ା୧୨-କନ୍ଧମାଳ ଜିଲାରେ ମିଶନ ଇନ୍ଦ୍ରଧନୁଷ୍‌ ୨.୦ କାର୍ଯ୍ୟକ୍ରମ ସୋମବାର ଆରମ୍ଭ ହୋଇଛି ା ଫିରିଙ୍ଗିଆର କୁର୍କୁନପାଲି ଗ୍ରାମରେ ଅନୁଷ୍ଠିତ ଜିଲାସ୍ତରୀୟ ଏହି କାର୍ଯ୍ୟକ୍ରମକୁ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ଜିଲାପାଳ ଡା.ବୃନ୍ଦା ଡି, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା.ରାଜଶ୍ରୀ ପଟ୍ଟନାୟକ ଯୋଗଦେଇ ଉଦ୍‌ଘାଟନ କରିଥିଲେ ା ପ୍ରଥମେ ଜିଲାପାଳ ଏବଂ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଜଣେ ଶିଶୁଙ୍କୁ ପୋଲିଓ ବୁନ୍ଦା ପିଆଇ ଟିକାକରଣ କାର୍ଯ୍ୟ ଆରମ୍ଭ କରିଥିଲେ ା କୁର୍କୁନପାଲି ଅଙ୍ଗନୱାଡି କେନ୍ଦ୍ରରେ ମୋଟ ୫ ଶିଶୁ ଏବଂ ଜଣେ ଗର୍ଭବତୀଙ୍କୁ ଟିକାକରଣ କରାଯାଇଥିଲା ା
ଏହି ଅବସରରେ ଆୟୋଜିତ ସଭାରେ ବିଧାୟକ କହଁର, ଜିଲାପାଳ ଏବଂ ମେଡିକାଲ ଅଧିକାରୀ ପ୍ରମୁଖ ଯୋଗଦେଇ କେହି ଯେପରି ଟିକାକରଣରୁ ବାଦ୍‌ ପଡିବେ ନାହିଁ ସେଥିପ୍ରତି ସମସ୍ତେ ଦୃଷ୍ଟି ଦେବାକୁ ପରାମର୍ଶ ଦେଇଥିଲେ। ଆଶା ଏବଂ ଅଙ୍ଗନୱାଡି କର୍ମୀ ଯତ୍ନବାନ ହୋଇ ଶିଶୁ, ଏବଂ ଗର୍ଭବତୀଙ୍କୁ ଟିକାକରଣ କରାଇବାକୁ କୁହାଯାଇଥିଲା। ପରେ ମିଶନ ଇନ୍ଦ୍ରଧନୁଷ ଉପରେ ନାଚଗୀତ ମାଧ୍ୟମରେ ସଚେତନ କରାଇଥିବା ଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା ା ଜିଲାରେ ଏହି ଟିକାକରଣ କାର୍ଯ୍ୟକ୍ରମ ୪ଟି ପର୍ଯ୍ୟାୟରେ ହେବ ା ମାସର ପ୍ରଥମ ସୋମବାରରୁ ୭ଟି କାର୍ଯ୍ୟ ଦିବସରେ ଟିକାକରଣ କାର୍ଯ୍ୟ ହେବ ା କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲା ଚିକିତ୍ସାଧିକାରୀ(ପରିବାର ମଙ୍ଗଳ) ପ୍ରସନ୍ନ କୁମାର ତ୍ରିପାଠୀ, ଫିରିଙ୍ଗିଆ ବିଡିଓ ରଶ୍ମିରଞ୍ଜନ ମହନ୍ତ, ଜିଲା ପ୍ରୋଗ୍ରାମ ପରିଚାଳକ ମନୋରଞ୍ଜନ ସାହୁ, କେଳାପଡା ସରପଞ୍ଚ ପ୍ରେମଶୀଳା ଝାଙ୍କର, ସମିତି ସଭ୍ୟ ପୁଷ୍ପାଞ୍ଜଳି ସାହୁ ପ୍ରମୁଖ ଉପସ୍ଥିତ ଥିଲେ ା ଜିଲା ପ୍ରଜନନ ଓ ଶିଶୁ ଅଧିକାରୀ ଆଶିଷ କୁମାର ମହାନ୍ତି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ା ସୂଚନାଯୋଗ୍ୟ ମିଶନ ଇନ୍ଦ୍ରଧନୁଷ୍‌ରେ କନ୍ଧମାଳ ଜିଲାରେ ଟିକାକରଣ ପାଇଁ ୭୧୦ ଶିଶୁ ଏବଂ ୧୭୩ ଗର୍ଭବତୀଙ୍କୁ ଚିହ୍ନଟ କରାଯାଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତେବାସୀଙ୍କୁ ଘର କାମରେ ଲଗାଇବା ପଡ଼ିଲା ମହଙ୍ଗା

ଚକାପାଦ,୧୮ା୫(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ର ବପଲମେଣ୍ଡି ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମେଟ୍ରୋନ ସୁଜାତା ସାହୁଙ୍କୁ ଜିଲାପାଳ ବେଦଭୂଷଣ ତୁମୁଡ଼ିବନ୍ଧ ରାଙ୍ଗାପାରୁ ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟକୁ…

ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ: ବହୁ ଚର୍ଚ୍ଚିତ କଟାମୁଣ୍ଡ ମାମଲାରେ ଆସିଲା ବଡ଼ ରାୟ

ପାରଳାଖେମୁଣ୍ଡି, ୧୮।୦୫ (ଗିରିଧାରୀ ପରିଛା): ଗଜପତି ଜିଲାର କାଶୀନଗର ଥାନା ଅନ୍ତର୍ଗତ ସାରା ଗ୍ରାମର ୨୦୨୩ ମସିହାର ବହୁ ଚର୍ଚ୍ଚିତ ବିଭତ୍ସ ହତ୍ୟାକାଣ୍ଡ ମାମଲାର ଶୁଣାଣି କରି…

ପୋଲିସର ବଡ଼ଧରଣ ଚଢ଼ାଉ: ୮୦ ଲକ୍ଷ ଟଙ୍କାର ୮୦ଟି ବ୍ୟାଙ୍କ ଆକାଉଣ୍ଟ ଜବତ, ୧୧ ଗିରଫ

ହାଟଡିହୀ/ଛେନାପଦୀ, ୧୮/୫ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ବାଲି ବ୍ୟବସାୟୀ ଓ ମାଫିଆଙ୍କ ବିରୋଧରେ ପୋଲିସ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଜିଲା ଏସ୍‌ପି…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

ପଞ୍ଚାୟତ, ପୌର ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନୀତିନ ନବୀନ: ଏବେଠୁ ରଣନୀତି ପ୍ରସ୍ତୁତ, ଆଗକୁ…

ଜଟଣୀ,୧୮।୫: ଖୋର୍ଦ୍ଧା ଜିଲା ଜଟଣୀରେ ଆୟୋଜିତ ପ୍ରଶିକ୍ଷଣ ଶିବିରରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ କାର୍ଯ୍ୟକର୍ତ୍ତାଙ୍କୁ ୫ଟି ଗୁରୁମନ୍ତ୍ର ଦେଇ ସଂଗଠନକୁ ଆହୁରି ସୁଦୃଢ କରିବାକୁ…

ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।…

ଶ୍ରୀଜିଉଙ୍କୁ ଦର୍ଶନ କଲେ ନୀତିନ ନବୀନ

ପୁରୀ,୧୮।୫(ଅଜିତ୍‌ କୁମାର ମହାନ୍ତି): ଶ୍ରୀକ୍ଷେତ୍ରରେ ଆଜି ଭକ୍ତିମୟ ପରିବେଶ ମଧ୍ୟରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ସେ ଶ୍ରୀମନ୍ଦିରକୁ ପହଞ୍ଚି ସିଂହଦ୍ୱାର ଦ୍ୱାରରେ…

ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri