କେନ୍ଦୁଝରରେ ଭାରତ ବନ୍ଦ ପାଳନ ଶାନ୍ତିପୂର୍ଣ୍ଣ

କେନ୍ଦୁଝର,୮।୧(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଦରଦାମ ବୃଦ୍ଧି ଓ ଅନ୍ୟାନ୍ୟ ପ୍ରତିବାଦରେ ବିଭିନ୍ନ ରାଜନୈତିକ ଦଳ ଓ ଶ୍ରମିକ ସଂଗଠନ ପକ୍ଷରୁ ବନ୍ଦ ଡାକରା ଶାନ୍ତିପୂର୍ଣ୍ଣ ଭାବେ ଆରମ୍ଭ ହୋଇଛି। ବିଭିନ୍ନ ଦଳ ଓ ସଂଗଠନର ନେତା ଓ କର୍ମୀମାନେ ଗାନ୍ଧୀ ଛକରେ ଟାୟାର ଜାଳି ବନ୍ଦ ପାଳନ କରିଛନ୍ତି। ଏନଏଚ ୪୯ ଓ ଏନଏଚ ୨୦ରେ ହଜାର ହଜାର ସଂଖ୍ୟାରେ ଗାଡି ଠିଆ ହୋଇଥିବାରୁ ଯାତାୟତ ଠପ୍‌ ହୋଇଯାଇଛି। ସହରରେ ଦୋକାନ ବଜାର ଓ ଶିକ୍ଷାନୁଷ୍ଠାନ ଆଦି ବନ୍ଦ ରହିଛି। ଫଳରେ ସାଧାରଣ ଜନଜୀବନ ବ୍ୟତିବ୍ୟସ୍ତ ହୋଇ ପଡିଛି।
ବୁଧବାର ସକାଳୁ କେନ୍ଦୁଝର ରେଳ ଷ୍ଟେଶନରେ ଟ୍ରେନ କିଛି ସମୟ ଅଟକ ଯୋଗୁ ଟ୍ରେନ ଚଳାଚଳ ବ୍ୟାହତ ହୋଇଥିଲା। କେତେକ ଲୋକ ବନ୍ଦର ସୁବିଧା ନେଇ ରାତି ୪ଟାରୁ ଲାଇନ ଟ୍ରକଗୁଡିକୁ ଅଟକାଇ ଚାନ୍ଦା ଆଦାୟ କରୁଥିବା ଭିଡିଓକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆନ୍ଦୋଳନ ଯୋଗୁ ପରିବହନ ବାଧାପ୍ରାପ୍ତ ହୋଇଛି। ପିକେଟିଂ କରି ଅନେକ ସ୍ଥାନରେ ଦୋକାନ ଓ ଅଫିସ ବନ୍ଦ କରାଯାଉଥିବା ଅଭିଯୋଗ ହେଉଛି। ବିଭିନ୍ନ ସଂଗଠନ ସାମିଲ ଥିବାରୁ ବ୍ୟାଙ୍କ, ଡାକଘର, ଟେଲିଫୋନ ଆଦି ସରକାରୀ କାର୍ଯ୍ୟାଳୟରେ ମଧ୍ୟ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ବିଭିନ୍ନ ସ୍ଥାନରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି। ସରକାରୀ ଅଫିସ ଖୋଲା ଯାଇଥିଲେ ହେଁ, ବନ୍ଦ ଯୋଗୁ ବିଭିନ୍ନ କର୍ମଚାରୀ ଅଫିସରେ ପହଞ୍ଚି ପାରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯକ୍ଷ୍ମା ମୁକ୍ତ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ଟିବି ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ଯକ୍ଷ୍ମା ରୋଗ ଉପରେ ଏକ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

CMOରୁ ଫାଇଲ ଗାୟବ ଘଟଣା: ବଡ଼ ବୟାନ ଦେଲେ କ୍ରାଇମବ୍ରାଞ୍ଚ ଡିଜି, ହାଜର ହେବେ…

ଭୁବନେଶ୍ୱର,୪।୮: CMOରୁ ନାଇଡୁ କମିଶନ ଫାଇଲ ଗାୟବ ମାମଲାରେ କ୍ରାଇମବ୍ରାଞ୍ଚ ଡିଜି ମଙ୍ଗଳବାର ଗଣମାଧ୍ୟମକୁ ଏକ ବଡ଼ ବୟାନ ଦେଇଛନ୍ତି। ମାମଲାର ତଦନ୍ତ ଟେକ୍ନିକାଲ ଉପାୟରେ କରାଯାଉଛି।…

ହାତୀ ଦେଖିବାକୁ ଯାଇଥିଲେ ଯୁବକ; ଗୋଡ଼ାଇଲା ମାଈ ହାତୀ, ତାପରେ…

ପାଟଣା,୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜର ପାଟଣା ସେକ୍ସନ ଅନ୍ତର୍ଗତ ରାମଚନ୍ଦ୍ରପୁର ନିକଟରେ ସୋମବାର ୧୯ଟିକିଆ ବଣୁଆ ହାତୀପଲ ଡେରା ପକାଇଥିଲେ । ଏହି…

ଚିଚର୍ଲା ଉଦ୍ୟାନ ବିଭାଗରେ ନାହିଁ ପାଣି ସୁବିଧା: ଶ୍ରୀହୀନ ପଡ଼ିଛି ନର୍ସରି

କେସିଙ୍ଗା,୪।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବୋରିଆ ପଞ୍ଚାୟତ ଚିଚର୍ଲା ଗାଁ ନିକଟରେ ଥିବା ଜାତୀୟ ରାଜପଥ ୨୬ ନିକଟରେ ଥିବା ଉଦ୍ୟାନ ବିଭାଗର…

କଦଳୀ ଚାଷୀଙ୍କୁ ମିଳୁନି ସରକାରୀ ପ୍ରୋତ୍ସାହନ: ଶୀତଳ ଭଣ୍ଡାର ନିର୍ମାଣ ଦାବି

କେସିଙ୍ଗା,୪।୮(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗାଁରେ ପ୍ରାୟତଃ ଅଧିକାଂଶ ଲୋକ ଚାଷ ଉପରେ ସବୁବେଳେ ନିର୍ଭର କରନ୍ତି l ଏହି ଅଞ୍ଚଳ ରେତ ନଦୀ…

ବରଗଡରେ ଚାଞ୍ଚଲ୍ୟ: ନିରାମୟରେ ଦିଆଯାଉଛି ଏକ୍ସପାୟାରୀ ମେଡିସିନ୍‌, ଜଣେ ଆହତ ବାଳକଙ୍କୁ…

ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ରହିଥିବା ନିରାମୟରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଏଠାରେ ରୋଗୀଙ୍କୁ ଏକ୍ସପାୟାରୀ ମେଡିସିନ୍‌ ଦିଆଯାଇଥିବା ଅଭିଯୋଗ…

ଉପାନ୍ତ ଅଞ୍ଚଳରେ ନେଟ୍‌ଓ୍ବର୍କ ସମସ୍ୟା: ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଲୋକେ

ନୂଆପଡ଼ା,୪ା୮ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକର ଉପାନ୍ତ ଅଞ୍ଚଳ ଦେଓଦରା ପଞ୍ଚାୟତ ଓ ବୋଡେନ ବ୍ଲକ ନାଗପଡ଼ା ପଞ୍ଚାୟତର ଅଧିକାଂଶ ଗାଁର ଲୋକେ ମୌଳିକ ସୁବିଧାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri