କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ବିରୋଧରେ ମାମଲା

କଟକ ଅଫିସ, ୯।୭: ବାଲେଶ୍ୱର ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ବିରୋଧରେ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। ନିର୍ବାଚନମଣ୍ଡଳୀର ସହିରୁଲ ହକ୍‌ ନାମକ ଜଣେ ଭୋଟର ଏହି ମାମଲା ରୁଜୁ କରିଛନ୍ତି। ଆବେଦନକାରୀ ହକ୍‌ ପିଟିଶନରେ ଦର୍ଶାଇଛନ୍ତି, ଷଡ଼ଙ୍ଗୀ ନିର୍ବାଚନୀ ସତ୍ୟପାଠରେ ଅସମ୍ପୂର୍ଣ୍ଣ ତଥ୍ୟ ଦେଇଛନ୍ତି। ତାଙ୍କ ନାମରେ ଥିବା ଫୌଜଦାରି ମାମଲାଗୁଡ଼ିକ ସମ୍ପର୍କରେ ସମ୍ପୂର୍ଣ୍ଣ ତଥ୍ୟ ଦେଇ ନ ଥିବାବେଳେ ସମ୍ପତ୍ତି ତାଲିକା ସମ୍ପର୍କରେ ଭ୍ରମାତ୍ମକ ତଥ୍ୟ ଦେଇଛନ୍ତି। ତେଣୁ ତାଙ୍କ ପଦବୀକୁ ଅସିଦ୍ଧ ଘୋଷଣା କରାଯିବା ସହିତ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କୁ ବିଜୟୀ ଘୋଷଣା କରିବାକୁ ହକ୍‌ କୋର୍ଟରେ ନିବେଦନ କରିଛନ୍ତି। ସେହିପରି ରାଉରକେଲା ଓ ସାନଖେମୁଣ୍ଡି ବିଧାୟକଙ୍କ ବିରୋଧରେ ମଧ୍ୟ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକଙ୍କ ବିରୋଧରେ ପରାଜିତ ଭାଜପା ପ୍ରାର୍ଥୀ ନିହାର ରଞ୍ଜନ ରାୟ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଆବେଦନକାରୀ ରାୟ ପିଟିସନରେ ଦର୍ଶାଇଛନ୍ତି, ବିଧାୟକ ନାୟକ ତାଙ୍କ ନାମାଙ୍କନପତ୍ରରେ ଅଫିସ ଅଫ ପ୍ରଫିଟ୍‌ ଉଲ୍ଲେଖ କରିଥିଲେ ମଧ୍ୟ ରିଟର୍ନିଂ ଅଫିସର ନାମାଙ୍କନ ପତ୍ରକୁ ନାକଚ କରିବା ବଦଳରେ ଗ୍ରହଣ କରିଛନ୍ତି। ସେହିପରି ବିଧାୟକ ନିଜର ଖର୍ଚ୍ଚ ତାଲିକାର ସବିଶେଷ ତଥ୍ୟ ଦାଖଲ କରି ନ ଥିବାବେଳେ ଯେଉଁ ୪ ସେଟ୍‌ ନାମାଙ୍କନପତ୍ର ଦାଖଲ କରିଛନ୍ତି ସେଥିରୁ ୩ଟିରେ ସତ୍ୟପାଠ ନାହିଁ। ଏହାବାଦ ବିଧାୟକ ନିଜ ବିରୋଧରେ ଥିବା ଫୌଜଦାରି ମାମଲା ସମ୍ପର୍କରେ ସବିଶେଷ ତଥ୍ୟ ଦେଇନାହାନ୍ତି। ତେଣୁ ଉକ୍ତ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିବାକୁ ଆବେଦନକାରୀ ପିଟିଶନରେ ନିବେଦନ କରିଛନ୍ତି। ସାନଖେମୁଣ୍ଡି ବିଧାୟକ ରମେଶ ଚନ୍ଦ୍ର ଜେନାଙ୍କ ବିରୋଧରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ପରାଜିତ ବିଜେଡି ପ୍ରାର୍ଥୀ ନନ୍ଦିନୀ ଦେବୀ। ଜେନା ସତ୍ୟପାଠରେ ଅସମ୍ପୂର୍ଣ୍ଣ ତଥ୍ୟ ପ୍ରଦାନ କରିଛନ୍ତି। ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ଯଦି ଜଣେ ପ୍ରାର୍ଥୀଙ୍କ ବିରୋଧରେ କୌଣସି ଫୌଜଦାରି ମାମଲା ରହିଥାଏ ତେବେ ସେ ଏଗୁଡ଼ିକୁ ଗଣମାଧ୍ୟମରେ ତିନି ଥର ପ୍ରଚାର ଆଉ ପ୍ରସାର କରିବା କଥା। କିନ୍ତୁ ବିଧାୟକ ଜେନା ତାହା କରିନାହାନ୍ତି। ନିହାର ରାୟ ଓ ସହିରୁଲ ହକ୍‌ଙ୍କ ପକ୍ଷରୁ ଆଡଭୋକେଟ ସିଦ୍ଧାର୍ଥ ଦାସ ମାମଲା ପରିଚାଳନା କରୁଥିବା ବେଳେ ନନ୍ଦିନୀ ଦେବୀଙ୍କ ପକ୍ଷରୁ ଆଡଭୋକେଟ ଅସିମ ଅମିତାଭ ଦାସ ଓ ସୁକାନ୍ତ ଦଳେଇ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri