କେନ୍ଦୁଝର ଜିଲାରେ ୮ କରୋନା ରୋଗୀ ଚିହ୍ନଟ, ସ୍ବାସ୍ଥ୍ୟ ବିଭାଗ ତତ୍ପର

କେନ୍ଦୁଝର,୨୬।୫ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ସୋମବାର ୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଜିଲା ମୁଖ୍ୟାଳୟରେ ପ୍ରଥମ ରୋଗୀ ଚିହ୍ନଟ ହୋଇଛି। ସ୍ଥାନୀୟ ନିହାଲ ସିଂ ଛକ ନିକଟ କିମିରିଡୋଲି ସାହିରେ ରହୁଥିବା ଜଣେ ସ୍ବାସ୍ଥ୍ୟ ବିଭାଗ ଗାଡି ଚାଳକଙ୍କ କରୋନା ହୋଇଥିବା ଜଣାପଡିବା ପରେ ଉକ୍ତ ସାହିକୁ କଣ୍ଟେନମେଣ୍ଟ ଜୋନ ଭାବରେ ଘୋଷଣା କରାଯାଇଛି। କିମିରିଡୋଲି ସାହିର ସମସ୍ତ ଯାତାୟତ ପଥକୁ ସିଲ୍‌ କରିଦିଆଯାଇଛି। ପୋଲିସ ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡ଼ାକଡ଼ି ଗ୍ରହଣ କରାଯାଇଛି। ସ୍ବାସ୍ଥ୍ୟ ବିଭାଗ ଟିମ ଉକ୍ତ ରୋଗୀଙ୍କ ସହ ଆଲୋଚନା କରି ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଚିହ୍ନଟ କରାଯାଇଛି। ସେ ଆମ୍ବୁଲାନ୍ସ ଚାଳକ ଥିବା ବେଳେ ଘରେ ରହୁଥିଲେ ଓ ବୁଲାବୁଲି କରୁଥିଲେ। ଏଣୁ ଅଧିକ ଲୋକଙ୍କ ସଂସ୍ପର୍ଶରେ ଆସୁଥିବା ଅନୁମାନ କରାଯାଉଛି। ସେହିପରି ବିହାରରୁ ଫେରି ବଂଶପାଳ ବ୍ଲକ ଶୁଆକାଟିସ୍ଥିତ ଏକ ସଙ୍ଗରୋଧ କେନ୍ଦ୍ରରେ ରହୁଥିବା ବାପା ଓ ଝିଅ କରୋନାରେ ଆକ୍ରାନ୍ତ ଥିବା ଜଣାପଡିଛି। ସେହିପରି ପାଟଣା ବ୍ଲକ ଚେମଣାରେ ଜଣେ, ଘଷିପୁରା ବ୍ଲକ ଖାଲପାଳ, ଆନନ୍ଦପୁର ବ୍ଲକ ଧକୋଠା, ହରିଚନ୍ଦନପୁର ବ୍ଲକ ଜିରାଙ୍ଗ, ହାତଡ଼ିହି ବ୍ଲକ ଆଇତିପୁର ଗ୍ରାମରେ ଜଣେ ଲେଖାଏଁ ରୋଗୀ ଚିହ୍ନଟ ହୋଇଥିବା ଜଣାପଡିଛି। ଘଷିପୁରା ବ୍ଲକର ରୋଗୀ ଜଣେ ଆମ୍ବୁଲାନ୍ସ ଡ୍ରାଇଭର ବୋଲି ଜଣାପଡିଛି। ତନ୍ମଧ୍ୟରୁ ଦୁଇ ଜଣ ବାହାରେ ଥିବାରୁ ପ୍ରଶାସନ ପାଇଁ ଚିନ୍ତାର କାରଣ ହୋଇଛି। ସେମାନେ କାହା ସଂସ୍ପର୍ଶରେ ଆସିଥିଲେ ସେ ନେଇ ଯାଞ୍ଚ ଚାଲିଛି। ସେଥିରୁ ଦୁଇ ଜଣ ଗୁଜୁରାଟ ଫେରନ୍ତା, ଦୁଇ ଜଣ ବିହାର ଫେରନ୍ତା, ଜଣେ ତାମିଲନାଡୁ, ଜଣେ ମହାରାଷ୍ଟ୍ର ଫେରନ୍ତା ବୋଲି ଜଣାପଡିଛି। ଅନ୍ୟ ଦୁଇ ଜଣ ସ୍ଥାନୀୟ ଯୋଗାଯୋଗରେ ବ୍ୟାପିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ତୈଳଦର ଅହେତୁକ ବୃଦ୍ଧି ନେଇ ବିଜୁ ଯୁବ ଛାତ୍ର ଜନତା ଦଳର ପ୍ରତିବାଦ

ପାଟଣାଗଡ଼,୨୭ା୫(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ବିଜେଡି ଦଳ ପକ୍ଷରୁ ପେଟ୍ରୋଲ, ଡିଜେଲ ଓ ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି କୁନେଇ ବୁଧବାର ସ୍ଥାନୀୟ ବିଜୁ ଯୁବ…

ସ୍କୁଟିରେ ଚାଲାଣ ହେଉଥିଲା ବ୍ରାଉନସୁଗାର, ମାଡ଼ି ବସିଲା ପୋଲିସ

ଧାମନଗର,୨୭ା୫(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଦିନକୁ ଦିନ ବ୍ରାଉନସୁଗାର ବା ନିଶା କାରବାର ବୃଦ୍ଧି ପାଉଥିବା ବେଳେ ଏହା ଉପରେ ଲଗାମ ଲଗାଇବାକୁ ପୋଲିସକୁ…

୮୦% ଭିନ୍ନକ୍ଷମ ସୁନୀଲଙ୍କୁ ମିଳୁନି ଭତ୍ତା: ପଚାରିବାରୁ ସରପଞ୍ଚଙ୍କ ଦେଲେ ଏଭଳି ମନ୍ତବ୍ୟ, କହିଲେ ମୋ ନିଜ ଭାଉଜଙ୍କର ମଧ୍ୟ…

ଥୁଆମୂଳ ରାମପୁର, ୨୭ା୫ (ଦୁର୍ଗା କୀର୍ତ୍ତି): ସରକାର ଗରିବ, ଅସହାୟ ଓ ଭିନ୍ନକ୍ଷମମାନଙ୍କ ସାମାଜିକ ସୁରକ୍ଷା ପାଇଁ କୋଟି କୋଟି ଟଙ୍କାର ଯୋଜନା ପ୍ରଣୟନ କରୁଥିବା ବେଳେ,…

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଯନ୍ତ୍ରୀ, ଟଙ୍କା ଜବତ କରି…

ସୁନ୍ଦରଗଡ଼,୨୭ା୫(ଜୟ ନାରାୟଣ ମେଣ୍ଡୁଳି): ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନିଷ୍ଠ ଯନ୍ତ୍ରୀ। ଜଣେ ଠିକାଦାରଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବାଥିବା ବେଳେ ଜିଲା ସ୍ବାସ୍ଥ୍ୟ…

ଭିଜିଲାନ୍ସ ଜାଲରେ ACSO, ଲାଞ୍ଚ ନେବାବେଳେ ରେଡ୍‌ ହ୍ୟାଣ୍ଡରେ ଧରାପଡ଼ିଲେ

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଚମ୍ପୁଆ ଅତିରିକ୍ତ ସିଭିଲ ସପ୍ଲାଏ ଅଧିକାରୀ (ACSO)।  ତାଙ୍କ ନାଁ ଭୂମାରାମ ମୁର୍ମୁ ବୋଲି ଜଣାପଡ଼ିଛି।…

ତାଳଚୁଆ ସାମୁଦ୍ରିକ ଥାନାରେ ଥାର୍ଡ ଡିଗ୍ରୀ : ମହିଳା ଓ ତାଙ୍କ ପୁଅଙ୍କୁ ଥାନାରେ ମାଡ଼

ଭୁବନେଶ୍ୱର/ରାଜନଗର, ୨୭।୫(ତ୍ରିନାଥ ମହାନ୍ତି/ଭାସ୍କର ରାଉତରାୟ): ବାରଙ୍ଗ ଥାନାରେ ଜଣେ ଯୁବକଙ୍କୁ ପତ୍ନୀ ହତ୍ୟା ସନ୍ଦେହରେ ପୋଲିସ ଉଠାଇ ଆଣି ଥାର୍ଡ ଡିଗ୍ରୀ ଦେଇ ଗୁରୁତର କରି ଆଇସିୟୁ’ରେ…

ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ

ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍‌ଟିଏଫ୍‌ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି ।…

ବ୍ୟବସାୟୀଙ୍କ ଦୋକାନରୁ ୪୩ ରନ୍ଧନ ଗ୍ୟାସ୍‌ ସିଲିଣ୍ଡର ଜବତ, ଅତର୍କିତ ଚଢାଉ କରି ପୋଲିସ…

ମହାକାଳପଡ଼ା, ୨୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଆପାଳ ସାମୁଦ୍ରିକ ଥାନା କଣ୍ଟିଲୋ ଓ ପୂର୍ବ ସୁନୀତି ଗ୍ରାମରେ ଦୁଇ ବ୍ୟବସାୟୀଙ୍କ ଦୋକାନ ଗୃହରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri