କେନ୍ଦ୍ରମନ୍ତ୍ରୀଙ୍କୁ ନବୀନଙ୍କ ଚିଠି: ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଚଳାଚଳ ପାଇଁ ଦାବି

ଭୁବନେଶ୍ୱର, ୧୩।୭(ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଚଳାଚଳ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦାବି କରିଛନ୍ତି। ଏ ନେଇ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ଓ ସହର ବ୍ୟାପାର ମନ୍ତ୍ରୀଙ୍କୁ ଚିଠି ଲେଖି ଜଣାଇଛନ୍ତି।
ମୁଖ୍ୟମନ୍ତ୍ରୀ ତାଙ୍କ ଚିଠିରେ ଲେଖିଛନ୍ତି ଯେ, ଭୁବନେଶ୍ୱରରୁ ଦୁବାଇ ଓ ଅନ୍ୟ ମଧ୍ୟପ୍ରାଚ୍ୟ ଦେଶକୁ ସିଧାସଳଖ ବିମାନ ଚଳାଚଳର ବ୍ୟବସ୍ଥା ନ ଥିବାରୁ ଯାତ୍ରୀମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ଚଳାଚଳ କରାଗଲେ ଏଭଳି ସମସ୍ୟାର ସମାଧାନ ହୋଇପାରିବ। ଭୁବନେଶ୍ୱରରୁ ଭାୟା ନୂଆଦିଲ୍ଲୀ ଦେଇ ମଧ୍ୟପ୍ରାଚ୍ୟ ରଷ୍ଟ୍ରକୁ ଏୟାର ଇଣ୍ଡିଆର ଅନ୍ତର୍ଜାତୀୟ ବିମାନ ଚଳାଚଳ ସେବା ଥିଲେ ମଧ୍ୟ ତାହା ଅଧିକ ଅର୍ଥ ଓ ସମୟ ସାପେକ୍ଷ ହେଉଛି। ଭୁବନେଶ୍ୱରରେ ଆବଶ୍ୟକୀୟ ଯାତ୍ରୀ ଥିବାରୁ ଭୁବନେଶ୍ୱରରୁ ଦୁବାଇ ପର୍ଯ୍ୟନ୍ତ ବିମାନ ଚଳାଚଳର ଆବଶ୍ୟକତା ରହିଛି। ଏୟାର ଇଣ୍ଡିଆ କିମ୍ବା ଅନ୍ୟ ଆନ୍ତର୍ଜାତିକ ବିମାନ କମ୍ପାନୀ ଜରିଆରେ ଭୁବନେଶ୍ୱରରୁ ଦୁବାଇ ପର୍ଯ୍ୟନ୍ତ ସିଧାସଳଖ ବିମାନ ଚଳାଚଳ କରିବାକୁ ନବୀନ କେନ୍ଦ୍ରମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri