କେଉଁଠି ରଖିବେ କରୋନା ସଂକ୍ରମିତ ବ୍ୟକ୍ତି ବ୍ୟବହାର କରିଥିବା ବାସନ, ଲୁଗାପଟା

ନୂଆଦିଲ୍ଲୀ,୧୪।୫: କରୋନା ସଂକ୍ରମଣ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୂରେଇବା ପାଇଁ ହେଲେ ମୁଖ୍ୟତଃ ସଫା ସୁତୁରା ରହିବା ସହ ସୋସିଆଲ ଡିଷ୍ଟାନସିଂକୁ ଗୁରୁତ୍ୱ ଦେବାକୁ କୁହାଯାଉଛି। ଏବେ କରୋନା ସଂକ୍ରମିତ ରୋଗୀଙ୍କର ଚିକିତ୍ସା ହସ୍ପିଟାଲରେ କରାଯାଉଥିବା ବେଳେ ଯେଉଁମାନଙ୍କଠାରେ ହାଲୁକା ଲକ୍ଷଣ ଦେଖାଯାଉଛି ସେମାନଙ୍କୁ ଘରେ ରହିବାକୁ ଅନୁମତି ପ୍ରଦାନ କରାଯାଇଛି। ଘରେ କ୍ୱାରାଣ୍ଟାଇନ ବା ଆଇସୋଲେଶନରେ ଥିବା ଲୋକଙ୍କର ସ୍ବତନ୍ତ୍ର ଯତ୍ନ ନେବାକୁ କୁହାଯାଇଥିବା ବେଳେ ଅନେକଙ୍କ ମନରେ ପ୍ରଶ୍ନ ଉଠୁଛି କି ଏମାନେ ବ୍ୟବହାର କରୁଥିବା ଲୁଗାପଟା ଓ ବାସନ କୁସନକୁ କେଉଁଠି ରଖିବେ। କାରଣ ଏସବୁ ସଂକ୍ରମିତ ହୋଇଥିବ ନିଶ୍ଚୟ। ଅନେକଙ୍କ ମନରେ ଏବେବି ଭ୍ରମ ଧାରଣା ରହିଛି କି କରୋନା ସଂକ୍ରମିତ ରହୁଥିବା ଘରର ବାୟୁ ଚଳାଚଳ ହେଲେ ଏହା ଶୀଘ୍ର ସଂକ୍ରମଣ କରିପାରେ। ହେଲେ ଏମାନେ ରହୁଥିବା ଘରର କବାଟ ଝରକା ଖୋଲା ରଖିବା ସହ ମୁକ୍ତ ବାୟୁ ଚଳାଚଳ ଓ ଆଲୋକ ଏମାନଙ୍କୁ ଶୀଘ୍ର ସୁସ୍ଥ କରିବାରେ ସହାୟକ ହେବ ବୋଲି ବିଶେଷଜ୍ଞମାନେ କହିଛନ୍ତି। ତେବେ କରୋନା ସଂକ୍ରମିତ ବ୍ୟବହାର କରିଥିବା ବାସନ ଓ ଲୁଗାପଟାକୁ ଉଷୁମ ପାଣିରେ ଗ୍ଲୋଭସ୍‌ ପିନ୍ଧି ସାବୁନ ବା ଡିଟରଜେଣ୍ଟ ପାଉଡରରେ ଭଲ ଭାବେ ଧୋଇନେବା ଦରକାର। ଏହାସହ ଏଗୁଡିକୁ ଟାଣ ଖରାରେ ଶୁଖାଇ ନେବା ଉଚିତ। ସଫା କରୁଥିବା ବ୍ୟକ୍ତି ଗ୍ଲୋଭସ ଖୋଲି ନିଜ ହାତକୁ ଆଉଥରେ ଭଲଭାବେ ଧୋଇବା ଦରକାର। ଏମିତି କଲେ ସଂକ୍ରମଣକୁ ଏଡାଇ ଦିଆଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କ ଠୁ ୬ଗୁଣା ଅଧିକ ଧନୀ ସାୟନି ଘୋଷ, ଏତେ ଟଙ୍କାର ମାଲିକାଣୀ…

କୋଲକାତା,୧୦।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନ ଫଳାଫଳ ଏବଂ ରାଜ୍ୟରେ ଭାଜପା ସରକାର ଗଠନ ପରେ, ୧୫ ବର୍ଷ ଧରି ବଙ୍ଗଳାରେ ଶାସନ କରିଥିବା ତୃଣମୂଳ କଂଗ୍ରେସ (ଟିଏମସି)…

ଧାନ ଚୋରି କରି ନେଇଯାଉଥିବା ବେଳେ ଦୁର୍ଘଟଣା ହେଲା ଟ୍ରକ, ଚାଳକ….

ଅତାବିରା,୧୦।୬(ଯୁଧିଷ୍ଠିର ମହାପାତ୍ର): ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି । କେତେବେଳେ ଟୋକନ ତ ଆଉ କେତେବେଳେ…

ଧକ୍କା ଦେଇ ସ୍କୁଟିକୁ ଘୋଷାଡ଼ି ନେଲା ପିକ୍‌ଅପ୍‌, ଆଉ ତା’ ପରେ…

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଖଦାଲପଡ଼ା ସୁରୁଚି ମାର୍କେଟ ସମ୍ମୁଖ ରାସ୍ତାରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଏକ ପିକ୍‌ଅପ୍‌ ଗାଡ଼ି ଜଣେ ଓକିଲଙ୍କ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ କାର୍ଯ୍ୟ ଶେଷ କରିବାକୁ ହିତାଧିକାରୀଙ୍କୁ ନିର୍ଦ୍ଦେଶ

କେସିଙ୍ଗା,୧୦ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ସଭାପତିତ୍ୱରେ ପୌର ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଗୃହ ୧.୦ ମାଧ୍ୟମରେ କାର୍ଯ୍ୟ ସମ୍ପୂର୍ଣ୍ଣ କରୁ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା।…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ସୂର୍ଯ୍ୟବଂଶୀଙ୍କୁ ପୁଣି ବଡ଼ ସୁଯୋଗ? ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ରେ ମିଳିବ…

ନୂଆଦିଲ୍ଲୀ,୧୦।୬: ତିଲକ ବର୍ମାଙ୍କ ଅଧିନାୟକତ୍ୱରେ, ଭାରତ ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରି-ସିରିଜର ଏକ ଚମତ୍କାର ଆରମ୍ଭ କରିଛି। ଭାରତୀୟ ଦଳ ସେମାନଙ୍କର ପ୍ରଥମ ମ୍ୟାଚରେ ଆୟୋଜକ ଶ୍ରୀଲଙ୍କା ଏ…

ସାଙ୍ଗମାନଙ୍କ ସହ ଗାଧୋଇବାବେଳେ ପାଣିରେ ବୁଡ଼ି ୨ ଜଣଙ୍କ ଜୀବନ ଗଲା

ନୀଳଗିରି,୧୦ା୬(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ରାଧାକିଶୋରପୁର ପଞ୍ଚାୟତ ସୋନ ନଦୀ ରଣିତ ଘାଟରେ ଘଟିଛି ଅଘଟଣ। ବୁଧବାର ମଧ୍ୟାହ୍ନରେ ଦୁଇ ସାଙ୍ଗ ଜାମୁକୋଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri