Posted inଜାତୀୟ

କେନ୍ଦ୍ରକୁ ଟାର୍ଗେଟ କଲେ ରାହୁଲ: ମୁଁ ହିନ୍ଦୁ, ହିନ୍ଦୁତ୍ୱବାଦୀ ନୁହେଁ

ଜୟପୁର,୧୨ ।୧୨: ରାଜସ୍ଥାନରେ ରବିବାର ଦରଦାମ ବୃଦ୍ଧିକୁ ବିରୋଧ କରି କଂଗ୍ରେସ ପକ୍ଷରୁ ମହାରାଲିର ଆୟୋଜନ କରାଯାଇଥିଲା । ଏହି ରାଲିରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାରତୀୟ ଜନତା ପାର୍ଟି(ଭାଜପା) ଉପରେ ଖୁବ୍ ବର୍ଷିଛନ୍ତି । ଏଠାରେ ସେ ପୁଣିଥରେ ହିନ୍ଦୁ ଓ ହିନ୍ଦୁତ୍ୱ କଥା ଉଠାଇଛନ୍ତି । ରାହୁଲ କହିଛନ୍ତି ଦୁଇଟି ଶବ୍ଦର ଅର୍ଥ ଏକ ନ ହୋଇପାରେ । ଭିନ୍ନ ଭିନ୍ନ ଶବ୍ଦର ଭିନ୍ନ ଭିନ୍ନ ଅର୍ଥ ରହିଛି । ଗୋଟିଏ ହିନ୍ଦୁ ଅନ୍ୟଟି ହିନ୍ଦୁତ୍ୱବାଦ । ମୁଁ ହିନ୍ଦୁ କିନ୍ତୁ ହିନ୍ଦୁତ୍ୱବାଦୀ ନୁହେଁ । ମହାତ୍ମା ଗାନ୍ଧୀ ହିନ୍ଦୁ , ନାଥୁରାମ ଗଡସେ ହିନ୍ଦୁବାଦୀ । ରାହୁଲ ଆହୁରି ମଧ୍ୟ କହିଛନ୍ତି ୨ ଜୀବର ଗୋଟିଏ ଆତ୍ମା ହୋଇ ପାରେନା ସେମିତି ଦୁଇଟି ଶବ୍ଦର ଗୋଟିଏ ଅର୍ଥ ହୋଇ ନ ପାରେ । ପ୍ରତିଟି ଶବ୍ଦର ଅଲଗା ଅଲଗା ଅର୍ଥ ରହିଛି । ଦେଶର ରାଜନୀତିରେ ଆଜି ଦୁଇଟି ଶବ୍ଦ ମଧ୍ୟରେ ଅନ୍ତର ରହିଛି । ଏହି ୨ ଶବ୍ଦର ଅର୍ଥ ଅଲଗା । ସେ କହିଛନ୍ତି ହିନ୍ଦୁ ସର୍ବତା ସତକୁ ଖୋଜିଥାଏ । ତା’ର ଜୀବନ ସତ ଖୋଜି ଖୋଜି ଶେଷ ହୋଇଯାଇଥାଏ । ମହାତ୍ମା ଗାନ୍ଧୀ ସାରା ଜୀବନ ସତର ସନ୍ଧାନ କରୁଥିଲେ । ଶେଷରେ ହିନ୍ଦୁତ୍ୱବାଦୀ ତାଙ୍କ ଛାତିରେ ଗୁଳି ଚଳାଇଦେଲେ । ହିନ୍ଦୁତ୍ୱବାଦୀ ଶାସନ ଗାଦି ଆପଣେଇବାକୁ କିଛି ବି କରିପାରେ । ମାରିପାରେ, କାଟିପାରେ, ପିଟିପାରେ । ତାଙ୍କୁ ସତ୍ୟାଗ୍ରହ ନୁହେଁ ସତ୍ତାଗ୍ରହ ଦରକାର । ହିନ୍ଦୁ ଭୟକୁ ସାମ୍ନା କରିଥାଏ, ହିନ୍ଦୁତ୍ୱବାଦୀ ଭୟ ଆଗରେ ମୁଣ୍ଡ ନୁଆଁଇ ଦିଅନ୍ତି । ଏଭଳି ଭାବେ କେନ୍ଦ୍ର ଉପରେ ବର୍ଷିଛନ୍ତି ରାହୁଲ ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

୧୦ ଦିନରେ ୫ ଟଙ୍କା ମହଙ୍ଗା ପେଟ୍ରୋଲ, ଡିଜେଲ

ଭାରତରେ ତୈଳ ବିପଣନ କମ୍ପାନୀ ପେଟ୍ରୋଲ ଓ ଡିଜେଲ ଦର ୧୦ ଦିନ ମଧ୍ୟରେ ୩ ଥର ବୃଦ୍ଧି କରିସାରିଲେଣି। ଶନିବାର ପେଟ୍ରୋଲ ଦର ଲିଟର ପିଚ୍ଛା…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri