କୃଷି, ଶିଳ୍ପ, ଶ୍ରମଭିତ୍ତିକ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଗୁରୁତ୍ୱ

କେନ୍ଦୁଝର,୬ା୫(ସ୍ବ.ପ୍ର/ଡି.ଏନ୍‌.ଏ.)-କେନ୍ଦୁଝର ଜିଲାରେ ମହାମାରୀ କରୋନାର ପ୍ରତିରୋଧ ପାଇଁ ନିଆଯାଇଥିବା ପଦକ୍ଷେପର ତଦାରଖ ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ନିଯୁକ୍ତ ନୋଡାଲ୍‌ ଅଫିସର ଜଳସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ସୁରେନ୍ଦ୍ର କୁମାର ଏବଂ ହସ୍ତତନ୍ତ ଓ ବୟନଶିଳ୍ପ ବିଭାଗର ସ୍ବତନ୍ତ୍ର ଶାସନ ସଚିବ ଶ୍ରୀକାନ୍ତ ପୃଷ୍ଟି ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସିଥିଲେ। ଏହି ଦୁଇ ଅଧିକାରୀ ଜିଲାର ବିଭିନ୍ନ ବ୍ଲକ୍‌ ପରିଦର୍ଶନ କରିବା ସହ ପ୍ରଶାସନ ପକ୍ଷରୁ ନିଆଯାଇଥିବା ପଦକ୍ଷେପର ତଦାରଖ ଓ ସମୀକ୍ଷା କରିଥିଲେ। ଏହି ପରିପ୍ରେକ୍ଷୀରେ ଜିଲାରେ କୃଷି, ଶିଳ୍ପ ଓ ଶ୍ରମଭିତ୍ତିକ କାର୍ଯ୍ୟକୁ ଅଧିକ ତ୍ୱରାନ୍ବିତ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି।
ସନ୍ଧ୍ୟାରେ ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ଦରବାର ହଲ୍‌ଠାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଜିଲାପାଳ ଆଶିଷ ଠାକରେ ମହାମାରୀ କରୋନାର ପ୍ରତିରୋଧ ପାଇଁ ଜିଲା ପ୍ରଶାସନ ତରଫରୁ ନିଆଯାଇଥିବା ବହୁବିଧ ପଦକ୍ଷେପ ସମ୍ପର୍କରେ ଅବଗତ କରାଇଥିଲେ। ବୈଠକରେ ପ୍ରମୁଖ ଶାସନ ସଚିବ ଏସ୍‌. କୁମାର ଉଦ୍‌ବୋଧନ ଦେଇ ରବି ଫସଲର ସ୍ଥିତି ଓ ଫସଲ ସଂଗ୍ରହ ସମ୍ପର୍କରେ ସମୀକ୍ଷା କରି ଖରିଫ୍‌ ଚାଷ ପାଇଁ ଯଥାଯଥ ଯୋଜନା ଓ କୌଶଳ ପ୍ରସ୍ତୁତ କରିବା ପାଇଁ ମୁଖ୍ୟ ଜିଲା କୃଷି ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏତଦ୍‌ବ୍ୟତୀତ ଉଦ୍ୟାନ କୃଷି କାର୍ଯ୍ୟକ୍ରମ ଜରିଆରେ ଚାଷୀମାନେ କିପରି ଉପକୃତ ହୋଇପାରିବେ ସେଥିପାଇଁ ପଦକ୍ଷେପ ନେବାକୁ ଉଦ୍ୟାନ ବିଭାଗ ଉପନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଥିଲେ।
ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଏସ୍‌.ପି. ମିତ୍ରଭାନୁ ମହାପାତ୍ର, ପିଡି ଡିଆରଡିଏ ଡ. ଉଦ୍ଧବ ଚନ୍ଦ୍ର ମାଝୀ, ଅତିରିକ୍ତ ଜିଲାପାଳ ଡ.ଭକ୍ତଚରଣ ପ୍ରଧାନ, ଅତିରିକ୍ତ ଜିଲାପାଳ(ରାଜସ୍ବ) ସନ୍ତୋଷ କୁମାର ନାୟକ, ଜିଲା ସହରାଞ୍ଚଳ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଘାସିନାଥ ମୁର୍ମୁ, ଜିଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡା. ଅଶୋକ କୁମାର ଦାଶ, କେନ୍ଦୁଝର ଉପଜିଲାପାଳ ରାମଚନ୍ଦ୍ର କିସ୍କୁ,ଏଡିପିଏଚ୍‌ଓ(ଭିବିଡି) ଡା.ଦେବେନ ଦାସଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଯୋଗ ଦେଇଥିଲେ। ସୂଚନାଯୋଗ୍ୟ ଯେ, ସମୀକ୍ଷା ବୈଠକ ପୂର୍ବରୁ ଅଧିକାରୀ ଦ୍ୱୟ ଆନନ୍ଦପୁର ଏବଂ ଚମ୍ପୁଆ ଉପଖଣ୍ଡର ବିଭିନ୍ନ ବ୍ଲକ୍‌ ଗସ୍ତ କରି କେତେକ କ୍ୱାରାଣ୍ଟାଇନ୍‌ ସେଣ୍ଟର ପର୍ଯ୍ୟବେକ୍ଷଣ କରିଥିଲେ ଏବଂ ଚମ୍ପୁଆଠାରେ ବର୍ଡର ଚେକ୍‌ ପୋଷ୍ଟ ତଦାରଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ନର୍ଲା ବିଧାୟିକା: ୩୦୦ ପରିବାରଙ୍କୁ ଦେଲେ…

କେସିଙ୍ଗା, ୩୧।୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ଜୁଲାଇ ମାସର ଶେଷ ସପ୍ତାହରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବେଲଖଣ୍ଡି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ପାରମ୍ପରିକ ବ୍ରହ୍ମପୁର ପାଟବସ୍ତ୍ର ପ୍ରଦର୍ଶନ ଉତ୍ସବର ସ୍ମରଣିକା ‘ଲାବଣ୍ୟ’ ଉନ୍ମୋଚିତ

ଛତ୍ରପୁର, ୩୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଜ୍ୟରେ ପ୍ରଥମ ଥର ପାଇଁ ବ୍ରହ୍ମପୁର ପାଟବୁଣାକାରଙ୍କୁ ସମର୍ପିତ ତଥା ପାରମ୍ପରିକ ପାଟବସ୍ତ୍ରରେ ନିର୍ମିତ ବିଭିନ୍ନ ପୋଷାକର ପ୍ରଦର୍ଶନୀ ଉତ୍ସବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri