କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ବିରୋଧରେ ମାମଲା

କଟକ ଅଫିସ, ୯।୭: ବାଲେଶ୍ୱର ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ବିରୋଧରେ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। ନିର୍ବାଚନମଣ୍ଡଳୀର ସହିରୁଲ ହକ୍‌ ନାମକ ଜଣେ ଭୋଟର ଏହି ମାମଲା ରୁଜୁ କରିଛନ୍ତି। ଆବେଦନକାରୀ ହକ୍‌ ପିଟିଶନରେ ଦର୍ଶାଇଛନ୍ତି, ଷଡ଼ଙ୍ଗୀ ନିର୍ବାଚନୀ ସତ୍ୟପାଠରେ ଅସମ୍ପୂର୍ଣ୍ଣ ତଥ୍ୟ ଦେଇଛନ୍ତି। ତାଙ୍କ ନାମରେ ଥିବା ଫୌଜଦାରି ମାମଲାଗୁଡ଼ିକ ସମ୍ପର୍କରେ ସମ୍ପୂର୍ଣ୍ଣ ତଥ୍ୟ ଦେଇ ନ ଥିବାବେଳେ ସମ୍ପତ୍ତି ତାଲିକା ସମ୍ପର୍କରେ ଭ୍ରମାତ୍ମକ ତଥ୍ୟ ଦେଇଛନ୍ତି। ତେଣୁ ତାଙ୍କ ପଦବୀକୁ ଅସିଦ୍ଧ ଘୋଷଣା କରାଯିବା ସହିତ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କୁ ବିଜୟୀ ଘୋଷଣା କରିବାକୁ ହକ୍‌ କୋର୍ଟରେ ନିବେଦନ କରିଛନ୍ତି। ସେହିପରି ରାଉରକେଲା ଓ ସାନଖେମୁଣ୍ଡି ବିଧାୟକଙ୍କ ବିରୋଧରେ ମଧ୍ୟ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକଙ୍କ ବିରୋଧରେ ପରାଜିତ ଭାଜପା ପ୍ରାର୍ଥୀ ନିହାର ରଞ୍ଜନ ରାୟ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଆବେଦନକାରୀ ରାୟ ପିଟିସନରେ ଦର୍ଶାଇଛନ୍ତି, ବିଧାୟକ ନାୟକ ତାଙ୍କ ନାମାଙ୍କନପତ୍ରରେ ଅଫିସ ଅଫ ପ୍ରଫିଟ୍‌ ଉଲ୍ଲେଖ କରିଥିଲେ ମଧ୍ୟ ରିଟର୍ନିଂ ଅଫିସର ନାମାଙ୍କନ ପତ୍ରକୁ ନାକଚ କରିବା ବଦଳରେ ଗ୍ରହଣ କରିଛନ୍ତି। ସେହିପରି ବିଧାୟକ ନିଜର ଖର୍ଚ୍ଚ ତାଲିକାର ସବିଶେଷ ତଥ୍ୟ ଦାଖଲ କରି ନ ଥିବାବେଳେ ଯେଉଁ ୪ ସେଟ୍‌ ନାମାଙ୍କନପତ୍ର ଦାଖଲ କରିଛନ୍ତି ସେଥିରୁ ୩ଟିରେ ସତ୍ୟପାଠ ନାହିଁ। ଏହାବାଦ ବିଧାୟକ ନିଜ ବିରୋଧରେ ଥିବା ଫୌଜଦାରି ମାମଲା ସମ୍ପର୍କରେ ସବିଶେଷ ତଥ୍ୟ ଦେଇନାହାନ୍ତି। ତେଣୁ ଉକ୍ତ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିବାକୁ ଆବେଦନକାରୀ ପିଟିଶନରେ ନିବେଦନ କରିଛନ୍ତି। ସାନଖେମୁଣ୍ଡି ବିଧାୟକ ରମେଶ ଚନ୍ଦ୍ର ଜେନାଙ୍କ ବିରୋଧରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ପରାଜିତ ବିଜେଡି ପ୍ରାର୍ଥୀ ନନ୍ଦିନୀ ଦେବୀ। ଜେନା ସତ୍ୟପାଠରେ ଅସମ୍ପୂର୍ଣ୍ଣ ତଥ୍ୟ ପ୍ରଦାନ କରିଛନ୍ତି। ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ଯଦି ଜଣେ ପ୍ରାର୍ଥୀଙ୍କ ବିରୋଧରେ କୌଣସି ଫୌଜଦାରି ମାମଲା ରହିଥାଏ ତେବେ ସେ ଏଗୁଡ଼ିକୁ ଗଣମାଧ୍ୟମରେ ତିନି ଥର ପ୍ରଚାର ଆଉ ପ୍ରସାର କରିବା କଥା। କିନ୍ତୁ ବିଧାୟକ ଜେନା ତାହା କରିନାହାନ୍ତି। ନିହାର ରାୟ ଓ ସହିରୁଲ ହକ୍‌ଙ୍କ ପକ୍ଷରୁ ଆଡଭୋକେଟ ସିଦ୍ଧାର୍ଥ ଦାସ ମାମଲା ପରିଚାଳନା କରୁଥିବା ବେଳେ ନନ୍ଦିନୀ ଦେବୀଙ୍କ ପକ୍ଷରୁ ଆଡଭୋକେଟ ଅସିମ ଅମିତାଭ ଦାସ ଓ ସୁକାନ୍ତ ଦଳେଇ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀପଠା ଜମିରେ ବିଲ୍ଡରଙ୍କ ଆଖି: ଏନ୍‌ଜିଟି ନିର୍ଦ୍ଦେଶ ସମ୍ପର୍କରେ ଅବଗତ ନାହିଁ ରାଜସ୍ୱ ବିଭାଗ

କଟକ ସଦର, ୨୫ା୧୦ (ସୁଶାନ୍ତ କୁମାର ଜେନା): ୨୦୨୨ ମସିହାରେ କଟକ ଜିଲା କିଶନନଗର ତହସିଲ ଅନ୍ତର୍ଗତ ରଟିଲୋ ଗ୍ରାମରେ ମହାନଦୀ ପଠାରେ ଥିବା ଏକ ହନୁମାନ…

ନ୍ୟୁଜିଲାଣ୍ଡକୁ ହରାଇବା ପରେ ଏହି ୩ ଖେଳାଳିଙ୍କ ଫ୍ୟାନ୍‌ ହେଲେ ଗମ୍ଭୀର, କଲେ ସ୍ପେଶାଲ ପୋଷ୍ଟ, ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ, ୨୫।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚରେ ବିଜୟ ପରେ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଖେଳାଳିଙ୍କ ପ୍ରଶଂସାରେ ଏକ ସ୍ବତନ୍ତ୍ର…

କୋଟିଆରେ ଆନ୍ଧ୍ର ପୋଲିସକୁ କୋରାପୁଟ ବିଧାୟକଙ୍କ ବିରୋଧ: ‘ଆବଶ୍ୟକ ପଡ଼ିଲେ ଓଡ଼ିଶାର ଅନୁମତି ନେଇ ଆସ

ପଟ୍ଟାଙ୍ଗି, ୨୫ା୧୦ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ଦିନକୁ ଦିନ ସ୍ଥିତି ଜଟିଳ ହେବାରେ ଲାଗିଛି। ଏପରି…

ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା: ୨୮ରେ ଆନ୍ଧ୍ର ଉପକୂଳ ଛୁଇଁବା ଆଶଙ୍କା

ଭୁବନେଶ୍ୱର, ୨୫।୧୦ : ବଙ୍ଗୋପସାଗରରେ ସୃଷ୍ଟ ଅବପାତ କ୍ରମଶଃ ଘନୀଭୂତ ହେଉଛି। ଏହା ଶକ୍ତିଶାଳୀ ହୋଇ ଗଭୀର ଅବପାତ ଏବଂ ପରେ ଘୂର୍ଣ୍ଣିବାତ୍ୟାର ରୂପ ନେବାର ଆଶଙ୍କା…

ନବୀନଙ୍କୁ ଭେଟି ଆଶୀର୍ବାଦ ନେଲେ ବାୟାବାବା କଲେଜ ଛାତ୍ର ସଂସଦ ପ୍ରତିନିଧି , ସୁଜାତାଙ୍କ ସହ ସାକ୍ଷାତ କରି…

ମହାକାଳପଡ଼ା/କେନ୍ଦ୍ରାପଡ଼ା, ୨୫ା୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ/ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାକପଡ଼ା ବ୍ଲକ ବାୟାବାବା କଲେଜ ଛାତ୍ର ସଂସଦ ନିର୍ବାଚନରେ ନିର୍ବାଚିତ ପ୍ରାର୍ଥୀମାନେ ଶନିବାର ନବୀନ ନିବାସରେ…

ଗଛରେ କଣ୍ଟା ପିଟି ବିଜ୍ଞାପନ, ନିରବ ବନ ବିଭାଗ: ବେଧଡ଼କ ଗଛରେ ପୋଷ୍ଟର, ବିପଦରେ ବୃକ୍ଷର ସୁରକ୍ଷା

ଦାରିଙ୍ଗବାଡ଼ି, ୨୫।୧୦ (ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବନାଞ୍ଚଳରେ ଜଙ୍ଗଲ ଓ ଗାଁ ମଧ୍ୟରେ ଥିବା ମୂଲ୍ୟବାନ ବୃକ୍ଷଗୁଡ଼ିକ ଏବେ ଅସୁରକ୍ଷିତ ହୋଇପଡ଼ିଛି। ଗଛରେ କଣ୍ଟା…

ଗ୍ରାହକଙ୍କ ପାଇଁ ଜରୁରୀ ସୂଚନା: ସୋମବାର ଖୋଲିବନି ବ୍ୟାଙ୍କ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୫।୧୦: କାଲି ଅର୍ଥାତ ସୋମବାର, ୨୬ ଅକ୍ଟୋବରରୁ ଏକ ନୂଆ ସପ୍ତାହ ଆରମ୍ଭ ହେବାକୁ ଯାଉଛି। ଏପରି ପରିସ୍ଥିତିରେ ଯଦି ଆପଣ ଭାବୁଛନ୍ତି ଯେ କାଲି ବ୍ୟାଙ୍କ…

ନ୍ୟୁଜିଲାଣ୍ଡକୁ ହରାଇ ଇତିହାସ ରଚିଲା ଟିମ ଇଣ୍ଡିଆ: ବିଶ୍ୱରେ ସୃଷ୍ଟି କଲା ନୂଆ ରେକର୍ଡ, ଅଷ୍ଟ୍ରେଲିଆ-ଇଂଲଣ୍ଡ ପଡିଲେ ପଛରେ…

ନୂଆଦିଲ୍ଲୀ, ୨୫।୧୦: ଶନିବାର ନ୍ୟୁଜିଲାଣ୍ଡକୁ ଦ୍ୱିତୀୟ ଟି-୨୦ ମ୍ୟାଚରେ ୪ ଉଇକେଟ୍‌ରେ ପରାସ୍ତ କରିଛି ଭାରତ। ବ୍ୟାଟିଂରେ ତିଳକ ବର୍ମା, ନମନ ଧୀର ଓ ନୀତୀଶ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?