କେନାଲ ଜମିରୁ ଜବରଦଖଲ ହଟିଲା

କପ୍ତିପଦା,୧୩ା୯(ଡି.ଏନ.ଏ)- କପ୍ତିପଦା ବ୍ଲକ୍‌ ଅଧୀନ ସୁନେଇ ଜଳ ସେଚନ ବିଭାଗର କେନାଲ ଜମିରୁ ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଗୁରୁବାର ପ୍ରଶାସନ ଜବରଦଖଲ ହଟାଇଛି। ଏହି ଜମିକୁ କେତେକ ଲୋକ ଜବରଦଖଲ କରିଥିଲେ। ବାରମ୍ବାର ତାଗିଦ ସତ୍ତ୍ୱେ ମଧ୍ୟ ସେମାନେ ଜମି ଛାଡୁ ନ ଥିଲେ। ଏଥିନେଇ ଗ୍ରାମର ଜଣେ ବ୍ୟକ୍ତି ଉଚ୍ଚ ନ୍ୟାୟାଳୟର ଦ୍ୱାରସ୍ଥ ହୋଇଥିଲେ। ଉଚ୍ଚ ନ୍ୟାୟାଳୟଙ୍କ ଆଦେଶ ସଂଖ୍ୟା ଡବ୍ଲ୍ୟୁପି(ସି) ୭୨୮୦/୨୦୧୫ ଅନୁଯାୟୀ ସ୍ଥାନୀୟ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ କପ୍ତିପଦା ତହସିଲଦାର, ଅତିରିକ୍ତ ତହସିଲଦାର, ଡେପୁଟି କଲେକ୍ଟର, ପୋଲିସ୍‌ ବାହିନୀ ଏବଂ ଜଳସେଚନ ବିଭାଗର କର୍ମଚାରୀଙ୍କ ଉପସ୍ଥିତିରେ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ସମ୍ପନ୍ନ ହୋଇଛି ା କପ୍ତିପଦା ତହସିଲ ଅଧୀନ ସାନସିମୁଳିଆ ଗ୍ରାମରେ ସୁନେଇ ଜଳସେଚନ ପ୍ରକଳ୍ପରୁ କେନାଲ ମାଧ୍ୟମରେ କିଛି ଜମିକୁ ଜଳଯୋଗାଣ ପାଇଁ ଜମି ଅଧିଗ୍ରହଣ କରାଯାଇଥିଲା। ୧୬ ଜଣଙ୍କ ଘରବାରି ଖାତାରୁ ୧୩ ଡିସିମିଲ୍‌ ଜମି ଅଧିଗ୍ରହଣ କରାଯାଇ ସରକାରଙ୍କ ନିୟମ ମୁତାବକ ହିତାଧିକାରୀମାନଙ୍କୁ କ୍ଷତିପୂରଣ ପ୍ରଦାନ କରାଯାଇଥିଲା। ମାତ୍ର ଜବରଦଖଲ ଉଚ୍ଛେଦ ନ ହେବାରୁ ଉକ୍ତ କେନାଲ କାର୍ଯ୍ୟ ହୋଇ ପାରି ନ ଥିଲା। ଏ ସମ୍ପର୍କରେ ଗ୍ରାମର ଗଜେନ୍ଦ୍ରନାଥ ମହାରଣା ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିବା ସହିତ ଉଚ୍ଚ ନ୍ୟାୟାଳୟର ଦ୍ୱାରସ୍ଥ ହୋଇଥିଲେ। ସେ ମୟୂରଭଞ୍ଜ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଦ୍ୱାରସ୍ଥ ହେବା ପରେ ଜିଲାପାଳ ତଦନ୍ତ ପାଇଁ ସୁନେଇ ଜଳସେଚନ ବିଭାଗ ଏସ୍‌ଡ଼ିଓଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନ ଥିଲା। ଏହାପରେ ମହାରଣା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ ସହିତ ଉଚ୍ଚ ନ୍ୟାୟାଳୟର ଦ୍ୱାରସ୍ଥ ହୋଇଥିଲେ। ଶେଷରେ କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଗ୍ରାମବାସୀ ଦଖଲ କରିଥିବା କେନାଲ ଜମିକୁ ଦଖଲମୁକ୍ତ କରାଯାଇଛି। ଏଥିରେ କ୍ଷତିଗ୍ରସ୍ତ ହୋଇଥିବା ଗ୍ରାମର ବିଧବା ସରସ୍ବତୀ ମହାରଣା (୮୦) ଏବଂ ନାରାୟଣ ମହାରଣାଙ୍କ ଘର ଭାଙ୍ଗି ଯାଇଥିବାରୁ ସେମାନଙ୍କୁ ସରକାରଙ୍କ ତରଫରୁ ଘର ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri