କେନ୍ଦୁଝରରେ ପହଞ୍ଚିଲେ ସିଇସି ଟିମ୍‌

ଯୋଡ଼ା/କେନ୍ଦୁଝର, ୩୦ା୧୦(ଡି.ଏନ.ଏ./ସ୍ବ.ପ୍ର.): ସୁପ୍ରିମକୋର୍ଟ ଦ୍ୱାରା ଗଠିତ ସେଣ୍ଟ୍ରାଲ ଏମ୍‌ପାଓ୍ବାରଡ୍‌ କମିଟି ଖଣି ପ୍ରଭାବିତ ଅଞ୍ଚଳରେ ଡିଷ୍ଟ୍ରିକ ମିନେରାଲ ଫାଉଣ୍ଡେସନ (ଡିଏମଏଫ) ଟଙ୍କା କିପରି ଖର୍ଚ୍ଚ ହେଉଛି ଏହାର ତଦାରଖ ପାଇଁ ମଙ୍ଗଳବାର ରାତିରେ ଆସି କେନ୍ଦୁଝରରେ ପହଞ୍ଚିଛନ୍ତି। ସିଇସି ଟିମ୍‌ ପକ୍ଷରୁ ପି.ଭି ଜୟକ୍ରିଷ୍ଣନ, ମହେନ୍ଦ୍ର ବ୍ୟାସ, ଅମରନାଥ ସେଠୀ, ଏସ୍‌.କେ ପଟ୍ଟନାୟକ କେନ୍ଦୁଝର ଜିଲା ଗସ୍ତରେ ଆସିଥିବା ଜଣାପଡ଼ିଛି ା
କେବଳ ଯୋଡା ଖଣି ମଣ୍ଡଳରୁ ଚଳିତ ବର୍ଷ ପ୍ରାୟ ୩୨୦୦ କୋଟି ଡିଏମଏଫ ଟଙ୍କା ଆଦାୟ ହୋଇଛି ା ଏତଦବ୍ୟତୀତ ଖଣି ଖନନରେ ଅନିୟମିତତା କରିଥିବା ଖଣି ଗୁଡିକରୁ ପ୍ରାୟ ୮ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଜରିମାନା ବାବଦରେ ଆଦାୟ ହୋଇଛି। ଏହି ସମସ୍ତ ଟଙ୍କା ଖଣି ପ୍ରଭାବିତ ଅଞ୍ଚଳରେ ଖର୍ଚ୍ଚ କରାଯିବାର ସୁପ୍ରିମ କୋର୍ଟ ନିର୍ଦ୍ଦେଶ ରହିଛି। ଜିଲା ପ୍ରଶାସନ ଏହି ଟଙ୍କାକୁ କିପରି ଖର୍ଚ୍ଚ କରୁଛି ଏବଂ ପ୍ରଭାବିତ ଅଞ୍ଚଳରେ କେଉଁ ସବୁ ବିକାଶ ମୂଳକ କାର୍ଯ୍ୟ ହୋଇଛି ସିଇସି କମିଟି ବୁଧବାର ତାହାର ତଦାରଖ କରିବ। ମିଳିଥିବା ସୂଚନାରୁ ଜଣାପଡିଛି ଯେ, ଡିଏମ୍‌ଏଫ୍‌ ଅର୍ଥ ବ୍ୟୟରେ ହେଉଥିବା ପ୍ରକଳ୍ପ ଗୁଡିକୁ କମିଟି ବୁଧବାର ପରିଦର୍ଶନ କରିବା ସହ ଅର୍ଥର ହିସାବ ଦେଖିବେ। ଯୋଡ଼ା ଖଣିମଣ୍ଡଳ ଗସ୍ତ କାର୍ଯ୍ୟକ୍ରମ ଥିବା ଜଣାପଡ଼ିଛି। ଉଲ୍ଲେଖନୀୟ ଯେ, ଡିଏମ୍‌ଏଫ୍‌ ଟଙ୍କାର ସୁବିନିଯୋଗ ହେଉ ନ ଥିବା ଅଭିଯୋଗ ହେଉଥିବାରୁ କେନ୍ଦୁଝର ଜିଲା ପ୍ରଶାସନ ତତ୍ପର ହୋଇ ଉଠିଛି ା ପୂର୍ବରୁ ଏ ସମ୍ପର୍କରେ ଶତାଧିକ ଲୋକଙ୍କ ଦସ୍ତଖତ ସମ୍ବଳିତ ଅଭିଯୋଗ ପତ୍ର ଜିଲା ପ୍ରଶାସନକୁ ଦିଆଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ କୌଣସି ପଦକ୍ଷେପ ନିଆଯାଇ ନ ଥିବା ଜୁରୁଡି ଅଞ୍ଚଳର ସୁରେନ୍ଦ୍ରନାଥ ମହାନ୍ତି କହିଛନ୍ତି। ଯୋଡା ବିକାଶ ପରିଷଦର ସଭାପତି ନିରଞ୍ଜନ ବହିଦାର ତାଙ୍କ ପ୍ରତିକ୍ରିୟାରେ ଖଣି ପ୍ରଭାବିତ ଅଞ୍ଚଳରେ କୌଣସି ଆଖି ଦୃଶିଆ ଜନହିତକର ପ୍ରକଳ୍ପ ଏପର୍ଯ୍ୟନ୍ତ ଠିକ ଭାବେ ହୋଇପାରିନାହିଁ ବୋଲି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?