କେନ୍ଦୁଝରରେ ଜିଲାସ୍ତରୀୟ ସ୍ବାଧୀନତା ଦିବସ

କେନ୍ଦୁଝର (ସ୍ବ.ପ୍ର.): କେନ୍ଦୁଝର ଷ୍ଟାଡିୟମ ପଡିଆରେ ଗୁରୁବାର ଜିଲାସ୍ତରୀୟ ୭୩ ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି l ମୁଖ୍ୟଅତିଥି ଭାବେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟା ଲଘୁ ଓ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ। ଜିଲାର ବିଭିନ୍ନ ସ୍କୁଲ ଓ କଲେଜର ପ୍ରାୟ ୪୭ଟି ଦଳ ଯୋଗଦେଇ ପରେଡ଼ରେ ଅଂଶଗ୍ରହଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ ଆଶିଷ ଥାକରେ, ଏସପି ଜୟ ନାରାୟଣ ପଙ୍କଜଙ୍କ ସମେତ ବହୁ ପଦାଧିକାରୀ ଓ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଓ ବିଭିନ୍ନ ବିଭାଗର ଶ୍ରେଷ୍ଠ ବିବେଚିତ ବ୍ୟକ୍ତି ବିଶେଷଙ୍କୁ ମୁଖ୍ୟଅତିଥି ପୁରସ୍କୃତ କରିଥିଲେ। ଶେଷରେ ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

ପ୍ରୋତ୍ସାହନ ନାହିଁ, ସଙ୍କଟରେ ଜୀବିକା

ବରଗଡ଼,୧୮।୫(ପ୍ରେମାନନ୍ଦ ଖମାରୀ):ଗ୍ରୀଷ୍ମବେଳେ ମନେପଡ଼େ ବେଣାଚେର। ଦିନ ଥିଲା, ଖରାବେଳେ ଏହା ଲୋକଙ୍କ ସାଥୀ ହୋଇ ରହିଥିଲା। ତାତି ହେଉ ଅବା ଗୁଳୁଗୁଳି, ଲୋକେ ବେଣାଚେର ନିର୍ମିତ ବିଞ୍ଚଣା…

ତେଲକୁ ନେଇ ମୋଦିଙ୍କ ଅପିଲ, ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ୍): ହାଇକୋର୍ଟକୁ ସାଇକେଲରେ ଆସିଲେ ବିଚାରପତି। ହାଇକୋର୍ଟର ବିଚାରପତି ଜଷ୍ଟିସ ସାବିତ୍ରୀ ରଥ, ଜଷ୍ଟିସ ଭି ନରସିଂହ ଏବଂ ଜଷ୍ଟିସ ଶିବ ଶଙ୍କର ମିଶ୍ର ଆଜି…

ସହଜରେ ଦୂର ହେବ ଅବସାଦ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ସୁଷମ ତଥା ଭିଟାମିନ୍‌ଯୁକ୍ତ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ ନିଜକୁ କେତେ ସୁସ୍ଥ ରଖିପାରିବା ତାହା ମୁଖ୍ୟତଃ ଆମେ ପ୍ରତିଦିନ…

ସନ୍ଦେହ ଜନକ ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କେନ୍ଦ୍ରାପଡ଼ା,୧୮।୫(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଚାନ୍ଦୋଳ ଫାଣ୍ଡି ଅନ୍ତର୍ଗତ ଚାନ୍ଦୋଳ ବଜାରରେ ଥିବା ଏକ ବ୍ୟବସାୟିକ କମ୍ପେ୍‌କ୍ସ ନିକଟରେ ଜଣେ ଯୁବକଙ୍କର ମୃତଦେହ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri