କୂଅଖୋଳା ନାଁରେ ଦୁର୍ନୀତି

ଦଶମନ୍ତପୁର,,୧୨।୧୦(ଡି.ଏନ୍‌.ଏ.): ଦଶମନ୍ତପୁର ବ୍ଲକ ପିଣ୍ଡାପଦର ପଞ୍ଚାୟତ ଦେଓଖୋଡକ ଗ୍ରାମରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଚାଷୀଙ୍କ ଜମିରେ ୩ଟି କୂଅ ଖୋଳାଯାଇଥିଲା। ଗ୍ରାମର ପୋଇଲି ମୁଦୁଲି ଯୋଡ଼ିଗଛ ନିକଟରେ ଥିବା ୬୦ ସେଣ୍ଟ ଜମିରେ ଚାଷ ପାଇଁ କୂଅ ଖୋଳିବାକୁ ପଞ୍ଚାୟତ କାର୍ଯ୍ୟାଳୟରୁ ଆବେଦନ କରି କାର୍ଯ୍ୟାଦେଶ ପାଇଥିଲେ। ଜଣେ ଠିକାଦାର ଏହାର ନିର୍ମାଣ କାମ ହାତକୁ ନେଇ ଫୁଟ ପିଛା ୧୬୦୦ ଟଙ୍କା ଲେଖାଏରେ ଖୋଳା ଆରମ୍ଭ କରିଥିଲେ। ୨୦୧୭ରୁ ଏହାର ଆରମ୍ଭ ହୋଇଥିଲେ ମଧ୍ୟ ଏବେବି ତାହା ଅଧାରେ ପଡ଼ିଛି। କିନ୍ତୁ କୂଅଖୋଳା ବାବଦକୁ ବିଲ୍‌ ସେ ହଡ଼ପ କରିଥିବା ଗ୍ରାମର ଗଙ୍ଗା ପୂଜାରୀ, ସୁଶାନ୍ତ ମୁଦୁଲି, ଜେଟି ମୁଦୁଲି, ଘେନେଇ ମୁଦୁଲି ଅଭିଯୋଗ କରିଛନ୍ତି। କୂଅ ଖୋଳା ହେଲେ ଜମିକୁ ପାଣି ମଡ଼ାଇ ଭଲ ଚାଷ କରିବାକୁ ଆଶା କରିଥିବା ପୋଇଲି ନିରାଶ ହୋଇଛନ୍ତି। ଗୁଜୁରାଣ ମେଣ୍ଟାଇବା ଚିନ୍ତା ଏବେ ତାଙ୍କୁ ଘାରିଛି। ଠିକାଦାର ଜଣକ ସରପଞ୍ଚ, ପିଇଓ ଓ କନିଷ୍ଠ ଯନ୍ତ୍ରୀଙ୍କୁ ହାତଗୁଞ୍ଜା ଦେଇ ଏଭଳି ବିଲ୍‌ ଜାଲିଆତି କରିଥିବା ଚାଷୀ ଏବଂ ଗ୍ରାମବାସୀ ଅଭିଯୋଗ କରିଛନ୍ତି। କେବଳ ଏହି ଗାଁ ନୁହେଁ, ଦଶମନ୍ତପୁର ବ୍ଲକର ବିଭିନ୍ନ ପଞ୍ଚାୟତରେ ଏହିଭଳି କୂଅଖୋଳାରେ ଦୁର୍ନୀତି ହୋଇଛି। କେଉଁଠି କୂଅଖୋଳା ଅଧାରେ ପଡ଼ିଛି ତ ଅନ୍ୟ କେଉଁଠି ଆରମ୍ଭ ହିଁ ହୋଇନାହିଁ। ନିର୍ମାଣ ସ୍ଥାନକୁ ନ ଯାଇ ସରପଞ୍ଚ, ପିଇଓମାନେ କିପରି ବିଲ୍‌ ପାରିତ କରୁଛନ୍ତି, ତାହା ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏନେଇ ଗ୍ରାମବାସୀ ଭିଜିଲାନ୍ସ ବିଭାଗର ଦ୍ୱାରସ୍ଥ ହେବେ ବୋଲି ଚେତାବନୀ ଦେଇଛନ୍ତି। ଏନେଇ ପିଇଓ ବି. ଖୁଡୁପିଆଙ୍କୁ ଫୋନ୍‌ରେ ଯୋଗାଯୋଗ ଉଦ୍ୟମ ହୋଇଥିଲେ ମଧ୍ୟ ସେ ଫୋନ୍‌ ଉଠାଇ ନଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…

ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…

ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି…

ଦୁଇ ବାଇକ୍‌ ମୁହାଁମୁହିଁ, ଜଣଙ୍କ ଜୀବନ ଗଲା, ୨ ଗୁରୁତରଙ୍କୁ…

ମୋହନା,୩ା୭(ମନ୍ମଥ ମିଶ୍ର): ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଗଜପତି ଜିଲା ମୋହନା ଥାନା ୩୨୬ ଜାତୀୟ…

ପୁଣି ବଢ଼ିଲା ନବୀନ-ପାଣ୍ଡିଆନଙ୍କ ଅଡୁଆ, ହେଲିକପ୍ଟରରେ ବୁଲିଛନ୍ତି ଏତିକି ଥର, କୋର୍ଟଙ୍କ ସମନ ପରେ…

ଭୁବନେଶ୍ୱର,୩ା୭: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏବଂ କାର୍ତ୍ତିକ ପାଣ୍ଡିଆନଙ୍କ ଅଡୁଆ ପୁଣି ବଢ଼ିଛି। ହେଲିକପ୍ଟରରେ ବୁଲା ଖର୍ଚ୍ଚ ମାମଲାରେ ଖୋର୍ଦ୍ଧା ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri