Posted inଜାତୀୟ

କେନ୍ଦ୍ରକୁ ଜବାବ ମାଗିଲେ ହାଇକୋର୍ଟ

ନୂଆଦିଲ୍ଲୀ,୨୯ା୨(ପି.ଟି.):କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ସମେତ ଦଳର କେତେଜଣ ନେତା ଉତ୍ତେଜନାପୂର୍ଣ୍ଣ ଭାଷଣ ଦେଉଥିବାରୁ ସେମାନଙ୍କ ବିରୋଧରେ ଏତଲା ଦାଏର ପାଇଁ ନିର୍ଦ୍ଦେଶ ଦେବାକୁ ଦିଲ୍ଲୀ ହାଇକୋର୍ଟରେ ପିଟିଶନ ଦାଏର ହୋଇଥିଲା। ଶୁକ୍ରବାର ଅଦାଲତ ଏହାର ଶୁଣାଣି କରି କେନ୍ଦ୍ର, ଦିଲ୍ଲୀ ସରକାର ଏବଂ ପୋଲିସକୁ ଜବାବ ମାଗିଛନ୍ତି। କଂଗ୍ରେସ ନେତାଙ୍କ ବ୍ୟତୀତ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ, ଆମ୍‌ ଆଦ୍‌ମୀ ପାର୍ଟି ବିଧାୟକ ଅମାନତୁଲ୍ଲା ଖାନ୍‌, ଏଆଇଏମ୍‌ଆଇଏମ୍‌ ନେତା ଆକବରୁଦ୍ଦିନ ଓଓ୍ବାଇସି ଏବଂ ଦଳର ପୂର୍ବତନ ବିଧାୟକ ଓ୍ବାରିସ ପଠାନ୍‌ଙ୍କ ବିରୋଧରେ ମଧ୍ୟ ଏତଲା ଦାଏର ପାଇଁ ଆଇନଜୀବୀମାନଙ୍କ ସଂଗଠନ ‘ଲୟର୍ସ ଭଏସ୍‌’ ପକ୍ଷରୁ ଆବେଦନ କରାଯାଇଥିଲା। ଉତ୍ତେଜନାପୂର୍ଣ୍ଣ ଭାଷଣର ତଦନ୍ତ ଲାଗି ଏକ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଗଠନ ଲାଗି ସଂଗଠନ ପକ୍ଷରୁ ଅନୁରୋଧ କରାଯାଇଥିଲା। ମୁଖ୍ୟ ବିଚାରପତି ଡି.ଏନ୍‌. ପଟେଲ, ଜଷ୍ଟିସ ସି. ହରିଶଙ୍କରଙ୍କୁ ନେଇ ଗଠିତ ଖଣ୍ଡପୀଠ କେନ୍ଦ୍ର, ଦିଲ୍ଲୀ ସରକାର ଓ ପୋଲିସକୁ ନୋଟିସ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ଗୁଡାରିରେ କଡ଼ାକଡ଼ି ଗାଡ଼ି ଯାଞ୍ଚ: ୭ ହଜାର ଟଙ୍କାର ଚାଲାଣ କାଟିଲା…

ଗୁଡାରି, ୧୧।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ପୋଲିସ ସୁପରିଣ୍ଟେଣ୍ଡେଣ୍ଟ (ଏସ୍‌ପି) ରାଜ ପ୍ରସାଦଙ୍କ ନିର୍ଦ୍ଦେଶକ୍ରମେ ଗୁଡାରି ଥାନା ଅଧିକାରିଣୀ ବିଶ୍ୱବନ୍ଦିନୀ ବାଗଙ୍କ ନେତୃତ୍ୱରେ ଶନିବାର…

ରାଜନୈତିକ ରାଲିରେ ସ୍କୁଲ ଛାତ୍ରୀଛାତ୍ରଙ୍କ ସାମିଲ: ୭ ଦିନ ମଧ୍ୟରେ ଜବାବ ତଲବ

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଆୟୋଜିତ ଏକ ରାଜନୈତିକ ପ୍ରତିବାଦ ସଭାରେ ସ୍କୁଲ ସମୟରେ ନାବାଳକ ଓ ନାବାଳିକା ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା…

ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍

ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

ଭାରତୀୟ ନୌସେନାରେ ସାମିଲ ହେଲା INS ମହେନ୍ଦ୍ରଗିରି, ଓଡ଼ିଶାକୁ ପ୍ରଶଂସା କଲେ ରାଜନାଥ

ବିଶାଖାପାଟଣା,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଶନିବାର ବିଶାଖାପାଟଣା ଡକୟାର୍ଡରେ ପ୍ରାୟ ୭୫ ପ୍ରତିଶତ ସ୍ବଦେଶୀ ଜ୍ଞାନ କୌଶଳରେ ନିର୍ମିତ ଯୁଦ୍ଧଜାହାଜ INS ମହେନ୍ଦ୍ରଗିରିକୁ ଲୋକାର୍ପିତ କରିଛନ୍ତି।…

କୋରାପୁଟର ଜ୍ୟୋତିରେଖାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ଉଚ୍ଚ ପ୍ରଶଂସା, କହିଲେ ଆର୍ଥିକ ବିକାଶରେ…

ଜୟପୁର,୧୧ା୭(ଅମିତାଭ ବେହେରା): ସୁଭଦ୍ରା ଶକ୍ତି ଭିଜନ ସମ୍ମିଳନୀରେ ସକ୍ରିୟ ଅଂଶଗ୍ରହଣ ଓ ଗଠନମୂଳକ ପରାମର୍ଶ ପାଇଁ ଜିଲାସ୍ତରୀୟ ମହାସଂଘର ସଭାପତି ଜ୍ୟୋତିରେଖା ଚେଟ୍ଟୀଙ୍କୁ ଉପମୁଖ୍ୟମନ୍ତ୍ରୀ ତଥା ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri