କେନାଲରେ ବୁଡି ୨ଛାତ୍ର ମୃତ୍ୟୁ ଘଟଣା : ଉଭୟଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା

ଖଇରା, ୨୭।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ରଟିଣା ପ୍ରହଲ୍ଲାଦ ନୋଡାଲ ହାଇସ୍କୁଲର ୨ଜଣ ୭ମ ଶ୍ରେଣୀ ଛାତ୍ର କେନାଲରେ ବୁଡି ପ୍ରାଣ ହରାଇବା ଘଟଣାରେ ସହାୟତା ଘୋଷଣା କରାଯାଇଛି। ମୃତକଙ୍କ ପରିବାରକୁ ସରକାରୀ ସ୍ତରରେ ୪ଲକ୍ଷ ଏବଂ ରେଡକ୍ରସରୁ ୧୦ହଜାର ଲେଖାଏଁ ଦିଆଯିବାକୁ ଘୋଷଣା କରାଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ଗ୍ରାମବାସୀଙ୍କ ସହ ଉପଜିଲାପାଳ ନିଲୁ ମହାପାତ୍ର, ତହସିଲଦାର ପ୍ରଦୀପ କୁମାର ସାହୁ, ଅତିରିକ୍ତ ତହସିଲଦାର ବିଭାସ ରଞ୍ଜନ ପାଣିଗ୍ରାହୀ, ନୀଳଗିରି ଏସ୍‌ଡିପିଓ ସୁଦାମ ଚରଣ ସାହୁ, ଖଇରା ଥାନା ଆଇଆଇସି ଲୋପାମୁଦ୍ରା ନାୟକ, ଗୋଷ୍ଠୀ ଶିକ୍ଷାଧିକାରୀ ଧରଣୀଧର ପାତ୍ର, ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଗୋଲକ ବିହାରୀ ପାଢୀଙ୍କ ସମେତ ବିଭିନ୍ନ ଶିକ୍ଷକ ସଂଘର କର୍ମକର୍ତ୍ତାଙ୍କ ସହ ଆଲୋଚନା ପରେ ଏହି ଘୋଷଣା କରାଯାଇଛି। ଗ୍ରାମବାସୀଙ୍କ ଦାବି ମୁତାବକ ବିଦ୍ୟାଳୟ ପରିସରରେ ଅଟକ ଥିବା ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଥାନାକୁ ଅଣାଯାଇ ଥାନାରେ ଅଟକ ରଖାଯାଇଛି। ଶିକ୍ଷକ ଅବହେଳା ଓ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ଶନିବାର ସନ୍ଧ୍ୟାରେ ଥାନା ପରିସରରେ ଏକ ବୈଠକ ବସିବାର କାର୍ଯ୍ୟକ୍ରମ ଅଛି। ଖଇରା ଆଇଆଇସିଙ୍କ ପୌରୋହିତ୍ୟରେ ଏକ ବୈଠକ ଅନୁଷ୍ଠିତ ହେବ। ଗ୍ରାମବାସୀଙ୍କ ଦାବିକୁ ସମ୍ମାନ ଦିଆଯାଇ ଉକ୍ତ ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷୟତ୍ରୀ ଶିକ୍ଷକମାନଙ୍କ ବିରୋଧରେ ଯାହା କିଛି ନିଷ୍ପତ୍ତି ନିଆଯିବ ବୋଲି ଆଇଆଇସି ଲୋପାମୁଦ୍ରା ନାୟକ କହିଛନ୍ତି । ଅନ୍ୟପକ୍ଷେ ଶନିବାର ସକାଳେ ଭଦ୍ରକରେ ବ୍ୟବଚ୍ଛେଦ ପରେ ମୃତ୍ୟୁବରଣ କରିଥିବା ଧନଞ୍ଜୟ ଓ ରାଜେଶଙ୍କ ମୃତଦେହକୁ ତାଙ୍କ ଗ୍ରାମ ରଟିଣାକୁ ନିଆଯାଇଥିଲା। ଖଇରା ପୋଲିସ ଉପସ୍ଥିତିରେ ଶୋକାକୁଳ ପରିବେଶ ମଧ୍ୟରେ ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା। ଓଷ୍ଟା ଶିକ୍ଷକ ସଂଘ ଖଇରା ଶାଖା ପକ୍ଷରୁ ଉପରୋକ୍ତ ପରିବାରଦ୍ୱୟକୁ ସମବେଦନା ଜ୍ଞାପନ ଜଣାଇବା ଅବସରରେ ୫ହଜାର ଲେଖାଏଁ ସହାୟତା ରାଶି ପ୍ରଦାନ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

CJP ହିଂସାକୁ ନେଇ ବଡ଼ ଖୁଲାସା, ଜନ୍ତର-ମନ୍ତରରେ ୨୫୦୦ରୁ ଅଧିକ…

ନୂଆଦିଲ୍ଲୀ,୨୫।୭: ଦିଲ୍ଲୀର ଜନ୍ତର ମନ୍ତରରେ ପ୍ରତିବାଦ ଜାରି ରହିଛି । ଏହି ସମୟରେ Facial Recognition System ଦ୍ବାରା ହିଂସା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଖୁଲାସା ହୋଇଛି…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୫।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମବଙ୍ଗ- ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଏହା ପ୍ରଭାବରେ…

ନୂଆ ଡିଜିପିଙ୍କୁ ନେଇ ଅଙ୍କକଷା: ଚର୍ଚ୍ଚାରେ ୩, ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୨୫ା୭(ତ୍ରିନାଥ ମହାନ୍ତି):୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ପୋଲିସ ଡିଜି ଓ୍ବାଇ.ବି. ଖୁରାନିଆ ଅଗଷ୍ଟ ୧୬ରେ ଅବସର ଗ୍ରହଣ କରିବେ। ତାଙ୍କ କାର୍ଯ୍ୟକାଳ ସରି ଆସୁଥିବାବେଳେ ରାଜ୍ୟର କିଏ…

ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ନ ଦେଲେ କଣ କରିବ CJP? ଆଶୁତୋଷ ରାଙ୍କା କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ସରକାରଙ୍କ ସହିତ ଏକ ବୈଠକ ପରେ, କକ୍ରୋଚ୍ ଜନତା ପାର୍ଟି ସ୍ପଷ୍ଟ କରିଛି ଯେ ପ୍ରାଥମିକ ଦାବି ହେଉଛି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ନିଶା କାରବାରରେ ପୋଲିସର ହାତ: ମୁହଁ ଖୋଲିଲେ ଇନ୍‌ଫର୍ମର

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ଥମିବା ନାଁ ନେଉନାହିଁ। ତେବେ କିଛି ପୋଲିସ କର୍ମଚାରୀ ନିଶା ବେପାରୀଙ୍କ ସହିତ ସମ୍ପର୍କ ରଖିଥିବା ଯୋଗୁ ଏଭଳି କାରବାରକୁ…

ବାବୁଙ୍କ ବିଦେଶଯାତ୍ରାରେ ଅଙ୍କୁଶ: ଏଣିକି ସରକାରଙ୍କ ଅନୁମତି ବାଧ୍ୟତାମୂଳକ

ଭୁବନେଶ୍ୱର,୨୫।୭ (ରବିନାରାୟଣ ଜେନା):ସରକାରୀ ଅଧିକାରୀ ଓ କର୍ମଚାରୀମାନେ ଅଧିକାଂଶ ସମୟରେ ସରକାରଙ୍କ ବିନା ଅନୁମତିରେ ଛୁଟି ନେଇ ବ୍ୟକ୍ତିଗତ କାର୍ଯ୍ୟରେ ବିଦେଶ ଯାତ୍ରା କରୁଛନ୍ତି। ଏହାଦ୍ୱାରା କେବଳ…

ରେକର୍ଡ କଲା PM ମୋଦିଙ୍କ ଭିଡିଓ, ୨୪ ଘଣ୍ଟାରେ ସବୁଠୁ ଅଧିକ…

ନୂଆଦିଲ୍ଲୀ,୨୫।୭: CJP ବିକ୍ଷୋଭକାରୀ ଏବଂ ସରକାରଙ୍କ ମଧ୍ୟରେ ଶନିବାର ଆଉ ଏକ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି ଉପରେ କେନ୍ଦ୍ରିତ…

୩୦ ଯାଏ ବର୍ଷା, ଆଜି ୪ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୨୫ା୭(ବନ୍ଦନା ସେଠୀ):ବର୍ତ୍ତମାନ ଗାଙ୍ଗେୟ ପଶ୍ଚିମବଙ୍ଗର ଉତ୍ତରାଞ୍ଚଳ ଏବଂ ଏହାର ଆଖପାଖ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ଏହା ପ୍ରଭାବରେ ରାଜ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri