କେନ୍ଦୁଝରରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ

କେନ୍ଦୁଝର, ୧୯ା୯ (ସ୍ବ.ପ୍ର./ଡି.ଏନ.ଏ.)-ଓଡିଶାର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ବୁଧବାର କେନ୍ଦୁଝର ଜିଲା ଗସ୍ତରେ ଆସି କ୍ଷେତ୍ର ପରିଦର୍ଶନ କରିବା ସହ ଦରବାର ହଲଠାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ସାମିଲ ହୋଇ ବିଭିନ୍ନ କାର୍ଯ୍ୟର ତଦାରଖ କରିଥିଲେ। ଡିଏମଏଫ ଅନୁଦାନରେ ବାଂଶପାଳ ବ୍ଲକ ତଳ କଇଁସାରୀ ଗ୍ରାମରେ ସ୍ଥାପିତ କ୍ରେଚ ପରିଦର୍ଶନ କରିଥିଲେ। ଜିଲାରେ ଏଭଳି ଖଣିଖାଦନ ବହୁଳ ଯୋଡା, ବାଂଶପାଳ, ହରିଚନ୍ଦନପୁର ବ୍ଲକ ଅଞ୍ଚଳରେ ସମୁଦାୟ ୬୦ଟି କ୍ରେଚ ଖୋଲାଯାଇ ଶ୍ରମଜୀବୀ ତଥା ଖଣିଖାଦାନରେ କାମ କରୁଥିବା ମହିଳା ମାନଙ୍କ ଶିଶୁ ମାନଙ୍କୁ ରଖା ଯାଇ ସେମାନଙ୍କ ପ୍ରତି ନିଆ ଯାଉଥିବା ଯତ୍ନକୁ ଜାଣି ଖୁସିବ୍ୟକ୍ତ କରିଥିଲେ। ସଦର ବ୍ଲକ ଜଳବଙ୍ଗ ଗ୍ରାମରେ ଅଙ୍ଗନଓ୍ବାଡି କେନ୍ଦ୍ର ପରିଦର୍ଶନ କରି ସେଠାରେ ପଢୁଥିବା ପିଲା ମାନଙ୍କୁ ଓଡିଆ ବର୍ଣ୍ଣମାଳା ପଚାରି ବୁଝିଥିଲେ ା ସେଠାରେ ଉପସ୍ଥିତ ଗର୍ଭବତୀ ଓ ପ୍ରସୂତି ମହିଳା ମାନଙ୍କ ସହିତ ଆଲୋଚନା କରି ସୁବିଧା ଅସୁବିଧା ବୁଝିଥିଲେ। ଡିଏମଏଫ ପକ୍ଷରୁ ଅଙ୍ଗନଓ୍ବାଡି କେନ୍ଦ୍ରକୁ ଧୂମ୍ରବିହୀନ ଚୁଲା, ପ୍ରେସର କୁକର ମନ୍ତ୍ରୀଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା। ମୁକୁନା ଗ୍ରାମରେ ଛତୁଆ ପ୍ରସ୍ତୁତ କେନ୍ଦ୍ର ମନ୍ତ୍ରୀ ପରିଦର୍ଶନ କରି ନିରୀକ୍ଷଣ କରିଥିଲେ ା ଜିଲାପାଳ ଆଶୀଷ ଠାକରେ, ଜିଲା ସମାଜ ମଙ୍ଗଳ ଅଧିକାରୀ ମାନସୀ ରଥ, ପ୍ରୋଗ୍ରାମ ଅଫିସର ସତ୍ୟ ପ୍ରିୟଦର୍ଶିନୀ ସାହୁ, ଜିଲା ଶିଶୁ ସୁରକ୍ଷା ଅଧିକାରୀ ଦେବାଙ୍ଗନା ବାରିକ, ଯୁଗମ ସଚିବ ଗୀତାରାଣୀ ପଟ୍ଟନାୟକ, ବ୍ୟକ୍ତିଗତ ସଚିବ ପ୍ରମୋଦ କୁମାର ମିଶ୍ର ଉପସ୍ଥିତ ଥିଲେ ା ଅନ୍ୟମାନଙ୍କ ମଧ୍ୟରେ ଜିଲାପାଳ ଆଶୀଷ ଠାକରେ, ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ, ବିଧାୟକ ମୋହନ ମାଝୀ, ମୀନାକ୍ଷୀ ମହାନ୍ତ, ଭାଗିରଥୀ ସେଠୀ, ଜଗନାଥ ନାଏକଙ୍କ ସମେତ ପିଡି ଉଦ୍ଧବ ଚନ୍ଦ୍ର ମାଝୀ, ଉପଜିଲାପାଳ ରାମଚନ୍ଦ୍ର କିସ୍କୁ, ଜିଲା ସମାଜ ମଙ୍ଗଳ ଅଧିକାରୀ ମାନସୀ ରଥ ଉପସ୍ଥିତ ଥିଲେ। ଏହି ଅବସରରେ ଡିଏମଏଫ ଅନୁଦାନ ଓ ସରକାରଙ୍କ ଅନୁଦାନରେ ଚାଲିଥିବା ବିଭିନ୍ନ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରାଯାଇଥିଲା ପ୍ରତ୍ୟେକ ମାସ ୧ ତାରିଖରେ ହିତାଧିକାରୀଙ୍କୁ ଛତୁଆ ଯୋଗାଣ ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ବୈତରଣୀ ନଦୀ ପାର୍‌ ହୋଇଆସିଲା ହାତୀ: ଲୋକେ ଭୟଭୀତ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ଦେଖାଦେଇଛି। ହାତୀଟି ବ୍ଲକ ଅଧୀନ ବିଭିନ୍ନ ଗାଁ ଏବଂ ଛକ ବଜାରରେ ବୁଲୁଥିବାବେଳେ...

PEOଙ୍କ ଘରେ ପଶିଲା ଭିଜିଲାନ୍ସ: ଜାରି ରହିଛି ଚଢାଉ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ବସନ୍ତିଆସ୍ଥିତ ତାଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri