କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ବୈଠକ: ଇସ୍ପାତ ଉତ୍ପାଦନ ବୃଦ୍ଧି ଉପରେ ଗୁରୁତ୍ୱ

ଭୁବନେଶ୍ୱର,୨୨ା୮(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଦେଶରେ ଇସ୍ପାତ ଉତ୍ପାଦନ ବୃଦ୍ଧି ସମ୍ପର୍କିତ ଏକ ସମୀକ୍ଷା ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଇସ୍ପାତ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ, ଯୁଗ୍ମ ପ୍ଲାଣ୍ଟ କମିଟି ଏବଂ ସିଆର୍‌ଆଇଏସ୍‌ଆଇଏଲ୍‌ର ପ୍ରମୁଖ ଅଧିକାରୀ ମଧ୍ୟ ଉପସ୍ଥିତ ଥିଲେ।
ଇସ୍ପାତ ଉତ୍ପାଦନ ଦିଗର ନୂତନ ପଦ୍ଧତି ଉଦ୍ଭାବନ ଉପରେ କେନ୍ଦ୍ରମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ଇସ୍ପାତ ଆମଦାନୀ ହ୍ରାସ କରିବା ସହ ଭାରତକୁ କିପରି ଇସ୍ପାତ ରପ୍ତାନି ରାଷ୍ଟ୍ରରେ ପରିଣତ କରାଯିବ, ସେ ଦିଗରେ ଆଲୋଚନା କରିଥିଲେ। ଏହି ଅବସରରେ ଅଧିକାରୀମାନଙ୍କୁ ପରାମର୍ଶ ଦେଇ ଧର୍ମେନ୍ଦ୍ର କହିଥିଲେ ଯେ, ସାରା ବିଶ୍ୱରେ ଶିଳ୍ପବିପ୍ଳବ ୪.୦ ମଧ୍ୟଭାଗରେ ରହିଛି। ନୂଆ ବୈଷୟିକ ପଦ୍ଧତି ବ୍ୟବହାର ଓ ବିଚାର ଦ୍ୱାରା ଆଗାମୀ ଦିନରେ ଭାରତକୁ ବିଶ୍ୱରେ ଇସ୍ପାତ ନେତୃତ୍ୱ ନେଇପାରିବା ଭଳି ଶିଳ୍ପ ଶକ୍ତିଭାବେ ଗଢ଼ିତୋଳିବା ଉପରେ କେନ୍ଦ୍ରମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ଜାତୀୟ ଇସ୍ପାତ ନୀତି-୨୦୧୭ ରିପୋର୍ଟ ଅନୁଯାୟୀ, ଦେଶର ମୁଣ୍ଡ ପିଛା ଇସ୍ପାତ ବ୍ୟବହାର ବିଶ୍ୱ ହାରାହାରି ୨୦୮ ଗ୍ରାମ୍‌ ତୁଳନାରେ ମାତ୍ର ୬୨ ଗ୍ରାମ୍‌ ରହିଛି। ଏହି ଚାହିଦା ଦ୍ରୁତ ବୃଦ୍ଧିର ସମ୍ଭାବନା ପରିପ୍ରେକ୍ଷୀରେ ଇସ୍ପାତ ଉତ୍ପାଦନ କ୍ଷମତା ବୃଦ୍ଧି ମଧ୍ୟ ଜରୁରୀ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧବଳେଶ୍ୱର ପୀଠରେ ୧୪୪ ଲାଗୁ

କଟକ ଅଫିସ,୧।୩: ମଙ୍ଗଳବାର ମହାଶିବରାତ୍ରୀ ଅବସରରେ ସମସ୍ତ ଶୈବପୀଠରେ ସ୍ବତନ୍ତ୍ର ପୂଜାର୍ଚ୍ଚନା ଆରମ୍ଭ ହୋଇଯାଇଛି। ହେଲେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିଭିନ୍ନ ସ୍ଥାନରେ ପ୍ରଶାସନ...

୪ ସ୍ଥାନରେ ସ୍ବତନ୍ତ୍ର କ୍ରୀଡ଼ା ବିଦ୍ୟାଳୟ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):ରାଜ୍ୟରେ କ୍ରୀଡ଼ା ଭିତ୍ତିଭୂମିକୁ ସୁଦୃଢ଼ କରାଯିବା ଉପରେ ସ୍ବତନ୍ତ୍ର ଗୁରୁତ୍ୱ ଦିଆଯାଉଛି। କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ରାଜ୍ୟର ୪ଟି...

କେନ୍ଦ୍ର, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ନୋଟିସ

କଟକ ଅଫିସ,୨୩ା୧: ଚୌଦ୍ୱାରସ୍ଥିତ ଇଣ୍ଡିଆନ ମେଟାଲ୍‌ସ ଆଣ୍ଡ ଫେରୋ ଆଲଏଜ୍‌ (ଇମ୍ଫା) କମ୍ପାନୀ ବିରୋଧରେ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ...

ରାଜ୍ୟରେ ଆଉ ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୩୬୧କୁ ବୃଦ୍ଧି ପାଇଛି।...

ଜୁଆଆଡ୍ଡାରେ ଚଢ଼ାଉବେଳେ ପୋଲିସକୁ ଆକ୍ରମଣ : ଏସ୍‌ଆଇଙ୍କ ହାତକୁ କାମୁଡ଼ି ଦେଲେ, ୧୦ କୋର୍ଟଚାଲାଣ

କୁକୁଡ଼ାଖଣ୍ଡି,୬ା୧୦(ଡି.ଏନ.ଏ.)- ଜୁଆ ଖେଳ ଚାଲିଥିବାବେଳେ ଆଡ୍ଡାରେ ପୋଲିସ ଚଢାଉ କରିଥିଲା। ଅନ୍ଧାରର ସୁଯୋଗ ନେଇ ପୋଲିସ ଉପରକୁ ପାଲଟା ଆକ୍ରମଣ କଲେ ଜୁଆଡି। ଏଭଳି ଘଟଣା...

ରାଜ୍ୟରେ ୧୮୩୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ସବୁଦିନ ପରି ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୫।୭(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୮୩୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୬୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ...

ଓଡ଼ିଶା ଫେରୁଛନ୍ତି ଅଭିନେତା ବିଜୟ ମହାନ୍ତି

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଓଲିଉଡ୍‌ର ବରିଷ୍ଠ ଅଭିନେତା ବିଜୟ ମହାନ୍ତି ଶନିବାର ହାଇଦ୍ରାବାଦରୁ ଆମ୍ବୁଲାନ୍ସ ବସ୍‌ ଯୋଗେ ଓଡ଼ିଶା ଆସୁଥିବା ଜଣାପଡ଼ିଛି। ରବିବାର ସେ ଭୁବନେଶ୍ୱରରେ ପହଞ୍ଚିବେ। ତାଙ୍କୁ...

ଉଠା ଦୋକାନୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୮।୬(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ଭୟଙ୍କର ରୂପ ନେବାରୁ ଗତ ମେ’ ୫ ତାରିଖରୁ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏହାର ଅବଧି ୧୪ ଦିନ...

Advertisement
Archives

Model This Week