କୃଷିଋଣ ପରିଶୋଧ ଅବଧି ବୃଦ୍ଧି

ନୂଆଦିଲ୍ଲୀ,୩୧। ୩: କୋଭିଡ୍‌-୧୯ ଲକ୍‌ଡାଉନ କାରଣରୁ ଚାଷୀଙ୍କ ପାଇଁ ଫସଲ ଋଣ ପୁନଃ ପରିଶୋଧ ଅବଧି ବୃଦ୍ଧି ସମ୍ପର୍କରେ ସରକାର ଘୋଷଣା କରିଛନ୍ତି। ଏହା ସ୍ବଳ୍ପକାଳୀନ ସମୟ ଅବଧି ଋଣ ଉପରେ ଲାଗୁ ହୋଇପାରିବ। ୩୧ ମେ ୨୦୨୦ ପର୍ଯ୍ୟନ୍ତ ୨% ସୁଧଛାଡ଼ ଏବଂ ଚାଷୀଙ୍କୁ ୩% ତୁରନ୍ତ ପରିଶୋଧ ରିହାତି (ପିଆଇଆଇ) ଦେୟା ଅବଧି ବୃଦ୍ଧି ଲାଗି ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ବ୍ୟାଙ୍କ ପକ୍ଷରୁ ଚାଷୀଙ୍କୁ ଦିଆଯାଇଥିବା ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସମସ୍ତ ଫସଲ ଋଣ ଉପରେ ଏହି ସୁବିଧା ମିଳିବ। ୧ ମାର୍ଚ୍ଚରୁ ୩୧ ମେ ଅବଧି ପର୍ଯ୍ୟନ୍ତ ଦେୟଯୋଗ୍ୟ ଥିବା ଋଣ ଉପରେ ଏହି ରିହାତି ପ୍ରଦାନ କରାଯିବ। ଏବେ କଟକଣା ଲାଗି ଥିବାରୁ ଲୋକମାନେ ସେମାନଙ୍କ ଋଣ ପଇଠ କରିବାକୁ ଶାଖାକୁ ଯାଇ ପାରୁନାହାନ୍ତି। ଏହାବାଦ୍‌ କୃଷି ଉତ୍ପାଦ ମଧ୍ୟ ଠିକ୍‌ ସମୟରେ ବିକ୍ରି ହୋଇପାରୁନାହିଁ ଫଳରେ ଚାଷୀଙ୍କୁ ଅର୍ଥ ରାଶି ମିଳିପାରୁନାହିଁ। ଏଭଳି ବିଭିନ୍ନ ସମସ୍ୟାକୁ ଧ୍ୟାନରେ ରଖି ଚାଷୀଙ୍କ ଲାଗି ସୁବିଧା ଘୋଷଣା କରିଛନ୍ତି। ଚାଷୀମାନେ ୩୧ ମେ ୨୦୨୦ ପର୍ଯ୍ୟନ୍ତ ଏଭଳି ଋଣ ଉପରେ ବାର୍ଷିକ ୪.୦% ସୁଧହାରରେ ଋଣ ପରିଶୋଧ ଲାଗି ଅତିରିକ୍ତ ସମୟ ପାଇପାରିବେ। ଏଥିଲାଗି ସେମାନଙ୍କୁ କୌଣସି ଜରିମାନା ଦେବାକୁ ପଡିବ ନାହିଁ। ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଫସଲ ଋଣ ଉପରେ ବ୍ୟାଙ୍କଗୁଡିକ ପକ୍ଷରୁ ୨% ସୁଧ ରିହାତି ସୁବିଧା ଦେଉଛନ୍ତି। ଏହାଛଡା ନିର୍ଦ୍ଧାରିତ ସମୟରେ ଋଣ ପଇଠ ଉପରେ ଚାଷୀଙ୍କୁ ୩% ଅତିରିକ୍ତ ରିହାତି ସୁବିଧା ଦିଆଯାଉଛି। ଏହାଫଳରେ ଚାଷୀମାନେ ୪% ବାର୍ଷିକ ସୁଧହାରରେ କ୍ଷୁଦ୍ର ମିଆଦୀ ଋଣ ପାଇବାରେ ସକ୍ଷମ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍‌

ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ…

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

ଟ୍ରେନ୍‌ରେ ଅଧିକ ସାମଗ୍ରୀ ନେବା ହେଲା ସହଜ! କନ୍‌ଫର୍ମ ଟିକେଟ୍‌ରେ ଆରମ୍ଭ ହେଲା ଅନ୍‌ଲାଇନ୍ ଲଗେଜ୍ ବୁକିଂ

ନୂଆଦିଲ୍ଲୀ,୩୧।୭: ଭାରତୀୟ ରେଳ ୩୧ ଜୁଲାଇରୁ କନ୍‌ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍‌ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି।…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

E20 ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ବୟାନ! ପୁରୁଣା BS-3 ଗାଡ଼ିରେ ବଦଳାଇବାକୁ ପଡ଼ିପାରେ ଏସବୁ ପାର୍ଟସ୍

ନୂଆଦିଲ୍ଲୀ,୨୯।୭: ଯଦି ଆପଣଙ୍କ ପାଖରେ ୨୦୧୬ ମସିହା ପୂର୍ବରୁ ନିର୍ମିତ କୌଣସି BS-3 ମଡେଲର କାର୍ କିମ୍ବା ବାଇକ୍ ରହିଛି, ତେବେ ଏହି ଖବର ଆପଣଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri