କୁସୁମୀ ବଦଳରେ ମହାନଦୀ ଜଳ ପାଇଁ ଦାବି :ସମସ୍ୟା ସମାଧନ ନ ହେଲେ ଆନ୍ଦୋଳନ

ଖଣ୍ଡପଡା,୨୪।୮(ସ୍ବ.ପ୍ର.)-ମହାନଦୀ ଜଳକୁ ବିଶୋଧନ କରାଯାଇ ନୟାଗଡ ଅଞ୍ଚଳକୁ ଯୋଗାଣ ହେଉଥିବା ବେଳେ ଖଣ୍ଡପଡାବାସୀଙ୍କୁ କୁସୁମୀ ନଦୀର ଗୋଳିଆ ଦୂଷିତପାଣି ଯୋଗାଯାଉଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି । କୁସୁମୀ ବଦଳରେ ମହାନଦୀ ଜଳକୁ ବିଶୋଧନ କରାଯାଇ ଯୋଗାଣ ପାଇଁ ଦାବି ହେଉଛି। ଆଗାମୀ ୭ ଦିନ ମଧ୍ୟରେ ସମସ୍ୟାର ସମାଧାନ ନ ହେଲେ ଆନ୍ଦୋଳନାମତ୍କ ପନ୍ଥା ଗ୍ରହଣ କରାଯିବ ବୋଲି ଖଣ୍ଡପଡା ଦୁର୍ନୀତି ନିବାରଣ ସଂଘର ସଦସ୍ୟମାନେ ଚେତାବନୀ ଦେଇଛନ୍ତି ା
ଯେ, ଖଣ୍ଡପଡା ଜନସ୍ବାସ୍ଥ୍ୟ ବିଭାଗ କର୍ତ୍ତୃପକ୍ଷ ଖଣ୍ଡପଡା ସହରବାସୀଙ୍କ ନିମନ୍ତେ କୁସୁମୀ ନଦୀର ପ୍ରଦୂଷିତ ଗୋଳିଆ ପାଣିକୁ ଯୋଗାଉଛନ୍ତି ା ଅପରପକ୍ଷେ କଣ୍ଟିଲୋ ମହାନଦୀ ଘାଟରୁ ପାଇପ ଲାଇନ ଯୋଗେ ଜଳ ସଂଗ୍ରହ କରାଯାଇ ନୟାଗଡ ସହରାଞ୍ଚଳକୁ ଖଣ୍ଡପଡାଠାରେ ବିଶୋଧନ କରାଯାଇ ବିଶୁଦ୍ଧ ପାଣି ଯୋଗାଯାଉଛି ା ମାତ୍ର ଏ ସୁବିଧାରୁ ଖଣ୍ଡପଡାବାସୀ ବଞ୍ଚତ୍ତ ରହୁଛନ୍ତି ା ଫଳରେ ଖଣ୍ଡପଡା ସହରବାସୀ ଜଳ ବଦଳରେ ଜହର ପିଉଥିବା ଅଭିଯୋଗ ହେଉଛି ା ଏ ନେଇ ସହରବାସୀ ଅସନ୍ତୋଷ ପ୍ରକାଶ କରିବା ସହ ଏହାର ପ୍ରତିକାର ନିମନ୍ତେ ଦାବି କରି ଆସୁଥିଲେ ହେଁ ବିଭାଗୀୟ କର୍ତ୍ତୃପକ୍ଷ ସେମାନଙ୍କ ଦାବିକୁ ଅଣଦେଖା କରୁଥିବା ଅଭିଯୋଗ ହେଉଛି ା ଖଣ୍ଡପଡା ଦୁର୍ନୀତି ନିବାରଣ ସଂଘର ସଦସ୍ୟମାନେ ଏ ସମ୍ପର୍କରେ ଜନସ୍ବାସ୍ଥ୍ୟ ବିଭାଗ କର୍ତ୍ତୃପକ୍ଷ, ନୟାଗଡ ଜିଲାପାଳଙ୍କ ସମେତ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ା ଏପରିକି ଆସନ୍ତା ୭ ଦିନ ମଧ୍ୟରେ ପାଇପ ଲାଇନ ଯୋଗେ ମହାନଦୀର ଜଳ ଖଣ୍ଡପଡା ସହରବାସୀଙ୍କୁ ପ୍ରଦାନ କରା ନ ଗଲେ ଆଗାମୀ ଦିନରେ ଦୁର୍ନୀତି ନିବାରଣ ସଂଘର ସଦସ୍ୟମାନେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି ା ଏ ସମ୍ପର୍କରେ ଜନସ୍ବାସ୍ଥ୍ୟ ବିଭାଗ ସହକାରୀ ଯନ୍ତ୍ରୀ ତ୍ରିଲୋଚନ ବେହେରାଙ୍କୁ ପଚାରିବାରୁ ଖଣ୍ଡପଡା ସହରବାସୀଙ୍କ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାରେ ଅବ୍ୟବସ୍ଥା ଦେଖା ଦେଇଛି ବୋଲି ସେ ସ୍ବୀକାର କରିଥିଲେ ା ତେବେ ଖୁବ ଶୀଘ୍ର ସମସ୍ୟାର ସମାଧାନ ଦିଗରେ ଦୃଷ୍ଟିି ଦିଆଯିବ ବୋଲି ସେ ସୂଚନା ଦେଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ସାନଖେମୁଣ୍ଡି ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ ଘଟଣାର ପର୍ଦ୍ଦାଫାସ, ଜେଲ୍ ଗଲେ ୯ ଅଭିଯୁକ୍ତ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକ ନିକଟ ଦୋକାନ ଘର ଭିତରେ ବସିଥିବା ଗ୍ରାମର ଅଶୋକ ବିଷୋୟୀ(୨୭) ଙ୍କୁ…

ପରକୀୟା ପ୍ରୀତିକୁ ନେଇ ହତ୍ୟା: ସାଙ୍ଗନେଲା ସାଙ୍ଗର ଜୀବନ ୨୨ ଦିନ ପରେ…

ନୀଳଗିରି, ୧୫।୬ (ପ୍ରଶାନ୍ତ କୁମାର ବିଶ୍ୱାଳ): ବନ୍ଧୁତ୍ୱର ପବିତ୍ର ସମ୍ପର୍କକୁ କଳଙ୍କିତ କରିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପରକୀୟା ପ୍ରୀତିକୁ କେନ୍ଦ୍ରକରି ଜଣେ ବନ୍ଧୁ ଅନ୍ୟ ଜଣେ…

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri