କୂଅ ଚାରିପଟେ ସବୁଜ ବାଡ଼

ଢେଙ୍କାନାଳ ଅଫିସ, ୨୧।୧୧ – ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ସଦର ରେଞ୍ଜ୍‌ ମହୀଧରପୁର ମୁଣ୍ଡାଖମଣ ଅଞ୍ଚଳରେ ହାତୀ ଉପଦ୍ରବ ଚିନ୍ତାର ବିଷୟ ହୋଇଛି। ହାତୀଙ୍କ ସୁରକ୍ଷା ପାଇଁ ଅଞ୍ଚଳରେ ଥିବା କୂଅ ଚାରିପଟେ ସବୁଜ ବାଡ଼ ଘେରାବନ୍ଦୀ କରାଯାଇଛି।
କୂଅ ଚାରିପଟେ ସୁରକ୍ଷା ପାଚେରି ନ ଥିବାରୁ ଅନେକ ସମୟରେ ହାତୀ ଏବଂ ସେମାନଙ୍କ ଶାବକ ଖସିପଡୁଛନ୍ତି। ଏପରି ଦୁର୍ଘଟଣା ଏଡ଼ାଇବାକୁ ବନ୍ୟପ୍ରାଣୀ ସୁରକ୍ଷା ଦିଗରେ କାର୍ଯ୍ୟ କରୁଥିବା ‘କଲେକ୍ଟିଭ୍‌ ଇନିସିଏଶନ ଫର ସୋସିଆଲ ସୋଲିଡାରିଟି’ ସଂସ୍ଥା ପକ୍ଷରୁ ୧୦ କୂଅକୁ ସବୁଜ ବାଡ଼ ଦ୍ୱାରା ଘେରାବନ୍ଦୀ କରାଯାଇଛି। ବନ୍ୟପ୍ରାଣୀଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରୁଥିବା କୂଅଗୁଡ଼ିକ ସମ୍ପର୍କରେ ଅନୁଷ୍ଠାନ ପକ୍ଷରୁ ଭାରତୀୟ ବନ୍ୟପ୍ରାଣୀ ଟ୍ରଷ୍ଟକୁ ସବିଶେଷ ତଥ୍ୟ ପ୍ରଦାନ କରାଯାଇଥିଲା। ଏହାପରେ ଟ୍ରଷ୍ଟ ପକ୍ଷରୁ ସବୁଜବାଡ଼ ଘେରାବନ୍ଦୀ ପାଇଁ ଆର୍ଥିକ ଅନୁଦାନ ଦିଆଯାଇଥିଲା। ପ୍ରତି କୂଅ ନିକଟରେ ସୂଚନା ଫଳକ ସହ ସାଙ୍କେତିକ ଚିହ୍ନ ଲଗାଯାଇଛି। ଏ ସମ୍ପର୍କରେ ଲୋକ ମଧ୍ୟ ସଚେତନ ହୋଇପାରିବେ ବୋଲି ଅବୈତନିକ ବନ୍ୟପ୍ରାଣୀ ତତ୍ତ୍ୱାବଧାରକ ବିଜୟ କୁମାର ଦାସ ସୂଚନା ଦେଇଛନ୍ତି।
ଏପରି ଯୋଜନା ସମ୍ପର୍କରେ ୧୮ ତାରିଖରେ ମହୀଧରପୁର ଅଞ୍ଚଳରେ ସ୍ଥାନୀୟ ଫରେଷ୍ଟର ରବିନାରାୟଣ ନାୟକ, ବନରକ୍ଷୀ ସୁଧାଂଶୁ ନାୟକ, ସମୀର ସାହୁଙ୍କ ଉପସ୍ଥିତିରେ ସଚେତନ ସଭା ଆୟୋଜନ କରାଯାଇଥିଲା। ଗ୍ରାମବାସୀ ସେମାନଙ୍କ ଅଭିଯୋଗ ଶୁଣାଇଥିଲେ। ଆବାହକ ବିଜୟ କୁମାର ଦାସ ଆଲୋଚନାରେ ଭାଗନେଇ କହିଲେ, ହାତୀ ଉପଦ୍ରବରୁ ରକ୍ଷା ପାଇଁ ସୌରବାଡ଼, ସବୁଜ ବାଡ଼ ନିର୍ମାଣ କରାଯାଇଛି। ଏହାର ସୁରକ୍ଷା ପାଇଁ ୧୦ ଜଣ ଲୋକଙ୍କୁ ଚୟନ କରି ର଼୍ୟାପିଡ୍‌ ରେସପନ୍ସ ଦଳ ଗଠନ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଗ୍ରାମ ସଭାପତି ପ୍ରଦୀପ କୁମାର ପୃଷ୍ଟି, ଚାଷୀ ମଦନ ମୋହନ ପ୍ରଧାନ ପ୍ରମୁଖ ଏଥିରେ ସହଯୋଗ କରିବାକୁ ସମସ୍ତଙ୍କୁ ଆହ୍ବାନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?