କୃଷି ସରଞ୍ଜାମ ମହଜୁଦ ସମ୍ପର୍କରେ ଯାଞ୍ଚ କଲେ ଜିଲାପାଳ

ଶେରଗଡ଼,୨୨ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ଗସ୍ତରେ ଆସି ଶୁକ୍ରବାର ଜିଲାପାଳ ବ୍ଲକ କାର୍ଯ୍ୟ ସମୀକ୍ଷା କରିଥିଲେ। ଏଥିସହ କୃଷି ସରଞ୍ଜାମ ଯଥା ସାର, ବିହନ ଠିକଭାବେ ମହଜୁଦ ଅଛି ନା ନାହିଁ ପଚାରି ବୁଝିଥିଲେି। ଏ ନେଇ ଶନିବାର ବ୍ଲକ କୃଷି ବିଭାଗ ତପ୍ତର ହୋଇ ଉଠିଛି।
ଯାଞ୍ଚ ନିମନ୍ତେ କୃଷି ଓ ରାଜସ୍ବ ବିଭାଗ ପକ୍ଷରୁ ଏକ ଟିମ୍‌ ଗଠନ କରାଯାଇଥିଲା। ଉକ୍ତ ଟିମରେ ଶେରଗଡ଼ ତହସିଲଦାର ଡ. ଦୟାସିନ୍ଧୁ ପରିଡ଼ା ଓ ସହକାରୀ କୃଷି ଅଧିକାରୀ ସୁବ୍ରତ କୁମାର ବାରିକ, ପିତଳ ସହକାରୀ କୃଷି ଅଧିକାରୀ ବିଶ୍ୱନାଥ ବେହେରା କରି ବ୍ଲକର କରଡ଼ାକଣା ସେବା ସମବାୟ ସମିତି ଅଚାନକ ପରିଦର୍ଶନ କରିଥିଲେ। ଗୋଦାମ ଗୃହ ଯାଞ୍ଚ ସହ ବିହନ ସାର ଷ୍ଟକ ଦେଖିଥିଲେ। କେତେକ ଚାଷୀଙ୍କୁ ଭେଟି ସାର ମିଳୁଛି ନା ନାହିଁ ତାଙ୍କର ମତାମତ ନେଇଥିଲେ। ପରେ ପିତଳ ସେବା ସମବାୟ ସମିତି ପରିଦର୍ଶନ କରିଥିଲେ। ପରିଦର୍ଶନ ସମୟରେ ସାର, ବିହନ ରେଜିଷ୍ଟର ତଦନ୍ତ କରିଥିଲେ। କରଡ଼ାକଣାଠାରେ ସମ୍ପାଦକ ପ୍ରଫୁଲ୍ଲ କୁମାର ମଳିକ ଉପସ୍ଥିତ ଥିଲେ। ସାର ବିହନ ଯେପରି କଳା ବଜାର ନ ହୁଏ, ତହସିଲଦାର ପରିଡା ସେଥିପ୍ରତି ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ଟେନସା/ବଣାଇଁ,୧୧।୪(ସମୀର କୁମାର ପାଢ଼ୀ/ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଷସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri