କେନ୍ଦୁ ଖାଇବାକୁ ଯାଇ ଗଛରୁ ପଡ଼ି ନାବାଳକଙ୍କ ଜୀବନ ଗଲା: ସରକାରୀ ସହାୟତା ଦାବି

ଲୋଇସିଂହା, ୩।୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଝରଣୀପାଲି ଗ୍ରାମର ଜନୈକ ନାବାଳକ କେନ୍ଦୁ ଖାଇବାକୁ ଯାଇ ଗଛରୁ ପଡ଼ି ଗୁରୁବାର ମୃତ୍ୟୁ ଘଟିଛି। ସେ ହେଲେ ହରିଜନ ବସ୍ତିର ରାଜା ନାଗ।
ପ୍ରକାଶ ଯେ, ଗୁରୁବାର ସକାଳେ ରାଜା ସାନଭାଇ ରାଜେଶଙ୍କ ସହ ଘରେ ଖେଳୁଥିଲେ। କିଛି ସମୟ ପରେ ଘରେ କାହାକୁ କିଛି ନ ଜଣାଇ କେନ୍ଦୁ ଖାଇବାକୁ ନିକଟସ୍ଥ ଗଛ ପାଖକୁ ଯାଇଥିଲେ। ରାଜା କେନ୍ଦୁ ଗଛରେ ଚଢ଼ିଥିବା ବେଳେ ତଳକୁ ଖସିପଡ଼ିଥିଲେ। ଏହା ଜାଣିବା ପରେ ପରିବାର ଲେକେ ତାଙ୍କୁ ଗୁରୁତର ଅବସ୍ଥାରେ ଲୋଇସିଂହା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ମୃତଦେହ ଜବତକରି ବ୍ୟବଚ୍ଛେଦ ପାଇଁ ବଲାଙ୍ଗୀର ଭୀମଭୋଇ ମେଡିକାଲକୁ ପଠାଇବା ସହ ଏକ ଅପମୃତ୍ୟୁ ମାମଲା (ନଂ. ୩।୨୦) ରୁଜୁ କରିଥିବା ଆଇଆଇସି ଲଲିତା ଲାକ୍ରା କହିଛନ୍ତି।
ରାଜାଙ୍କ ପରିବାରକୁ ପଞ୍ଚାୟତ ତରଫରୁ ୨ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଅନ୍ୟାନ୍ୟ ସରକାରୀ ସହାୟତା ଜିଲା ପ୍ରଶାସନ ପକ୍ଷରୁ ଯୋଗାଇଦେବାକୁ ସରପଞ୍ଚ ସୁଜିତ ସାହୁ ଓ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ବୁଲିଲା ମହାବଳ: ଲୋକେ ଭୟଭୀତ

ବାରିପଦା,୨୫ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ଖପରାଖାଇ ଗଁାରେ ମହାବଳ ବାଘ ଆତଙ୍କ ଦେଖାଦେଇଛି। ୫ଦିନ ଦେଲା ବାଘଟି ଖାଦ୍ୟ ଅନ୍ବେଷଣରେ ଗଁା ଭିତରକୁ…

ସୂର୍ଯ୍ୟନାରାୟଣପୁର ODRP କଲୋନୀରେ ପଶିଲା ଋଷିକୂଲ୍ୟା ନଦୀ ପାଣି: ବନ୍ୟା ପରିସ୍ଥିତି, ଆତଙ୍କ…

ଗଞ୍ଜାମ,୨୪ା୯(ଦିଲୀପ ସାମଲ/ଅନାଥ ତରାଇ): ବାତ୍ୟାଜନିତ ଲଗାଣ ବର୍ଷା ଏବଂ ଋଷିକୂଲ୍ୟା ନଦୀର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଇବା ଯୋଗୁ ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର…

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

ଦିଗପହଣ୍ଡିରେ ଲଗାଣ ବର୍ଷା: ବୃଦ୍ଧି ପାଉଛି ଘୋଡ଼ାହାଡ଼ ଡ୍ୟାମ୍‌ର ଜଳପତ୍ତନ,ସଜାଗ ରହିଛି…

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ଗତ ୪ ଦିନ ହେବ ଦିଗପହଣ୍ଡି ଅଞ୍ଚଳରେ ତୁହାକୁ ତୁହା ପ୍ରବଳ ବର୍ଷା…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

୩ ଦିନ ହେଲା ବର୍ଷା ଜାରି , ମାଧବରୀଡ଼ାରେ ବିପଦ ସଂକେତ ଜଳସ୍ତର

ବେଲଗୁଣ୍ଠା,୨୪ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଅବପାତ ପ୍ରଭାବରେ ବେଲଗୁଣ୍ଠା ଅଞ୍ଚଳରେ ଗତ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନ ଫସଲକୁ ନେଇ ଚାଷୀଙ୍କ…

ବନ୍ୟାର ପ୍ରଖର ସ୍ରୋତରେ ନାଳ ପାରି ହେଲେ ଗର୍ଭବତୀ

ପାତ୍ରପୁର, ୨୪ା୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୀମାନ୍ତରେ ପ୍ରବାହିତ ଜାମୁଗଣ୍ଡ ନାଳରେ ବର୍ଷାଜଳ ବୃଦ୍ଧି ପାଇଛି। ଏଥିଯୋଗୁ କେତେକ ଆଦିବାସୀ ଗ୍ରାମ ବାହ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?