କୂଅ ଖୋଳୁଥିବାବେଳେ ଖସିପଡି ଜଣେ ମୃତ

ଖଜୁରିପଡା,୨୬।୫(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ କଟ୍ରିଙ୍ଗୀଆ ପଞ୍ଚାୟତର ଶ୍ରାକି ଗ୍ରାମରେ ଶନିବାର ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ କାର୍ଯ୍ୟାଦେଶ ପାଇ କୂଅ ଖୋଳୁଥିବାବେଳେ ଖସିପଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସନ୍ୟାସୀ କହଁର (୫୪)। ଏନେଇ ଲୋଚାପଡା ଥାନାରେ ନଂ.୨/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି। ପ୍ରକାଶ ଯେ, ସନ୍ୟାସୀ ଶନିବାର ସନ୍ୟାସୀଙ୍କର କୂଅ ଖୋଳା କାମ ଚାଲିଥିଲା। ସେ କୂଅ ଭିତରୁ ମାଟି କାଢୁଥିବାବେଳେ ଖସି ପଡିଥିଲେ। କୂଅ ଭିତରେ ଥିବା ପଥରରେ ମାଡ ହୋଇ ତାଙ୍କର ମୃତ୍ୟୁ ହୋଇଥିଲା। ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚତ୍ ତାଙ୍କୁ ଉଦ୍ଧାର କରିଥିଲା। ଦିନତମାମ ମୃତଦେହକୁ ରଖିବାପରେ ରାତି ପ୍ରାୟ ୧୨ରେ ଏକ ଓଟଗାଡି ଯୋଗେ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟକୁ ବ୍ୟବଚ୍ଛେଦ ପାଇଁ ନିଆଯାଇଥିଲା। ଏହା ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମ ହୋଇଥିବାରୁ ଏନେଇ ଫୁଲବାଣୀ ବିଡ଼ିଓ ସୁବ୍ରତ କୁମାର ଜେନାଙ୍କୁ ପଚାରିବାରୁ ସେ କହିଲେ, ଘଟଣା ସତ୍ୟ, ରବିବାର ମୃତଦେହ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri