କୃଷିଭବନକୁ ମନ୍ତ୍ରୀଙ୍କ ଅଚାନକ ଗସ୍ତ: ୫ ‘ଟି’ ସୂତ୍ର ଆଧାରରେ କାର୍ଯ୍ୟ କରିବାକୁ ଆହ୍ବାନ

ଭୁବନେଶ୍ୱର, ୨୭ା୭(ବ୍ୟୁରୋ): କୃଷିମନ୍ତ୍ରୀ ଅରୁଣ ସାହୁ ଶୁକ୍ରବାର କୃଷିଭବନକୁ ଅଚାନକ ଗସ୍ତ କରିଥିଲେ। ସେଠାରେ ପହଞ୍ଚିବା ପରେ ମୁଖ୍ୟ ଫାଟକ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ବିଳମ୍ବରେ ଆସୁଥିବା କର୍ମଚାରୀଙ୍କୁ ଭିତରକୁ ନ ଛାଡ଼ିବାକୁ କହିଥିଲେ। ଯେଉଁମାନେ ବିଳମ୍ବରେ ଅସିବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି। ଏହାପରେ ସେ କର୍ମଚାରୀଙ୍କ ସହିତ ନିଆରା ଢଙ୍ଗରେ ମତ ବିନିମୟ କରିଥିଲେ। ସମ୍ମିଳନୀ କକ୍ଷ ନୁହେଁ ବରଂ କୃଷିଭବନର ଲବିରେ ମନ୍ତ୍ରୀ ଛିଡ଼ା ହୋଇ ଆଲୋଚନା କରିଥିଲେ। ମନ୍ତ୍ରୀଙ୍କ ଅଚାନକ ଗସ୍ତ ଓ ଏଭଳି ଢଙ୍ଗରେ ଆଲୋଚନା ସମସ୍ତଙ୍କୁ ଚକିତ କରିଥିଲା।
ରାଜ୍ୟରେ କୃଷି କ୍ଷେତ୍ରରେ ଉଲ୍ଲେଖନୀୟ ଅଗ୍ରଗତି ଘଟିଛି। ରାଜ୍ୟରେ ସୁଶାସନ ପ୍ରତିଷ୍ଠା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ୫‘ଟି’ ସୂତ୍ର ଆଧାରରେ ସମସ୍ତ କାର୍ଯ୍ୟ କରି କୃଷିକ୍ଷେତ୍ରରେ ଅଦ୍ଭୁତ ପୂର୍ବ ସଫଳତା ଆଣିବା ପାଇଁ ମନ୍ତ୍ରୀ କର୍ମଚାରୀମାନଙ୍କୁ ଆହ୍ବାନ ଦେଇଥିଲେ। କୃଷି ବିକାଶକୁ ତ୍ବରାନ୍ବିତ କରିବା ଏବଂ କୃଷକର ଆୟ ବୃଦ୍ଧି ନିମନ୍ତେ ୨୦୧୯ରେ ସରକାର ଏକ କ୍ରିୟାଶୀଳ କୃଷିନୀତି ପ୍ରଣୟନ କରିବାକୁ ଯାଉଛନ୍ତି ବୋଲି ମନ୍ତ୍ରୀ କହିଥିଲେ। ଏହି ଅବସରରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଡ. ସୌରଭ ଗର୍ଗ କହିଥିଲେ, କୃଷି ଓ କୃଷକ ସଶକ୍ତୀକରଣ ବିଭାଗରେ ୫‘ଟି’ ସୂତ୍ରକୁ କାର୍ଯ୍ୟକାରୀ କରିବା ପାଇଁ ଏକ କାର୍ଯ୍ୟଖସଡ଼ା ପ୍ରସ୍ତୁତ କରାଯାଇଛି। ଏହାଦ୍ବାରା କାର୍ଯ୍ୟକ୍ଷେତ୍ରରେ ଗୁଣାତ୍ମକ ପରିବର୍ତ୍ତନ ଅଣାଯାଇପାରିବ ଓ କୃଷକମାନେ ଉପକୃତ ହୋଇପାରିବେ। ଶେଷରେ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଏମ୍‌. ମୁଥୁକୁମାର ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri