କୃଷି ବିଭାଗ କର୍ମଚାରୀ ବୋଲି ପରିଚୟ ଦେଇ ଶିକ୍ଷକଙ୍କଠାରୁ ୪ ଲକ୍ଷ ଠକେଇ

ହାଟଡିହୀ,୨୮ା୧(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଗେଡମା ଗ୍ରାମର ଜଣେ ଅବସରପ୍ରାପ୍ତ ଶିକ୍ଷକ ୪ ଲକ୍ଷ ଟଙ୍କା ଠକେଇର ଶିକାର ହୋଇଛନ୍ତି। ଏନେଇ ନନ୍ଦିପଦା ଥାନାରେ ଏକ ମାମଲା (ନଂ.୭/୨୦୨୦) ଦାୟର ହୋଇଛି। ଅଭିଯୋଗ ଅନୁସାରେ ଜଣେ ବ୍ୟକ୍ତି ଶିକ୍ଷକ ଲକ୍ଷ୍ମୀଧର ସାହୁଙ୍କ ଘରକୁ ଯାଇ ନିଜକୁ କୃଷି ବିଭାଗର କର୍ମଚାରୀ ବୋଲି ପରିଚୟ ଦେଇଥିଲେ। ତୁମ ପଞ୍ଚାୟତରେ କୃଷି ଯନ୍ତ୍ରପାତି ଅଫିସ ଖୋଲାଯିବ ଏବଂ ତୁମକୁ ଜଣେ ଅବସରପ୍ରାପ୍ତ ବ୍ୟକ୍ତି ହିସାବରେ ମୁଖ୍ୟ ଦାୟିତ୍ୱ ଦିଆଯିବ ମଧ୍ୟ କହିଥିଲେ। ଏଥିପାଇଁ ଗୋଟିଏ ୧ ହଜାର ଟଙ୍କାର ହାଟଡିହୀ ବ୍ୟାଙ୍କ ଅଫ ଇଣ୍ଡିଆ ଚେକ ଶିକ୍ଷକଙ୍କ ଠାରୁ ନେଇଥିଲେ। ପରେ ଶିକ୍ଷକଙ୍କ ସନ୍ଦେହ ହେବାରୁ ହାଟଡିହୀ ବ୍ୟାଙ୍କ ଅଫ ଇଣ୍ଡିଆକୁ ଯାଇ ବୁଝାବୁଝି କରିଥିଲେ। ଶିକ୍ଷକଙ୍କ ପାସବହିରୁ ୪ ଲକ୍ଷ ୧୦ ହଜାର ଟଙ୍କା ଯାଜପୁର ଜିଲା କୋରାବନ୍ଦି ସାହାଡାକୋଲି ଗ୍ରାମର ଜଣେ ବ୍ୟକ୍ତିଙ୍କ ରଗୁଡି ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରେ ଥିବା ପାସବହିକୁ ଟ୍ରାନ୍ସଫର ହୋଇଥିବା ଜଣାପଡିଲା। ପୋଲିସ ଘଟଣାର ତଦନ୍ତ ଜାରି ରଖିଛି। ଅଦ୍ୟାବଧି ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିପାରି ନ ଥିବା ବେଳେ ବ୍ୟାଙ୍କ ସିସିଟିଭି ଯାଞ୍ଚ ନିମନ୍ତେ ଦାବି ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି କଲେଜରେ ନବାଗତ ଛାତ୍ରୀଛାତ୍ରଙ୍କ ଅଭିମୁଖୀକରଣ କାର୍ଯ୍ୟକ୍ରମ: ଛାତ୍ରୀଛାତ୍ରଙ୍କୁ ଦିଆଗଲା ଏହି ପରାମର୍ଶ

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ପରିସରରେ ସୋମବାର ଯୁକ୍ତ ୩ ପ୍ରଥମ ବର୍ଷର ନବାଗତ ଛାତ୍ରୀଛାତ୍ରଙ୍କ ପାଇଁ ଏକ ଅଭିମୁଖୀକରଣ…

ଦାଦନ ଖଟିବାକୁ ଯାଇଥିଲେ , ଶବ ହେଇ ଘରକୁ ଫେରିଲେ: କାନ୍ଦ ବୋବାଳିରେ ଫାଟିପଡୁଛି ଗାଁ ଦାଣ୍ଡ

ଲାଞ୍ଜିଗଡ଼, ୩।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ କାମ ନପାଇ ହଜାର ହଜାର ସଂଖ୍ୟାରେ ଲୋକେ ବିଭିନ୍ନ ରାଜ୍ୟକୁ ଦାଦନ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲିଲେ ମନମୋହନ, କ୍ଷତିଗ୍ରସ୍ତଙ୍କୁ ଦେଲେ ଆଶ୍ୱାସନା

ଚାନ୍ଦବାଲି,୩।୮(କିଷାନ ପାତ୍ର): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ସୋମବାର ଭଦ୍ରକ ଜିଲାର ବନ୍ୟା ପ୍ରଭାବିତ ଚାନ୍ଦବାଲି ଅଞ୍ଚଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଖେରଙ୍ଗ ଓ…

ବିସ୍ଥାପିତ ନୀତି କାର୍ଯ୍ୟକାରୀ କରାଯାଉ: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଛତ୍ରପୁର,୩।୮(ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ): ଆଇଆରଇଏଲ୍‌ ପକ୍ଷରୁ ବିସ୍ଥାପିତ ନୀତିକୁ ତୁରନ୍ତ କାର୍ଯ୍ୟକାରୀ କରିବା, ଚିହ୍ନଟ ଜାଗାରେ ଘର ନିର୍ମାଣ ସହ ପୁର୍ନବାସ ବ୍ୟବସ୍ଥା କରିବା ସହିତ ୨୦୧୮ରେ…

ମୁମ୍ବାଇରେ ଦିଗପହଣ୍ଡି ଦାଦନ ଶ୍ରମିକଙ୍କ ମୃତ୍ୟୁ; ବିଧାୟକ ଙ୍କ ହସ୍ତକ୍ଷେପ ପରେ ଅଣାଯାଉଛି ମୃତଦେହ, ଗାଁରେ ଶୋକାକୁଳ ପରିବେଶ 

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକରେ ଏକ ଦୁଃଖଦ ଘଟଣା ଘଟିଯାଇଛି । ଦାଦନ ଖଟିବାକୁ ଯାଇ ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି…

ଧରିତ୍ରୀର ପ୍ରଭାବ: ପିଲାସାଲୁଙ୍କି କେନାଲରେ ଛଡ଼ାଯିବ ପାଣି

ଖଜୁରୀପଡ଼ା,୩।୮(ବିଦୁର ବେହେରା): ପିଲାସାଲୁଙ୍କି ଡ୍ୟାମ କେନାଲ ପାଣିକୁ ନେଇ ଚାଷୀଙ୍କ ଅସନ୍ତୋଷ ଏବଂ ସମସ୍ୟା ସମ୍ପର୍କରେ ଗତ ଜୁଲାଇ ୩୧ ତାରିଖରେ ’ଧରିତ୍ରୀ’ରେ ଖବର ପ୍ରକାଶ ପାଇବା…

ଛାତିଥରା ଘଟଣା…ସ୍କୁଲରେ ପଶି ଶିକ୍ଷୟିତ୍ରୀଙ୍କୁ ଛୁରାମାଡ଼ କଲେ ଦୁର୍ବୃତ୍ତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୮: ହରିୟାଣାର ଫରିଦାବାଦ ଜିଲାର ସିକରୌନା ଗାଁରେ ଥିବା ଏକ ସ୍କୁଲରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ଜଣେ ମୁଖା ପିନ୍ଧିଥିବା ଯୁବକ ସ୍କୁଲ ପରିସରକୁ…

ବିଶ୍ବ ବାଣିଜ୍ୟ ଦିବସ: ଆଧୁନିକ ଭାରତ ନିର୍ମାଣରେ ରହିଛି ଗୁରୁତ୍ୱପୂର୍ଣ୍ଣ ଭୂମିକା

ଛତ୍ରପୁର,୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ପରିସର ସ୍ଥିତ ସମ୍ମିଳନୀ କକ୍ଷରେ ସୋମବାର ସ୍ନାତକୋତ୍ତର ବାଣିଜ୍ୟ ବିଭାଗ ପକ୍ଷରୁ ମହାବିଦ୍ୟାଳୟ ଅଧ୍ୟକ୍ଷ ଡ. ଅଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri