Posted inଜାତୀୟ

କେଜରିଓ୍ବାଲଙ୍କ ଶପଥ ଗ୍ରହଣ ଉତ୍ସବକୁ ନେଇ ସୂଚନା ଦେଲେ ସିସୋଡିଆ

ନୂଆଦିଲ୍ଲୀ,୧୫।୨: ଆମ ଆଦମି ପାର୍ଟି(ଏଏପି)ର ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ତୃତୀୟ ଥର ଲାଗି ରବିବାର ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ଏଥିରେ ବାହାର ରାଜ୍ୟର କୌଣସି ନେତା ବା ମନ୍ତ୍ରୀଙ୍କୁ ସାମିଲ କରାଯାଉ ନ ଥିବା ବେଳେ ଦିଲ୍ଲୀବାସୀଙ୍କୁ କିନ୍ତୁ କେଜରିଓ୍ବାଲଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବାକୁ ଅନୁରୋଧ କରାଯାଇଛି। ଏହାକୁ ନେଇ ଏଏପି ନେତା ମନିଷ ସିସୋଡିଆ ଶନିବାର ଏକ ଖବରଦାତା ସମ୍ମିଳନୀର ଆୟୋଜନ କରି କିଛି ସୂଚନା ଦେଇଛନ୍ତି। ସିସୋଡିଆ କହିଛନ୍ତି କେଜରିଓ୍ବାଲଙ୍କ ଶପଥ ଗ୍ରହଣ ସମାରୋହରେ ବିଭିନ୍ନ ସ୍କୁଲର ଶିକ୍ଷୟିତୀ-ଶିକ୍ଷକ, ପ୍ରିନ୍ସପାଲ, ସ୍କୁଲର ଚତୁର୍ଥ ଶ୍ରେଣୀ କର୍ମଚାରୀ, ଛାତ୍ରୀଛାତ୍ର ଯେଉଁମାନେ ଜୟ ଭିମ ଯୋଜନାରେ ଲାଭବାନ ହୋଇଛନ୍ତି , ମୋହଲା କ୍ଲିନିକ ଡାକ୍ତର, ବାଇକ୍‌ ଆମ୍ବୁଲାନ୍ସ ଡ୍ରାଇଭର, ସିଗ୍ନେଚର ବ୍ରିଜର ସ୍ଥପତି ଆଦି ଯୋଗଦେବେ। ସୂଚନାଯୋଗ୍ୟ, ରାମଲୀଳା ମଇଦାନରେ ଆୟୋଜିତ ହେବାକୁ ଥିବା ଏହି ଶପଥ ଗ୍ରହଣ ଉତ୍ସବ ପାଇଁ ସମସ୍ତ ପ୍ରସ୍ତୁତି ଏକ ପ୍ରକାର ଶେଷ ପର୍ଯ୍ୟାୟରେ ପହଞ୍ଚିଲାଣି। ରବିବାର ସକାଳ ପ୍ରାୟ ୧୦ଟାରେ କେଜରିଓ୍ବାଲ ସେଠାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?