କୂଅରେ ପଡି ବୃଦ୍ଧା ମୃତ

ପାଟଣା,୧୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡ଼ି ପଞ୍ଚାୟତ ପୁରନ୍ଦରପୁର ପାତ୍ରସାହିରେ ମଙ୍ଗଳବାର ରାତିରେ ଜଣେ ୭୦ ବର୍ଷୀୟା ବୃଦ୍ଧା କୂଅରେ ପଡ଼ିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ସୁବାସ ପାତ୍ର ଓରଫ ବୁଇ ପାତ୍ର। ପରେ ତାଙ୍କ ମୃତ୍ୟୁକୁ ନେଇ ତୁରୁମୁଙ୍ଗା ପୋଲିସ ୧୪/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁକରି ବୁଧବାର କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri