କୃଷିଋଣ ଛାଡ, ପ୍ରବାସୀଙ୍କୁ ସହାୟତା ଦାବି

ଖଇରା,୨୮।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକ ସିପିଏମ ଆଞ୍ଚଳିକ କମିଟି ତରଫରୁ କରୋନା ଓ ବାତ୍ୟା ଅମ୍ପନରେ କ୍ଷତିଗ୍ରସ୍ତ ପାଇଁ ୭ଦଫା ଦାବି ନେଇ ଏକ ସ୍ମାରକ ପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ବିଡିଓ ଦେବେନ୍ଦ୍ର ପ୍ରସାଦ ବଳଙ୍କୁ ପ୍ରଦାନ କରାଯାଇଛି। କରୋନାରେ ଲକଡାଉନ ଯୋଗୁ ବାହାର ରାଜ୍ୟରେ ଫସିରହିଥିବା ଏବଂ ରାସ୍ତାରେ ବୁଢା ମା’ ବାପାଙ୍କୁ ଧରି ଚାଲି ଚାଲି ଘରକୁ ଫେରୁଥିବା ପ୍ରବାସୀ ଶ୍ରମିକଙ୍କୁ ଘରକୁ ଫେରାଇ ଆଣିବାର ବ୍ୟବସ୍ଥା, ବିନା ରାଶନ କାର୍ଡଧାରୀଙ୍କୁ ଖାଉଟି ସାମଗ୍ରୀ, ସମସ୍ତ ପ୍ରକାର କୃଷିଋଣଛାଡ, ଟ୍ୟାକ୍ସ ଦେଉ ନ ଥିବା ପରିବାରକୁ ମାସିକ ୭,୫୦୦ ଟଙ୍କା ଲେଖାଏ ଭତ୍ତା ପ୍ରଦାନ, ୧୫ଦିନ ମଧ୍ୟରେ ବାତ୍ୟା କ୍ଷତିଗ୍ରସ୍ତଙ୍କ କ୍ଷତି ଆକଳନ କରାଯାଇ କ୍ଷତିପୂରଣ ପ୍ରଦାନ ଆଦି ଲାଗି ଦାବିପତ୍ରରେ କୁହାଯାଇଛି । ସନ୍ତୋଷ ସାହୁଙ୍କ ନେତୃତ୍ୱରେ ଭଗବାନ ଦାସ, ବସନ୍ତ କୁମାର ମାଝୀ, ବଳରାମ ସାହୁ, କାହ୍ନୁଚରଣ ଖିଲାର ପ୍ରମୁଖ ବିଡିଓଙ୍କୁ ଭେଟି ଦାବି ସମ୍ପର୍କରେ ଆଲୋଚନା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

ପାଳନ ହେବ ଘୁମୁସର ଦିବସ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯିବ…

ଭଞ୍ଜନଗର,୬ା୯(ବାବୁଲା ପ୍ରଧାନ): ଘୁମୁସର ବିକାଶ ପରିଷଦର ଏକ ବୈଠକ ଭଞ୍ଜନଗରଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ପରିଷଦର ବରିଷ୍ଠ କର୍ମକର୍ତ୍ତା ସୋମନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଘୁମୁସର…

ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ହେଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦକ:  ଚାରିଆଡୁ ଛୁଟୁଛି ଶୁଭେତ୍ସାର ସୁଅ 

ଦିଗପହଣ୍ଡି,୬|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଥିବା ଜଣାପଡିଛି।…

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri