କେନାଲ ଅବରୋଧ କରି ଗୃହ ନିର୍ମାଣ : ତହସିଲ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ତିର୍ତ୍ତୋଲ,୨୫ା୬(ଡି.ଏନ.ଏ.): ତିର୍ତ୍ତୋଲ ବ୍ଲକ ତେନ୍ତୁଳିପଦା ପଞ୍ଚାୟତର ଶାରଳାରୋଡ ବଜାର ଶେଷମୁଣ୍ଡରେ କେନାଲ ଅବରୋଧ କରି ଜଣେ ବ୍ୟକ୍ତି ସ୍ଥାୟୀ ଗୃହ ନିର୍ମାଣ କରୁଥିବା ଅଭିଯୋଗ ହୋଇଛି। ସ୍ଥାନୀୟ ବାଇଁଗୋଳ ଓ ତେନ୍ତୁଳିପଦା ରାଜସ୍ବ ଗ୍ରାମର ଚାଷଜମିକୁ ଏହି କେନାଲ ଦ୍ୱାରା ଜଳସେଚନ ସୁବିଧା ହୋଇଥାଏ। ତେଣୁ କେନାଲ ଅବରୋଧକୁ ବିରୋଧ କରି ଏହି ଗ୍ରାମର ଚାଷୀମାନେ ସୋମବାର ତହସିଲ କାର୍ଯ୍ୟାଳୟ ଆଗରେ ପ୍ରତିବାଦ ପ୍ରଦର୍ଶନ କରିଛନ୍ତି। ବାଇଁଗୋଳ, ତେନ୍ତୁଳିପଦା ଓ ରଥିପୁର ଗ୍ରାମର ଚାଷୀମାନଙ୍କ ତରଫରୁ ପୂର୍ବରୁ ଏନେଇ ତହସିଲଦାରଙ୍କୁ ଅଭିଯୋଗପତ୍ର ଦିଆଯାଇଥିଲା। ଏହି କେନାଲ ଦ୍ୱାରା ୨୦୦ ପରିବାରର ୫୦୦ ଏକର ଚାଷଜମିକୁ ନିରବିଚ୍ଛିନ୍ନ ଜଳସେଚନ ସୁବିଧା ହେଉଥିବାରୁ ସ୍ଥାୟୀ ନିର୍ମାଣ ବନ୍ଦ ପାଇଁ ଏଥିରେ ନିବେଦନ କରାଯାଇଥିଲା। ପରେ ତହସିଲ ପ୍ରଶାସନ ପକ୍ଷରୁ ସେଠାରେ ୧୪୪ ଧାରା ଜାରି କରାଯାଇଥିଲା। ତେଣୁ ସମ୍ପୃକ୍ତ ବ୍ୟକ୍ତି ନିର୍ମାଣ କାର୍ଯ୍ୟ ବନ୍ଦ କରିଥିଲେ। କିନ୍ତୁ ୧୪୪ ଧାରା ଉଠିଯିବା ପରେ ସମ୍ପୃକ୍ତ ବ୍ରକ୍ତି ପୁଣି ସ୍ଥାୟୀ ନିର୍ମାଣ କାର୍ଯ୍ୟ ଆରମ୍ଭ କରିଛନ୍ତି। ଏ ସମ୍ପର୍କରେ ବାଇଁଗୋଳ ଗ୍ରାମର ଚାଷୀମାନେ ତହସିଲଦାର ସୁଜାତା ପାତ୍ରଙ୍କୁ ଭେଟି ଅଭିଯୋଗପତ୍ର ଦେଇଛନ୍ତି। ସମ୍ପୃକ୍ତ ବ୍ୟକ୍ତି ନିର୍ମାଣ କରୁଥିବା ପ୍ଲଟର ପଛପଟେ ଥିବା ୧୯୨୬ ନମ୍ବର ପ୍ଲଟର କିଛି ଅଂଶକୁ ମଧ୍ୟ ସେ ଜବରଦଖଲ କରି ନିର୍ମାଣ କରୁଥିବା ଅଭିଯୋଗ ହୋଇଛି। ଏସବୁର ସୀମା ନିର୍ଦ୍ଧାରଣ ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ବନ୍ଦ କରିଦାକୁ ନିର୍ଦ୍ଦେଶ ଦେବା ପାଇଁ ସେମାନେ ଦାବି କରିଛନ୍ତି। ପରେ ଚାଷୀମାନେ ଜଗତସିଂହପୁର ଉପଜିଲାପାଳଙ୍କୁ ଭେଟି ଅଭିଯୋଗ ଜଣାଇଛନ୍ତି। ଉପଜିଲାପାଳ ସୀମା ନିର୍ଦ୍ଧାରଣ କରିବା ପାଇଁ ତିର୍ତ୍ତୋଲ ତହସିଲ କାର୍ଯ୍ୟାଳୟକୁ ନିର୍ଦ୍ଦେଶ ଦେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri