ପାଟଣା,୩|୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କଣ୍ଟିଆପଡା ପଞ୍ଚାୟତ ଭଗପଶି ଗ୍ରାମ ମୁଣ୍ଡା ସାହି ନିକଟସ୍ଥ ଏକ ପରିତ୍ୟକ୍ତ କୂଅରୁ ଗୁରୁବାର ନବଜାତ ଶିଶୁ କନ୍ୟାର ଗଳିତ ମୃତଦେହ ଉଦ୍ଧାର ହୋଇଛି। ସୂଚନା ଅନୁଯାୟୀ ଗୁରୁବାର ଅପରାହ୍ନରେ କିଛି ବଗାଳିଆ ଗାଈ ଚରାଇବାକୁ ଯାଇଥିବା ବେଳେ ଲଛମନ କୂଅରେ ଶିଶୁକନ୍ୟାର ମୃତଦେହ ଭାସୁଥିବା ଦେଖି ଗାଁ ଲୋକଙ୍କୁ ଖବର ଦେଇଥିଲେ। ଖବରପାଇ ପାଟଣା ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲେ। ତେବେ ଶିଶୁ କନ୍ୟାକୁ କିଏ ଓ କାହିଁକି କୁଅ ଭିତରେ ଫୋପାଡ଼ି ଦେଇଛି ତାହାର ପ୍ରକୃତ କାରଣ ଜଣା ପଡ଼ି ନାହିଁ। ଏନେଇ ତୁରୁମୁଙ୍ଗା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇ ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ ବୀରେନ୍ଦ୍ର ଶିଆଲ ସୂଚନା ଦେଇଛନ୍ତି।
Posted inଆମ ଜିଲା ଖବର, କେନ୍ଦୁଝର View All
ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ
ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…
ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ
ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…
ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍ର କୌଶଳ…
ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…
ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ
ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…
ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା
ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…
ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ
ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍ଡ଼ିପିଓ…
ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ
ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ…
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ସରିଲା ଯୁକ୍ତ ୩ ପରୀକ୍ଷା: ଫଳାଫଳକୁ ଅପେକ୍ଷା
ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ଗତ ୪ ତାରିଖରୁ ଆରମ୍ଭ ହୋଇଥିବା ଯୁକ୍ତ ୩ କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷା ସୋମବାର ସରିଛି। ଖୁବଶୀଘ୍ର ପରୀକ୍ଷା…
Archives

