କୃଷି କର୍ମଚାରୀ ସଦର ମହକୁମା ନ ଛାଡ଼ିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୮।୫(ବ୍ୟୁରୋ): ଚଳିତ ଖରିଫ୍‌ ଋତୁରେ ଚାଷୀଙ୍କୁ ଉନ୍ନତ ବିହନ, ସାର ଓ କୃଷି ସାମଗ୍ରୀ ଯୋଗାଇବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନିଆଯାଇଛି। ଚାଷୀମାନେ ଯେପରି ସୁବିଧାରେ ଆବଶ୍ୟକତା ଅନୁସାରେ ଏସବୁ ପାଇପାରିବେ ସେଥିନିମନ୍ତେ ତଦାରଖ କାର୍ଯ୍ୟକୁ ବ୍ୟାପକ କରିବକୁ ଜିଲା ଦାୟିତ୍ୱରେ ଥିବା ନୋଡାଲ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ଅରୁଣ କୁମାର ସାହୁ କହିଛନ୍ତି। ଏଥିସହିତ କରୋନା ପରିପ୍ରେକ୍ଷୀରେ ଖରିଫ୍‌ ଚାଷର ଗୁରୁତ୍ୱକୁ ଦୃଷ୍ଟିରେ ରଖି କୃଷି ଅଧିକାରୀ ଓ କର୍ମଚାରୀଙ୍କୁ ସଦର ମହକୁମା ଛାଡ଼ି ନ ଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଖିଲାପ କଲେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ବୁଧବାର କୃଷି ଭବନଠାରେ ବିଭାଗୀୟ ବରିଷ୍ଠ ଅଧିକାରୀ ଓ ଜିଲା ଦାୟିତ୍ୱରେ ଥିବା ନୋଡାଲ ଅଧିକାରୀଙ୍କୁ ନେଇ ଅନୁଷ୍ଠିତ ବୈଠକରେ ମନ୍ତ୍ରୀ ଏହା କହିଛନ୍ତି।
ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ସାହୁ ବିହନ ଓ ସାର ଯୋଗାଣର ସମୀକ୍ଷା କରିଥିଲେ। ଜୁନ ୧ରୁ ୧୦ ମଧ୍ୟରେ ସମସ୍ତ ନୋଡାଲ ଅଧିକାରୀ ଦାୟିତ୍ୱରେ ଥିବା ଜିଲା ପରିଦର୍ଶନ କରି ତୃଣମୂଳ ସ୍ତରରେ ଚାଷ କାର୍ଯ୍ୟରେ ଉପୁଜୁଥିବା ସମସ୍ୟାର ସମାଧାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ବିହନ, ସାର ଓ ଅନ୍ୟାନ୍ୟ କୃଷି ସାମଗ୍ରୀର ଯୋଗାଣକୁ ନିଶ୍ଚିତ କରିବା ପାଇଁ ନୋଡାଲ ଅଧିକାରୀଙ୍କୁ କୁହାଯାଇଛି। ପ୍ରତି ପଞ୍ଚାୟତରେ ହ୍ବାଟ୍ସଆପ୍‌ ଗ୍ରୁପ ଗଠନ କରି ଏଥିରେ ଅଧିକରୁ ଅଧିକ ଚାଷୀଙ୍କୁ ସାମିଲ କରିବା ପାଇଁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏଥିସହିତ କୋଭିଡ୍‌-୧୯ ସଂକ୍ରମଣ ଏଡାଇବାକୁ ଅଧିକାରୀ ଓ କର୍ମଚାରୀମାନେ କାର୍ଯ୍ୟକ୍ଷେତ୍ରରେ ସାମାଜିକ ଦୂରତ୍ୱ, ମାସ୍କ ପରିଧାନ ଓ ସାନିଟାଇଜର ବ୍ୟବହାର ଆଦିକୁ ଅନୁପାଳନ କରିବାକୁ ମନ୍ତ୍ରୀ କହିଛନ୍ତି। ବୈଠକରେ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ସ୍ବତନ୍ତ୍ର ଶାସନ ସଚିବ ସୁରେଶ କୁମାର ବଶିଷ୍ଠ, କୃଷି ଓ ଖାଦ୍ୟ ଉତ୍ପାଦନର ନିର୍ଦ୍ଦେଶକ ଡ. ଏମ୍‌. ମୁଥୁକୁମାରଙ୍କ ସମେତ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri