କୃଷକଙ୍କ ପାଇଁ ‘ସମୃଦ୍ଧି’

ଭୁବନେଶ୍ୱର,୧୮।୧୨(ବ୍ୟୁରୋ):ରାଜ୍ୟରେ କୃଷି ଓ କୃଷକର ଉନ୍ନତି ପାଇଁ ରାଜ୍ୟ ସରକାର ନୂଆ କୃଷି ନୀତି-୨୦୧୯ ‘ସମୃଦ୍ଧି’ ପ୍ରଣୟନ କରିଛନ୍ତି। ମଙ୍ଗଳବାର ରାଜ୍ୟ କ୍ୟାବିନେଟ୍‌ ଏହି କୃଷି ନୀତିକୁ ଅନୁମୋଦନ କରିଛି। ରାଜ୍ୟରେ ୧୯୯୬ରେ ଓଡ଼ିଶା କୃଷି ନୀତି ପ୍ରଣୟନ ହୋଇଥିଲା। ଏଥିରେ କୃଷିକୁ ଶିଳ୍ପର ମାନ୍ୟତା ପ୍ରଦାନ କରାଯାଇଥିଲା। ୨୦୦୮ରେ ରାଜ୍ୟ କୃଷି ନୀତିରେ ସଂଶୋଧନ ଅଣାଯାଇ କୃଷିକୁ ପରିବ୍ୟାପ୍ତ କରାଯିବା ସହ ଏହାର ଅନ୍ୟାନ୍ୟ ଦିଗଗୁଡ଼ିକୁ ସାମିଲ କରାଯାଇଥିଲା। ପୁନର୍ବାର ରାଜ୍ୟ ସରକାର ୨୦୧୩ରେ କୃଷି ନୀତି ପ୍ରଣୟନ କରିଥିଲେ। କୃଷି ତଥା ଆନୁଷଙ୍ଗିକ କ୍ଷେତ୍ରଗୁଡ଼ିକରେ ଥିବା ଅସୁବିଧାଗୁଡ଼ିକୁ ଦୂର କରିବା, ସମ୍ବଳର ସୁବିନିଯୋଗ ଏବଂ ବୈଷୟିକ ଜ୍ଞାନର ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି ପୁଣି ନୂଆ କୃଷି ନୀତି ‘ସମୃଦ୍ଧି’ ପ୍ରଣୟନ କରିଛନ୍ତି।
ନୂଆ କୃଷି ନୀତିର ମୁଖ୍ୟ ଉଦ୍ଦେଶ୍ୟ ହେଲା, କୃଷକଙ୍କ ଆୟ ବୃଦ୍ଧି, କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ଅଭିବୃଦ୍ଧି। ସେହିପରି କୃଷି ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ତଥା ଦେଶର ତ୍ୱରିତ ଅର୍ଥନୈତିକ ଅଭିବୃଦ୍ଧି ହାସଲ କରିବା ଅନ୍ୟତମ ଲକ୍ଷ୍ୟ। ସମୃଦ୍ଧି (Samridhi) ଅର୍ଥ ହେଲା ଏସ୍‌-ବିଜ୍ଞାନ ଓ ବୈଷୟିକ ଜ୍ଞାନ କୌଶଳର ଉପଯୋଗ, ଏ- ଜଳବାୟୁ ସହ ଖାପ ଖୁଆଇବା, ଏମ୍‌-କୃଷି ଉତ୍ପାଦ ପାଇଁ ବଜାର(ଘରୋଇ ଓ ଆନ୍ତର୍ଜାତିକ), ଆର-ଉତ୍ପାଦନ ବୃଦ୍ଧି ନିଶ୍ଚିତ କରିବା ପାଇଁ ସମ୍ବଳ ସୁବିନିଯୋଗ, ଆଇ-ଉପଯୁକ୍ତ ଭିତ୍ତିଭୂମି ନିର୍ମାଣ, ଡି-ଅଧିକ ମୂଲ୍ୟଯୁକ୍ତ କୃଷି ଉତ୍ପାଦନର ପୃଥକୀକରଣ, ଏଚ୍‌-ମାନବ ସମ୍ବଳର ଉନ୍ନତି ଓ କୌଶଳ ବିକାଶ ଏବଂ ଆଇ- ଅନୁଷ୍ଠାନଗୁଡ଼ିକୁ ଶକ୍ତିଶାଳୀ କରିବା।
୩୬୦ ଡିଗ୍ରୀ ସଂସ୍କାର ଧର୍ମୀ ଲକ୍ଷ୍ୟରେ ଏହି କୃଷି ନୀତି କାର୍ଯ୍ୟକାରୀ ହେବ। ଏଥିରେ ଜଳବାୟୁ ପରିବର୍ତ୍ତନକୁ ବିଶେଷ ଧ୍ୟାନ ଦିଆଯାଇଛି। ଧାନ ସହିତ ଅଧିକ ମୂଲ୍ୟଯୁକ୍ତ ଶସ୍ୟ ଉତ୍ପାଦନ ଉପରେ ମଧ୍ୟ ଏଥିରେ ଗୁରୁତ୍ୱ ଦିଆଯାଇଛି। ଏହି ନୀତିରେ କାଳିଆ ଯୋଜନା ଅନ୍ତର୍ଗତ ୧୮ରୁ ୫୦ ବର୍ଷର ଚାଷୀ ଓ କୃଷି ଶ୍ରମିକଙ୍କୁ ୨ ଲକ୍ଷ ଟଙ୍କାର ଜୀବନ ବୀମା ସହିତ ୨ ଲକ୍ଷ ଟଙ୍କାର ଦୁର୍ଘଟଣାଜନିତ ବୀମା ବ୍ୟବସ୍ଥା ରହିଛି। ସଫଳ କାଳିଆ ହିତାଧିକାରୀଙ୍କୁ ପୁରସ୍କୃତ କରାଯିବାର ବ୍ୟବସ୍ଥା ରହିଛି। ଜଳବାୟୁ ପରିବର୍ତ୍ତନକୁ ଦେଖି ବିହନ, ସାର ଯୋଗାଣ ଉପରେ ମଧ୍ୟ ଏହି ନୂତନ କୃଷି ନୀତିରେ ଫୋକସ କରାଯାଇଛି।
ସେହିପରି ଉତ୍ତମ ଶାସନ ଓ ଦୃଷ୍ଟାନ୍ତମୂଳକ କାର୍ଯ୍ୟ ପାଇଁ ସରକାରୀ ଅଧିକାରୀ ଓ କର୍ମଚାରୀମାନଙ୍କୁ ଅଗ୍ରାଧିକାର ଭିତ୍ତିରେ ପଦୋନ୍ନତି ଦେବା ସକାଶେ ରାଜ୍ୟ ସରକାର ଓଡ଼ିଶା ବେସାମରିକ ସେବା(ଅଗ୍ରାଧିକାର ଭିତ୍ତିରେ ପଦୋନ୍ନତି) ନିୟମାବଳୀ-୨୦୧୯ କାର୍ଯ୍ୟକାରୀ କରିଛନ୍ତି। ଏହି ନିୟମ ପ୍ରଣୟନ ହେଲେ ବିଶେଷ ଓ ଦୃଷ୍ଟାନ୍ତମୂଳକ କାର୍ଯ୍ୟ ପାଇଁ ବ୍ୟାଚ କିମ୍ବା ଆବଣ୍ଟିତ ବର୍ଷକୁ ଅପେକ୍ଷା ନ କରି ପଦୋନ୍ନତି ଦିଆଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସରକାରୀ କର୍ମଚାରୀଙ୍କ କାର୍ଯ୍ୟଦକ୍ଷତା ବୃଦ୍ଧି ସହିତ ଜନସେବା ପ୍ରତି ନିଷ୍ଠାପର ସେବା ପାଇଁ ୫-ଟି କାର୍ଯ୍ୟକ୍ରମ ଘୋଷଣା କରିଥିଲେ। ଯେଉଁ ଅଧିକାରୀ ଓ କର୍ମଚାରୀ ଉତ୍ତମ ପ୍ରଦର୍ଶନ କରିବେ ସେମାନଙ୍କୁ ପୁରସ୍କୃତ କରାଯିବା ସହ ଆଗୁଆ ପଦୋନ୍ନତି ଦିଆଯିବ ବୋଲି ଘୋଷଣା କରାଯାଇଥିଲା। ଏହି ଘୋଷଣାକୁ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ଓଡ଼ିଶା ବେସାମରିକ ସେବା (ଅଗ୍ରାଧିକାର ଭିତ୍ତିରେ ପଦୋନ୍ନତି) ନିୟମାବଳୀ -୨୦୧୯ କାର୍ଯ୍ୟକାରୀ କରିଛନ୍ତି। ମଙ୍ଗଳବାର ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ୮ଟି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri