କୁଶଭଦ୍ରା ଗଣ୍ଡରେ ବୁଡ଼ିଗଲେ ୩ କଲେଜ ଛାତ୍ର: ନିମାପଡ଼ାରେ ପ୍ରବଳ ଉତ୍ତେଜନା, ରାସ୍ତାରୋକୋ

ନିମାପଡ଼ା,୧୭।୪(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ଥାନା ଅନ୍ତର୍ଗତ କୁଶଭଦ୍ରା ନଦୀର ଧୀରପୁର ବାଲିଘାଟ ଗଣ୍ଡରେ ଗାଧୋଉଥିବାବେଳେ ୩ଜଣ କଲେଜ ଛାତ୍ର ବୁଡି ଯାଇଛନ୍ତି। ମଙ୍ଗଳବାର ଅପରାହ୍ନରେ ଘଟିଛି ଏହି ଘଟଣା। ବୁଡି ଯାଇଥିବା ଛାତ୍ରମାନେହେଲେ ସ୍ଥାନୀୟ ଶ୍ୟାମସୁନ୍ଦରପୁରର ଜ୍ୟୋତିରଞ୍ଜନ ସାହୁ (୨୧), ବଳଙ୍ଗା ନିନିଗାଁର କମଳ ଲୋଚନ ଜେନା(୧୬) ଓ ପୁରୀ ସହରର ତେଜେଶ୍ୱର ମହାନ୍ତି(୨୦)। ଓଡ୍ରାଫ୍‌ ଟିମ୍‌ ଓ ଅଗ୍ନିଶମ କର୍ମଚାରୀମାନେ ଦୀର୍ଘ ସମୟ ଧରି ଖୋଜାଖୋଜି କରି ଲୋକଙ୍କ ସହାୟତାରେ ତିନି ମୃତଦେହକୁ ଉଦ୍ଧାର କରିଥିଲେ। ଜ୍ୟୋତିରଞ୍ଜନ ନିମାପଡ଼ାସ୍ଥିତ ସ୍ବାଧୀନ ରେସିଡେନ୍ସିଆଲ କଲେଜର ଯୁକ୍ତ୩ର ଛାତ୍ର। ତେଜେଶ୍ୱର ନିମାପଡ଼ା କଲେଜର ଯୁକ୍ତ୩ ଶେଷବର୍ଷ ବାଣିଜ୍ୟ ଛାତ୍ର ହୋଇଥିବାବେଳେ ସେ ମେସ୍‌ରେ ରହି ପାଠ ପଢ଼ୁଥିଲେ। ସେହିଭଳି କମଳଲୋଚନ ନିମାପଡ଼ା ଡିଏଭି ସ୍କୁଲ୍‌ରେ ପଢ଼ିବା ସହ ଶ୍ୟାମସୁନ୍ଦରପୁରଠାରେ ଘରଭଡ଼ା ନେଇ ପରିବାର ସହ ରୁହନ୍ତି। ସେ ଚିଳତ ବର୍ଷ ମାଟ୍ରିକ ପରୀକ୍ଷା ଦେଇଛନ୍ତି।
ମିଳିଥିବା ସୂଚନାନୁସାରେ, ମଙ୍ଗଳବାର ପ୍ରବଳ ଗରମ ହୋଇଥିଲା। ଜ୍ୟୋତିରଞ୍ଜନ, ତେଜେଶ୍ୱର ଓ କମଳ ଲୋଚନ ଅପରାହ୍ନ ପ୍ରାୟ ୩ଟାରେ ଗାଧୋଇବାକୁ ଧୀରପୁର ବାଲିଘାଟ ଗଣ୍ଡକୁ ଯାଇଥିଲେ। ଗାଧୋଉଥିବାବେଳେ ସେମାନଙ୍କର ଗୋଡ଼ ଖସି ଯିବାରୁ ଜଣଙ୍କ ପରେ ଜଣେ ଗଭୀର ପାଣି ଭିତରକୁ ଚାଲିଯାଇଥିଲେ। ଚିତ୍କାର ଶୁଣି ଗୁହାଳପଡ଼ା ଗ୍ରାମର ସୁଜିତ କୁମାର ତ୍ରିପାଠୀ ଓ ଅନ୍ୟ କେତେଜଣ ଘଟଣାସ୍ଥଳକୁ ଦୌଡ଼ି ଯାଇଥିଲେ। ମାତ୍ର ପହଞ୍ଚତ୍ବାବେଳକୁ ତିନିଜଣ ପାଣିରେ ବୁଡି ଯାଇଥିଲେ। ସେମାନେ ପାଟିକରି ଅନ୍ୟମାନଙ୍କୁ ଡାକିବା ସହ ବୁଡିଯାଇଥିବା ଛାତ୍ରମାନଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ। ଗଣ୍ଡରେ ପାଣି ଅଧିକ ଥିବାରୁ ତାହା ସମ୍ଭବ ହୋଇ ନ ଥିଲା। ଖବର ପ୍ରଚାରିତ ହୋଇଯିବା ପରେ ସେଠାରେ ଲୋକଙ୍କ ଭିଡ଼ ଜମିଥିଲା। ସ୍ଥାନୀୟ ଲୋକଙ୍କ କହିବାନୁସାରେ ଉକ୍ତ ଗଣ୍ଡରେ ୪୦ଫୁଟରୁ ଅଧିକ ଗଭୀରର ପାଣି ରହିଛି। ତେଣୁ ଲୋକେ ନଦୀ କୂଳରେ ରହି ଖୋଜାଖୋଜି କରିବା ସହ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ନିମାପଡ଼ା ଅଗ୍ନିଶମ କର୍ମଚାରୀ ପହଞ୍ଚତ୍ବା ପରେ ଲୋକଙ୍କ ସହାୟତାରେ ନଦୀର ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ ମଧ୍ୟ କାହାକୁ ଠାବ କରିପାରି ନ ଥିଲେ। ଗୋପ ଥାନା ଅନ୍ତର୍ଗତ ବେଣିପୁର ଗ୍ରାମର ଜଣେ ବୁଡାଳି ଆନନ୍ଦ ସେଠୀ ଓରଫ କମନା ପହଞ୍ଚତ୍ ଉଦ୍ଧାର କାର୍ଯ୍ୟରେ ସାମିଲ୍‌ ହୋଇଥିଲେ। ବହୁ ସମୟ ପରେ ସେ ଗଭୀର ପାଣିରେ ବୁଡି ତେଜେଶ୍ୱରଙ୍କୁ ଉଦ୍ଧାର କରି ଉପରକୁ ଆଣିଥିଲେ। ପରେ ଅଗ୍ନିଶମ ବାହିନୀ ତାଙ୍କୁ ନିମାପଡ଼ା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପରେ ଓଡ୍ରାଫ ଟିମ୍‌ ପହଞ୍ଚତ୍ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ରାତି ପ୍ରାୟ ୧୦ଟାରେ କମଳଲୋଚନ ଓ ସାଢ଼େ ୧୦ଟାରେ ଜ୍ୟୋତିରଞ୍ଜନଙ୍କୁ ଠାବ କରାଯିବା ପରେ ଆମ୍ବୁଲାନ୍ସରେ ତାଙ୍କୁ ନିମାପଡ଼ା ଡାକ୍ତରଖାନାକୁ ଅଣାଯାଇଥିଲା। ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ସ୍ଥାନୀୟ ଅଞ୍ଚଳର ପ୍ରାୟ ୫ଶହରୁ ଊର୍ଦ୍ଧ୍ୱ ଲୋକ ଡାକ୍ତରଖାନାରେ ପହଞ୍ଚତ୍ ହୋହଲ୍ଲା କରିବରୁ ତୀବ୍ର ଉତ୍ତେଜନା ଦେଖାଦେଇଥିଲା। ମୃତଦେହକୁ ବ୍ୟବଚ୍ଛେଦ ପାଇଁ ଛାଡ଼ି ଦେଇ ନ ଥିଲେ। ବେଆଇନ ବାଲିଘାଟ ବନ୍ଦ ପାଇଁ ଦାବି କରିଥିଲେ। ରିପୋର୍ଟ ଲେଖାଯିବା ପର୍ଯ୍ୟନ୍ତ ନିମାପଡ଼ା ଏସ୍‌ଡିପିଓ ଶରତ ମିଶ୍ର ଓ ଆଇଆଇସି ଜନାର୍ଦ୍ଦନ ପାଢ଼ୀ ଫୋର୍ସ ସହ ପହଞ୍ଚତ୍ ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରିଥିଲେ।
ଏହି ଘଟଣାକୁ ନେଇ ନିମାପଡ଼ା ଅଞ୍ଚଳ ସ୍ତବ୍ଧ ହୋଇଯାଇଛି। ବିଳମ୍ବିତ ରାତି ପର୍ଯ୍ୟନ୍ତ ଘଟଣାସ୍ଥଳ ନଦୀପଠା, ଶ୍ୟାମସୁନ୍ଦରପୁର ଓ ଡାକ୍ତରଖାନାରେ ଲୋକଙ୍କ ଭିଡ଼ ଲାଗି ରହିଥିବାବେଳେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri