କୃଷକ ସଭାର ବିକ୍ଷୋଭ, ସ୍ମାରକପତ୍ର ପ୍ରଦାନ

ଛତ୍ରପୁର,୩।୮(ଡି.ଏନ.ଏ.)ଅଖିଳ ଭାରତ କୃଷକ ସଭା ଅନୁବଦ୍ଧିତ ଓଡିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ଶନିବାର ଛତ୍ରପୁରସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ସର୍ବଭାରତୀୟ କିଷାନ ସଂଘର୍ଷ ସମନ୍ବୟ କମିଟିର ଦେଶବ୍ୟାପୀ ମିଳିତ ଡାକରାରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି ା ଦାବି ପୂରଣ ନ ହେଲେ ଆଗାମୀ ଦିନରେ ଜିଲାରେ ଗଣ ଆନ୍ଦୋଳନ କରିବାକୁ ଓଡିଶା କୃଷକ ସଭାର ଜିଲା ସମ୍ପାଦକ ପି. ହରିକୃଷ୍ଣ ରେଡ୍ଡୀ ଆହ୍ବାନ ଦେଇଥିଲେ । କୃଷକ ଓ କୃଷି ଶ୍ରମିକମାନଙ୍କୁ ସମସ୍ତ ପ୍ରକାର ଋଣ ବୋଝରୁ ମକ୍ତ କରିବା, କୃଷି ଉପତ୍।ଦନ ସମ୍ପର୍କୀୟ ବିନିଯୋଗ ଖର୍ଚ୍ଚ ହ୍ରାସ ପାଇଁ ବିହନ, ସାର, କୀଟନାଶକ ଓ କୃଷି ଯନ୍ତ୍ରପାତି ସମେତ କୃଷି ଉପକରଣ ଉପରେ ରିହାତି ବୃଦ୍ଧି କରିବା, ଗରୀବ, ମଧ୍ୟମ ଚାଷୀ ଓ କୃଷି ଶ୍ରମିକମାନଙ୍କୁ ମାସିକ ୫ ହଜାର ଟଙ୍କା ପେନସନ୍‌ ଦେବା, ପ୍ରକୃତ ଚାଷୀଙ୍କ ନାମରେ ଜମି ଜମାର ରେକର୍ଡ କରି ତୁରନ୍ତ ପଟ୍ଟା ପ୍ରଦାନ ଆଦି ଦାବି ରହିଛି। ସେହିପରି ଜଙ୍ଗଲ ଜମି ଅଧିକାର ଆଇନ୍‌-୨୦୦୬କୁ କାର୍ଯ୍ୟକାରୀ କରିବା, ସମସ୍ତ ପ୍ରକାର ଫସଲକୁ ଅର୍ନ୍ତଭୁକ୍ତ କରି ଓ ଆୟର କ୍ଷତିକୁ ଆକଳନ କରି ଏକ କୃଷକ ସପକ୍ଷବାଦୀ ବ୍ୟାପକ ଫସଲବୀମା ଯୋଜନା କାର୍ଯ୍ୟକାରୀ କରିବା, କୃଷକ ପରିବାରର ସ୍ବାସ୍ଥ୍ୟବୀମା ଯୋଜନା ଓ ପଶୁସମ୍ପଦ ବୀମା ଯୋଜନାକୁ ସୁନିଶ୍ଚିତ କରିିବା, ପ୍ରାକୃତିକ ବିପର୍ଯ୍ୟୟ ଜନିତ କ୍ଷତିପୂରଣ ପରିମାଣ ବୃଦ୍ଧି କରିବା ଏବଂ ଏ ସଂକ୍ରାନ୍ତ ବକେୟା ଅର୍ଥରାଶି ତୁରନ୍ତ ପ୍ରଦାନ କରିବାକୁ ଦାବି ଉଲ୍ଲେଖ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ଗୋଛାବାଡ଼ି ଆଶ୍ରମରେ ନନ୍ଦୋତ୍ସବ: ବିଧାୟକ ପ୍ରଦ୍ୟୁମ୍ନ ନାୟକ ଯୋଗଦେଇ ଶ୍ରଦ୍ଧାଳୁଙ୍କୁ…

ଜଗନ୍ନାଥପ୍ରସାଦ,୫ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ଗୋଛାବାଡ଼ି ଗ୍ରାମସ୍ଥିତ ଶ୍ରୀ ଗୌରାଙ୍ଗ ରାଧାକୃଷ୍ଣ ଆଶ୍ରମ ପରିସରରେ ପବିତ୍ର ଜନ୍ମାଷ୍ଟମୀ ଓ ନନ୍ଦ ଉତ୍ସବ…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri