କୃଷି, ଆଇନଶୃଙ୍ଖଳା ପ୍ରସଙ୍ଗ ନେଇ ସରକାରଙ୍କୁ ଘେରିବ କଂଗ୍ରେସ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ):କୃଷି, କୃଷକ ସମସ୍ୟା, ବେକାରି, ଆଇନଶୃଙ୍ଖଳା, ନାରୀ ସୁରକ୍ଷା, ଦୁର୍ନୀତି ଆଦି ପ୍ରସଙ୍ଗକୁ ନେଇ କଂଗ୍ରେସ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛି। ମଙ୍ଗଳବାର ଅପରାହ୍ନରେ ବିଧାନସଭା ପରିସରରେ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ଅଧ୍ୟକ୍ଷତାରେ କଂଗ୍ରେସ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ଶେଷରେ ଗଣମାଧ୍ୟମକୁ ସୂଚନା ଦେଇ ନରସିଂହ କହିଛନ୍ତି, ରାଜ୍ୟରେ କୃଷି ଓ କୃଷକର ଅବସ୍ଥା ଭଲ ନାହିଁ। ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇ ପଡିଛି। ୫-ଟି ପ୍ରହସନ ପାଲଟିଛି। ମୁଖ୍ୟମନ୍ତ୍ରୀଙ୍କୁ ଆହ୍ବାନ କରିବୁ। କେଉଁଠି ପିସି କାରବାର ହେଉଛି ତାହା ଆମେ ପ୍ରମାଣ ଦେବୁ ବୋଲି ସେ କହିଛନ୍ତି। ରାଜ୍ୟରେ ନାବାଳିକା ନିର୍ଯାତନା ସୀମା ଟପିଲାଣିି। ସ୍କୁଲରେ ଶିକ୍ଷକ, ଡାକ୍ତରଖାନାରେ ଡାକ୍ତର ନାହାନ୍ତି। ବେକାରି ସମସ୍ୟା ଚରମ ସୀମାରେ ପହଞ୍ଚିଲାଣି। ନିଯୁକ୍ତି ନ ପାଇ ବେକାର ଯୁବକମାନେ ନିଶାଗ୍ରସ୍ତ ହେଉଛନ୍ତି। କାମଧନ୍ଦା ନ ପାଇ ଗରିବ ଲୋକମାନେ ଅନ୍ୟ ରାଜ୍ୟକୁ ଦାଦନ ଖଟିବାକୁ ଯାଉଛନ୍ତି। ଏଥିସହିତ ଯାଜପୁର ଜିଲାରେ ପଞ୍ଚାୟତ ନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ଆତ୍ମହତ୍ୟା ପ୍ରସଙ୍ଗକୁ ନେଇ ସରକାରଙ୍କ ଠାରୁ କୈଫିୟତ ତଲବ କରାଯିବ ବୋଲି ନରସିଂହ କହିଛନ୍ତି। ବଲାଙ୍ଗୀର ଜିଲାରେ ଗୋଟିଏ ଦିନରେ ୫୯୦ ମିଲିମିଟର ବର୍ଷା ହେଲା। ବନ୍ୟା ପରିସ୍ଥିତି ସୃଷ୍ଟି ହେଲା। ୧୦୦୦ କୋଟି ମଗାଯାଇଥିଲା। ମିଳିଲା ମାତ୍ର ୪୦ କୋଟି। ପଶ୍ଚିମ ଓଡ଼ିଶା ପ୍ରତି ବୈମାତୃକ ମନୋଭାବ ପୋଷଣ କରାଯାଇଛି। ଏ ସମସ୍ତ ବିଷୟକୁ ବିଧାନସଭାରେ ଉଠାଇ ସରକାରଙ୍କୁ ଘେରିବାକୁ କଂଗ୍ରେସ ଯୋଜନା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri