କେନ୍ଦୁଝରରେ ଘନ ଘନ ବିଦ୍ୟୁତ୍‌ କାଟ: ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀସେବା ବାଧାପ୍ରାପ୍ତ, ଶୀଘ୍ର ସମାଧାନ ଦାବି

କେନ୍ଦୁଝର,୧।୬( ସ୍ବ.ପ୍ର.): ଘନ ଘନ ବିଦ୍ୟୁତ୍‌ କାଟ ଯୋଗୁ ଶନିବାର କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ରୋଗୀ ଚିକିତ୍ସା ବାଧାପ୍ରାପ୍ତ ହୋଇଛି। ମେଡିକାଲରେ ଜେନେରେଟର ବ୍ୟବସ୍ଥା ଥିଲେ ସୁଦ୍ଧା ଆବଶ୍ୟକତା ପୂରଣ ହୋଇପାରୁନାହିଁ। ଫଳରେ ଗରମରେ ରୋଗୀଙ୍କୁ ହନ୍ତସନ୍ତ ହେବାକୁ ପଡୁଛି। ବିଦ୍ୟୁତ୍‌ ଅଭାବରୁ ଏକ୍ସ-ରେ ମେଶିନ ଚାଲୁ ନ ଥିବାରୁ ରୋଗୀଙ୍କୁ ବହୁ ସମୟ ଧରି ଅପେକ୍ଷା କରିବାକୁ ପଡୁଛି। ସେହିପରି ଅନ୍ୟାନ୍ୟ ପରୀକ୍ଷା ନିରୀକ୍ଷା କାମ ହୋଇପାରୁନାହିଁ। ଚିକିତ୍ସା ପାଇଁ ଆସିଥିବା ରୋଗୀ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ଡାକ୍ତର ଓ ଡାକ୍ତରଖାନା କର୍ମଚାରୀମାନେ ଚିକିତ୍ସା କରିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ବିଦ୍ୟୁତ୍‌ ଅଭାବରୁ ପାଣିପମ୍ପ ଚାଲୁ ନ ଥିବାରୁ ପାଣି ସମସ୍ୟା ଦେଖାଦେଇଛି। ପାଣି ଅଭାବରୁ ରକ୍ତ, ମଳ, ମୂତ୍ର ଆଦି ପରୀକ୍ଷା ହୋଇପାରୁ ନ ଥିବା ବେଳେ ଦାନ୍ତ ବିଭାଗରେ କାମ ବାଧାପ୍ରାପ୍ତ ହୋଇଛି। ଅସ୍ଥିଶଲ୍ୟ ବିଭାଗ ଓ୍ବାର୍ଡରେ ଆବଶ୍ୟକ ସଂଖ୍ୟକ ଫ୍ୟାନ୍‌ ନାହିଁ । ଏଣୁ ରୋଗୀ ଅସୁବିଧାରେ ରହୁଛନ୍ତି। ସେହିପରି ଆବଶ୍ୟକ କେମିକାଲ ନ ଥିବାରୁ କିଡ୍‌ନୀ ରୋଗୀଙ୍କ ଚିକିତ୍ସାରେ ବାଧା ସୃଷ୍ଟି ହେଉଛି। ରୋଗୀଙ୍କ ସମ୍ପର୍କୀୟମାନେ ଏହାର ତୁରନ୍ତ ସମାଧାନ ଦାବି କରିଛନ୍ତି। ତେବେ ଏ ନେଇ ପଚରାଯିବାରେ ସମାଧାନ ପାଇଁ ପଦକ୍ଷେପ ନିଆଯାଉଛି ବୋଲି ଏଡିଏମ୍‌ଓ ଡା. ଗୁରୁପ୍ରସାଦ ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri