କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ;ଘର କ୍ରେତାଙ୍କ ଲାଗି ଏକକ ପ୍ରସ୍ତାବ ଆଣ

ନୂଆଦିଲ୍ଲୀ,୧୦-୭: ଲକ୍ଷ ଲକ୍ଷ ଘର କ୍ରେତାଙ୍କ ସମସ୍ୟା ଦୂର କରିବା ଲାଗି କେନ୍ଦ୍ର ସରକାର ଏକକ ପ୍ରସ୍ତାବ(ୟୁନିଫର୍ମ ପ୍ରପୋଜାଲ୍‌) ଆଣନ୍ତୁ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ଜେପି ଇନ୍‌ଫ୍ରାଟେକ୍‌ ଲିମିଟେଡ ମାମଲାର ଶୁଣାଣି ବେଳେ ଏହି ନିର୍ଦ୍ଦେଶ ଦେଇ କହିଛନ୍ତି ଯେ, ଘର କ୍ରେତାମାନେ ବିଲ୍ଡରଙ୍କୁ ମୋଟା ରକମର ଅର୍ଥ ପ୍ରଦାନ କରିସାରିବା ପରେ ମଧ୍ୟ ଫ୍ଲାଟ୍‌ ପାଇ ପାରୁନାହାନ୍ତି। ସର୍ବୋଚ୍ଚ ଅଦାଲତ କହିଛନ୍ତି ଯେ, ଏହି ମାମଲା ବହୁ ଲକ୍ଷ ଫ୍ଲାଟ କ୍ରେତାଙ୍କ ସହ ଜଡ଼ିତ। ସେମାନଙ୍କର ଏହି ସମସ୍ୟା ଦୂର କରିବା ଲାଗି କେନ୍ଦ୍ର ସରକାର ସମସ୍ତଙ୍କ ଉଦ୍ଦେଶ୍ୟରେ ଗୋଟିଏ ପ୍ରକାର ପ୍ରସ୍ତାବ ଆଣିବା ଉଚିତ୍‌। ଜଷ୍ଟିସ୍‌ ଏ.ଏମ୍‌.ଖାନ୍‌ଓ୍ବିଲକର ଓ ଜଷ୍ଟିସ ଦିନେଶ ମାହେଶ୍ୱରୀଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି ଯେ, ଟଙ୍କା ଦେବା ସତ୍ତ୍ୱେ ଅନେକଙ୍କୁ ଫ୍ଲାଟ୍‌ ମିଳୁନାହିଁ। ଦେବାଳିଆ ଆଇନ ବାହାରେ କେନ୍ଦ୍ର ସରକାର ପ୍ରସ୍ତାବ ଆଣନ୍ତୁ ବୋଲି ଖଣ୍ଡପୀଠ ଆଡିଶନାଲ ସଲିସିଟର ଜେନେରାଲଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

ମୁଖ୍ୟମନ୍ତ୍ରୀ ବିଜୟ ‘ମାମା’ଙ୍କ ସୁନା ମୁଦି କିପରି ନବଜାତ ଶିଶୁଙ୍କ ପାଇଁ ହୋଇପାରେ କ୍ଷତିକାରକ: ଅଭିଭାବକମାନେ ମାନନ୍ତୁ…

ଚେନ୍ନାଇ,୨୯।୯: ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ସୋମବାର ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରିବା ଆରମ୍ଭ କରିଛନ୍ତି। ସେପ୍ଟେମ୍ବର ୨୮ରେ, ସେ ରାଜ୍ୟର ନବଜାତ…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

SBI ଗ୍ରାହକ ସାବଧାନ! ଅକ୍ଟୋବର ୧ରୁ ବଦଳିବ ATM ରୁ ଟଙ୍କା ଉଠାଇବା ନିୟମ, ଦେବାକୁ ପଡିବ ଏକ୍ସର୍ଟା ଚାର୍ଜ…

ନୂଆଦିଲ୍‌ଲୀ,୨୯।୯: ଯଦି ଆପଣ ଦେଶର ସବୁଠାରୁ ବଡ଼ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇର ଗ୍ରାହକ, ତେବେ ଏହି ଖବର ଆପଣଙ୍କ ପାଇଁ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?