କୁଲଡ଼ିହାରେ ବନ୍ୟଜନ୍ତୁ ଅସୁରକ୍ଷିତ : ୩ କୁକୁର ଆକ୍ରମଣରେ ହରିଣ ମୃତ

ସଜନାଗଡ଼, ୨୯।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକରେ ଥିବା କୁଲଡିହା ଅଭୟାରଣ୍ୟରେ ବନ୍ୟପ୍ରାଣୀ ଏବେ ଅସୁରକ୍ଷିତ ହୋଇପଡିଛନ୍ତି। ଶୁକ୍ରବାର କୁଲଡିହା ଅଭୟାରଣ୍ୟ ଅଧୀନ ତଥା ହାତୀଖୁଲିଆ-କୁନ୍ଦୁଡ଼ି ରାସ୍ତାରେ ୩ଟି ବୁଲା କୁକୁର ହରିଣକୁ ଆକ୍ରମଣ କରିଥିଲେ। ହରିଣ ପ୍ରାଣ ବିକଳରେ ଦୌଡୁଥିବା ବେଳେ ପାର୍ଶ୍ୱରେ ଥିବା ନାଳରେ ପଡ଼ିଯାଇଥିଲା। ସେଠାରେ ତାର ମୃତ୍ୟୁ ହୋଇଯାଇଥିବା ବନ ବିଭାଗ ସୂତ୍ରରୁ ଜଣାପଡିଛି।
ଏକଦା ଘଞ୍ଚ ଜଙ୍ଗଲରେ ପରିପୂର୍ଣ୍ଣ ସ୍ବର୍ଣ୍ଣଚୂଡ଼ ପାହାଡ଼ ଓ ଦେବଗିରି, ତେଣ୍ଡା, କୁଲଡିହା ସଂରକ୍ଷିତ ଜଙ୍ଗଲ ବିଭିନ୍ନ ବନ୍ୟଜନ୍ତୁଙ୍କ ବାସସ୍ଥଳୀ ଥିଲା। ଏମାନଙ୍କ ସୁରକ୍ଷା ପାଇଁ ୧୯୮୪ ମସିହାରେ ରାଜ୍ୟ ସରକାରଙ୍କ ସୁପାରିଶକ୍ରମେ କେନ୍ଦ୍ର ସରକାର ଦେବଗିରି, ତେଣ୍ଡା, କୁଲଡିହା ସଂରକ୍ଷଣ ୨୭୨.୭୫ବର୍ଗ କି.ମି. ଜଙ୍ଗଲକୁ ନେଇ ଅଭୟାରଣ୍ୟ ଘୋଷଣା କରିଥିଲେ। ଏଠାରେ ହାତୀ, ବାଘ, ଭାଲୁ, ଗୟଳ, କୁଟାରୀ, ହରିଣ, ସମ୍ବର ଆଦି ବନ୍ୟଜନ୍ତୁ ସମେତ ବିଭିନ୍ନ ପ୍ରଜାତିର ରଙ୍ଗ ବେରଙ୍ଗର ଦେଶୀ ବିଦେଶୀ ପକ୍ଷୀ ଦେଖିବାକୁ ମିଳନ୍ତି। ଏହି ପ୍ରାକୃତିକ ପରିବେଶକୁ ଉପଭୋଗ କରିବା ପାଇଁ ଦେଶ ବିଦେଶରୁ ବହୁ ପର୍ଯ୍ୟଟକ ଏଠାକୁ ଆସିଥାନ୍ତି। ହେଲେ କିଛି ଦିନ ହେଲା ବନ୍ୟପ୍ରାଣୀ ଅସୁରକ୍ଷିତ ହୋଇପଡିଥିବା ନଜରକୁ ଆସିଛି। ନିକଟରେ ଦନ୍ତା ହାତୀର ମୃତ୍ୟୁ ଘଟିବା ଓ ତାର ଦାନ୍ତକୁ କାଢ଼ି ନିଆଯିବା ଭଳି ଘଟଣା ଘଟିଥିଲା। ଏହାର ରହସ୍ୟ ଆଜି ପର୍ଯ୍ୟନ୍ତ ବନବିଭାଗ ଖୋଜି ପାରି ନ ଥିବା ବେଳେ କୌଣସି ଶିକାରୀଙ୍କୁ ମଧ୍ୟ ଠାବ କରି ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Watch:‘କେତେ କ୍ଷୀର ପିଉଛ’, ରବି ଶାସ୍ତ୍ରୀଙ୍କ ଏମିତି ପ୍ରଶ୍ନରେ ମଜାଦାର ଉତ୍ତର ଦେଲେ ବୈଭବ ସୂର୍ଯ୍ୟବଂଶୀ, ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଆଇପିଏଲ 2026 ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଆରସିବି ଗୁଜରାଟ ଟାଇଟନ୍ସକୁ ୫ ୱିକେଟରେ ପରାସ୍ତ କରିଛି। ୧୫ ବର୍ଷୀୟ ବୈଭବ…

ଏଇ ଭାରତରେ

ଭୂତଳ ଜଳ ସ୍ତର ନିମ୍ନଗାମୀ ହେଉଥିବାରୁ ବୋରଓ୍ବେଲ ଓ ପୋଖରୀଗୁଡ଼ିକ ଶୁଖିଯାଉଛି। ଫଳରେ ଲୋକେ ପାନୀୟ ଜଳ ପାଉନାହାନ୍ତି ଓ କୃଷିରେ ମଧ୍ୟ ବାଧା ଉପୁଜୁଛି। ତେବେ…

ସେ ଅସୁରର ମୃତ୍ୟୁ ନାହିଁ

ସମୁଦ୍ର ମନ୍ଥନରୁ ମିଳିଥିବା ଅମୃତ ଖାଇ ଦେବତାମାନେ ଅମର। ମନ୍ଥନ କାର୍ଯ୍ୟରେ ଅସୁରମାନେ ଭାଗ ନେଇଥିଲେ ବି ସେମାନଙ୍କୁ ତାହା ମିଳି ନ ଥିଲା। ଦେବତାମାନେ ସବୁ…

ସମବାୟ ବିକାଶ ଲକ୍ଷ୍ୟ

ଓଡ଼ିଶାର ସାମାଜିକ, ଅର୍ଥନୈତିକ ବିକାଶ କ୍ଷେତ୍ରରେ କୃଷିଋଣ ପ୍ରଦାନ, ଋଣ ଆଦାୟ, କୃଷିଜାତ ପଦାର୍ଥର ବିପଣନ ଏବଂ ଲୋକଙ୍କ ଗ୍ରାମୀଣ ଜୀବିକା ନିର୍ବାହ କ୍ଷେତ୍ରରେ ସମବାୟ ଆନ୍ଦୋଳନ…

ଦୂରହେଉନି ଚୁକ୍ତିନାମା ଅନିଶ୍ଚିତତା

ଓ୍ବାଶିଂଟନ/ତେହରାନ୍‌,୧।୬: ଇରାନ ଓ ଆମେରିକା ମଧ୍ୟରେ ସ୍ଥାୟୀ ଯୁଦ୍ଧବିରତିକୁ ନେଇ ଅନିଶ୍ଚିତତାର ଅନ୍ତ ହେଉନାହିଁ। ଯୁଦ୍ଧ ବନ୍ଦ ଲାଗି ଆମେରିକା ଇରାନ ପାଖକୁ କେତେକ କଠୋର ସର୍ତ୍ତ ପଠାଇଥିଲା।…

କଟକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

କଟକ,୧ା୬: ପ୍ରେସ୍‌ ଛକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ମାଛ ମାର୍କେଟ ଜଳି ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri