କୂଅରୁ ମିଳିଲା ମିଠା ବ୍ୟବସାୟୀଙ୍କ ମୃତଦେହ

ଭୁବନେଶ୍ୱର,୫।୧(ବ୍ୟୁରୋ): ନୟାପଲ୍ଲୀ ଥାନା ବେହେରାସାହିସ୍ଥିତ କ୍ରିଷ୍ଣା ଟାଓ୍ବାର ନିକଟ ଏକ ପରିତ୍ୟକ୍ତ କୂଅରୁ ଜଣେ ମିଠା ବ୍ୟବସାୟୀଙ୍କ ମୃତଦେହକୁ ପୋଲିସ ଶନିବାର ଉଦ୍ଧାର କରିଛି। ମୃତ ଯୁବକ ହେଲେ ବାଲିଅନ୍ତା ଥାନା ପାହାଳ ଫାଣ୍ଡି ଅଧୀନ ଜୋହଳ ଗ୍ରାମର ନୀହାର ରଞ୍ଜନ ଦାସ(୩୨)। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି। ଏଥିସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ମାତ୍ର ନୀହାରଙ୍କୁ ହତ୍ୟା କରାଯାଇଥିବା ନେଇ ତାଙ୍କ ଦାଦା ଅଭିଯୋଗ ଆଣିବା ପରେ ହତ୍ୟା ମାମଲା ରୁଜୁ କରାଯିବ ବୋଲି ପୋଲିସ କହିଛି।
ମିଳିଥିବା ସୂଚନାନୁଯାୟୀ, ନୀହାରଙ୍କର ପାହାଳଠାରେ ଏକ ମିଠା ଦୋକାନ ରହିଛି। ଗତ କିଛିଦିନ ହେବ ପାରିବାରିକ କଳହକୁ ନେଇ ସେ ମାନସିକ ଚିନ୍ତାରେ ଥିଲେ। ଶନିବାର କ୍ରିଷ୍ଣା ଟାଓ୍ବାର ନିକଟରେ ରହୁଥିବା ସମ୍ପର୍କୀୟଙ୍କ ଘରକୁ ଆସିଥିଲେ। ଦିନ ପ୍ରାୟ ୧ଟା ୩୦ରେ ସେ ଉକ୍ତ ପରିତ୍ୟକ୍ତ କୂଅ ନିକଟରେ ବସିଥିବା ଜଣେ ମହିଳା ଦେଖିଥିଲେ। ଏହାର କିଛି ସମୟ ପରେ କୂଅରେ କ’ଣ ପଡିବାର ଶବ୍ଦ ଶୁଣି ମହିଳା ଜଣକ ଚାହିଁଥିଲେ ମଧ୍ୟ କୂଅ ଉପରେ ନିହାର ନ ଥିଲେ। ତାଙ୍କର ସନ୍ଦେହ ହେବାରୁ କୂଅ ନିକଟକୁ ଯାଇ ମୃତଦେହ ଭାସୁଥିବା ଦେଖିବାକୁ ପାଇଥିଲେ। ସେ ତୁରନ୍ତ ପୋଲିସ ଏବଂ ନଂ.୧୦୦କୁ ଫୋନ୍‌ କରିଥିଲେ। ଅଗ୍ନିଶମ ବାହିନୀ ପହଞ୍ଚତ୍ କୂଅରୁ ନୀହାରଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ନୀହାରଙ୍କ ପଡୋଶୀଙ୍କ କହିବା ଅନୁଯାୟୀ, କୌଣସି ଏକ ଘଟଣାକୁ ନେଇ ନୀହାର ଓ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ ଝଗଡା ହୋଇଥିଲା। ଏହାକୁ ନେଇ ନୀହାର ମାନସିକ ବିଶାଦରେ ରହୁଥିଲେ। ଆତ୍ମହତ୍ୟା ହେଉ କି ହତ୍ୟା, ଏହା ପଛରେ ଅନୈତିକ ସମ୍ପର୍କ କାରଣ ହୋଇଥାଇପାରେ ବୋଲି ପଡୋଶୀ କହିଛନ୍ତି। ହତ୍ୟା ଅଭିଯୋଗ ଓ ଅନ୍ୟ ଦିଗକୁ ନେଇ ତଦନ୍ତ କରୁଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri