କେନ୍ଦୁଝରରେ ପେଡ୍‌ କ୍ୱାରାଣ୍ଟାଇନ ବ୍ୟବସ୍ଥା

କେନ୍ଦୁଝର, ୪ା୫(ସ୍ବ.ପ୍ର.)-ମହାମାରୀ କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶନାମାକୁ କଡ଼ାକଡ଼ି ପାଳନ କରିବା ପାଇଁ ଜିଲାପାଳ ଆଶିଷ ଠାକ୍‌ରେ ନିର୍ଦ୍ଦେଶ ଦେଇଛନ୍ତି। ବାହାର ରାଜ୍ୟରୁ ଜିଲାକୁ ଆସୁଥିବା ବ୍ୟକ୍ତିମାନେ ନିଜ ଘରକୁ ଫେରିବା ପୂର୍ବରୁ ପଞ୍ଜୀକରଣ କରିବା ବାଧ୍ୟତାମୂଳକ। ଚେକ୍‌ ପଏଣ୍ଟରେ ଆସୁଥିବା ବ୍ୟକ୍ତିମାନଙ୍କର ପଞ୍ଜିକରଣ ସମ୍ପର୍କରେ ଯାଞ୍ଚ କରାଯିବ ଏବଂ ସେମାନଙ୍କ ହାତରେ ଅଲିଭା କାଳିରେ ଚିହ୍ନ ଦିଆଯିବ। ସେମାନେ ନିଜ ଅଞ୍ଚଳରେ ପହଞ୍ଚିବା ପରେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତ ହୋଇଥିବା ସଙ୍ଗରୋଧ କେନ୍ଦ୍ରରେ ରହିବେ। ସହରାଞ୍ଚଳ ପାଇଁ ହୋମ୍‌ କ୍ୱାରାଣ୍ଟାଇନ୍‌, ହୋଟେଲ ଓ ଲଜ୍‌ମାନଙ୍କରେ ପେଡ୍‌ କ୍ୱାରାଣ୍ଟାଇନ୍‌ ଏବଂ ଯେଉଁମାନଙ୍କର ସୁବିଧା ନ ଥିବ ସେମାନଙ୍କ ପାଇଁ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ ବ୍ୟବସ୍ଥା କରାଯାଇଛି। ବିନା ପଞ୍ଜୀକରଣରେ କୌଣସି ବ୍ୟକ୍ତି ଜିଲାରେ ପ୍ରବେଶ କଲେ କିମ୍ବା ୧୪ଦିନର ବାଧ୍ୟତାମୂଳକ ସଙ୍ଗରୋଧ ନିର୍ଦ୍ଦେଶନାମାକୁ ଅବମାନନା କଲେ ଆଇନ ଅନୁଯାୟୀ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ଠାକ୍‌ରେ ସୂଚନା ଦେଇଛନ୍ତି।
ତାଲା ବନ୍ଦ ଯୋଗୁ ରାଜ୍ୟ ବାହାରେ ଫସି ରହିଥିବା ଶ୍ରମଜୀବୀ, ତୀର୍ଥଯାତ୍ରୀ, ପର୍ଯ୍ୟଟକ, ଛାତ୍ରୀଛାତ୍ର ଏବଂ ଅନ୍ୟାନ୍ୟ ବର୍ଗର ବ୍ୟକ୍ତି କେନ୍ଦୁଝର ଜିଲାକୁ ପ୍ରତ୍ୟାବର୍ତ୍ତନ କରୁଛନ୍ତି। କେନ୍ଦୁଝର ଜିଲାର ପ୍ରବାସୀମାନେ କିପରି ସୁରକ୍ଷିତ ଭାବେ ନିଜ ନିଜ ଗଁାରେ ପହଞ୍ଚିବେ, ସେଥିପାଇଁ କେନ୍ଦୁଝର ଜିଲା ପ୍ରଶାସନ ଦ୍ୱାରା ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରାଯାଇଛି। କେନ୍ଦୁଝର ଜିଲାରେ ରହିଥିବା ବାହାର ରାଜ୍ୟର ଶ୍ରମଜୀବୀ/ବ୍ୟକ୍ତିବିଶେଷ ନିଜ ନିଜ ରାଜ୍ୟକୁ ଯିବା ପାଇଁ ଚାହୁଁଥିଲେ ସେମାନେ ଜିଲାପାଳଙ୍କ କାର୍ଯ୍ୟାଳୟରେ ଖୋଲାଯାଇଥିବା ସହାୟତା କେନ୍ଦ୍ରରେ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୫ଟା ମଧ୍ୟରେ ନିର୍ଦ୍ଧାରିତ ଫର୍ମରେ ଆବଶ୍ୟକ କାଗଜପତ୍ର ସହ ଆବେଦନ କରିପାରିବେ ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri