ବଇଣ୍ଡା,୨୮।୨(ଡି.ଏନ.ଏ.) – ତାଳଚେର-ସମ୍ବଲପୁର ରେଳପଥର କିଶୋରନଗର ବ୍ଲକ କୃଷ୍ଣପୁର ଲେଭଲ କ୍ରସିଂଠାରେ ଏକ ଫ୍ଲାଏ ଓଭରବ୍ରିଜ୍ ନିର୍ମାଣ କରିବା ପାଇଁ ରେଳମନ୍ତ୍ରୀ ପୀୟୂଷ ଗୋଏଲ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏଙ୍କ ନିକଟକୁ ଏକ ଚିଠି (ନଂ. ଏ-୬୬୮ ତା. ୩୦।୧।୨୦୨୦) ଆସିଛି। ଖୁବଶୀଘ୍ର ସ୍ଥାନୀୟ ଅଞ୍ଚଳବାସୀଙ୍କ ସମସ୍ୟା ଦୂର ହେବ ବୋଲି ରେଳମନ୍ତ୍ରୀ ଗୋଏଲ ଉକ୍ତ ଚିଠିରେ ବିଧାୟକଙ୍କୁ ଅବଗତ କରିଛନ୍ତି।
ଘଟଣାରୁ ଜଣାପଡ଼ିଛି, କୃଷ୍ଣପୁର ଲେଭଲ କ୍ରସିଂକୁ ଉଚ୍ଛେଦ କରିବା ପାଇଁ ରେଳ ବିଭାଗ ପକ୍ଷରୁ ୨୦୧୮ ଓ ୨୦୧୯ରେ ଜୋରଦାର ଉଦ୍ୟମ ଚଳାଇଥିବାବେଳେ ଏହାକୁ ନେଇ ସ୍ଥାନୀୟ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ୨ ଥର ଆନ୍ଦୋଳନ ମଧ୍ୟ କରାଯାଇଥିଲା। ପରେ ଏ ନେଇ ଆଠମଲ୍ଲିକ ବିଧାୟକ ସାଏ ତା. ୧୧।୧।୨୦୨୦ରେ କୃଷ୍ଣପୁର ନିକଟସ୍ଥ ରେଳ ଧାରଣା ଉପରେ ଏକ ଫ୍ଲାଏ ଓଭର ବ୍ରିଜ ନିର୍ମାଣ କରିବା ପାଇଁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ। ଉକ୍ତ ଚିଠିରେ ବିଧାୟକ ଦର୍ଶାଇଥିଲେ, ଏହି ରେଳ ଧାରଣା ଦେଇ ପ୍ରତିଦିନ ଦେହୁରି ସାହି, କୁଆଝରୀ, ବଡ଼ବାହାଳ, ଆମ୍ବମୁଣ୍ଡା, ଚୁଳିଆପୁର, ପାଗବନ୍ଧା, ପୁରୁଣାପାଣି ଆଦି ୭ଟି ଗ୍ରାମବାସୀ ଯାତାୟାତ କରୁଛନ୍ତି। ଏମାନଙ୍କ ସୁରକ୍ଷା ପାଇଁ ଫ୍ଲାଏ ଓଭର ବ୍ରିଜର ଆବଶ୍ୟକତା ରହିଛି। ହେଲେ ରେଳ ବିଭାଗ ଫ୍ଲାଏ ଓଭର ବ୍ରିଜ ନିର୍ମାଣ ପରିବର୍ତ୍ତେ ଫାଟକ ବନ୍ଦ କରିଦେବାକୁ ଯୋଜନା କରୁଥିବାରୁ ସ୍ଥାନୀୟ ଲୋକେ ଏହାକୁ ବିରୋଧ କରୁଛନ୍ତି। ଏହି ଫାଟକକୁ ସମ୍ପୂର୍ଣ୍ଣ ବନ୍ଦ କରି ଅନ୍ୟ ଏକ ରାସ୍ତା ଦେଇ ଯିବା ଆସିବା ପାଇଁ ଗ୍ରାମବାସୀଙ୍କୁ ରେଳ ବିଭାଗ ପକ୍ଷରୁ କୁହାଯାଉଥିବା ଯୋଗୁ ଗ୍ରାମବାସୀ ଆନ୍ଦୋଳନ କରିଥିଲେ। ତୁରନ୍ତ ରେଳବିଭାଗ ପକ୍ଷରୁ କୃଷ୍ଣପୁରଠାରେ ଫ୍ଲାଏ ଓଭର ବ୍ରିଜ ନିର୍ମାଣ କରିବା ପାଇଁ ବିଧାୟକ ସାଏ ଚିଠିରେ ଉଲ୍ଲେଖ କରିଥିଲେ। ବିଧାୟକଙ୍କ ଏଭଳି ପଦକ୍ଷେପକୁ କୃଷ୍ଣପୁର ସହ ୮ଟି ଗ୍ରାମବାସୀ ସ୍ବାଗତ କରିଛନ୍ତି।
Posted inଅନୁଗୋଳ, ଆମ ଜିଲା ଖବର View All
ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ
ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…
ଚୋର-ପୋଲିସ୍ର ଖେଳ ସୋସିଆଲ୍ ମିଡିଆରେ ଭାଇରାଲ୍: ଚାରି ଥାନାର ପୋଲିସ୍କୁ ପାଣି ପିଆଇ…
ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍ ଲଢ଼େଇ ଏବେ ସୋସିଆଲ୍ ମିଡିଆରେ ଖୁବ୍ ଭାଇରାଲ୍ ହେବାରେ ଲାଗିଛି। ଗତ ଶୁକ୍ରବାର…
ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ
ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…
ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ
ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…
ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…
ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…
ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ
ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…
ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….
କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…
ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର
ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…
Archives

