କେନ୍ଦ୍ରାପଡ଼ା ଅର୍ବାନ ବ୍ୟାଙ୍କରେ ଅନିୟମିତତା: ନିର୍ଦ୍ଦେଶ ଦେଲେ ରେଜିଷ୍ଟ୍ରାର

କେନ୍ଦ୍ରାପଡା ଅଫିସ, ୨୧।୯: କେନ୍ଦ୍ରାପଡା ଅର୍ବାନ ବ୍ୟାଙ୍କର ନିଯୁକ୍ତି ଓ ମୁଖ୍ୟ କାର୍ଯ୍ୟ ନିର୍ବାହୀଙ୍କ କାର୍ଯ୍ୟରେ ଅନିୟମିତତା ଦର୍ଶାଇ ସଭ୍ୟ ସ୍ମୃତିରଞ୍ଜନ ବେହେରା ଗତ ୭ ତାରିଖରେ ଭୁବନେଶ୍ୱରସ୍ଥିତ କୋଅପରେଟିଭ ସୋସାଇଟି ରେଜିଷ୍ଟ୍ରାରଙ୍କୁ ଚିଠି ଲେଖଥିଲେ। ତେବେ ଏହାର ତଦନ୍ତ ପାଇଁ ଜଏଣ୍ଟ ରେଜିଷ୍ଟ୍ରାର ଗତ ୧୬ ତାରିଖରେ ଚିଠି (ନଂ.-୨୦୦୬୦) କରିଛନ୍ତି। ଅଭିଯୋଗର ତଦନ୍ତ କରି ଆସନ୍ତା ୭ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ ପାଇଁ ଡେପୁଟି ରେଜିଷ୍ଟ୍ରାରଙ୍କୁ ଚିଠି ଯୋଗେ ନିର୍ଦ୍ଦେଶ ଦିଆଯାଇଛି। ସ୍ମୃତିରଞ୍ଜନଙ୍କ ଅଭିଯୋଗ ଅନୁଯାୟୀ, ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସୁଶିଲ କୁମାର ସାମଲ ମନମୁତାବକ କର୍ମଚାରୀ ନିଯୁକ୍ତ କରିଛନ୍ତି। ଯାହାସମବାୟ ସମିତି ନୀତି ନିୟମ ବହିର୍ଭୂତ। ନିଯୁକ୍ତ କର୍ମଚାରୀଙ୍କ ପରୀକ୍ଷା କରାଯାଇ ନଥିବା ବେଳେ ଏମାନେ ବ୍ୟାଙ୍କର ପୂର୍ବତନ ନିର୍ଦ୍ଦେଶକଙ୍କ ସମ୍ପର୍କୀୟ ବୋଲି ସୂଚନା ମିଳିଛି। ସେହିପରି ୨୦୧୩ରେ ସ୍ଥାନୀୟ ଅଞ୍ଚଳର ପ୍ରଭାସ ଚନ୍ଦ୍ର ମିଶ୍ରଙ୍କୁ ୬୫ ଲକ୍ଷ ଟଙ୍କା ଋଣ ଯୋଗାଇ ଦିଆଯାଇଥିବା ବେଳେ ଏଥିପାଇଁ ଯୋଗ୍ୟ ସିକ୍ୟୁରିଟି ରଖାଯାଇନାହିଁ। ପ୍ରଭାସଙ୍କ ଚେକ ବାଉନସ ହୋଇଥିବା ବେଳେ ଏ ନେଇ ମୁଖ୍ୟକାର୍ଯ୍ୟ ନିର୍ବାହୀ ଅଧିକାରୀ କୋର୍ଟରେ ମାମଲା ରୁଜୁ କରୁନାହାନ୍ତି। ସେହିପରି ୨୦୧୪ରେ ଏହି ଅଧିକାରୀ କେତେକ କାଗଜପତ୍ରରେ ଅନିୟମିତତା କରିଥିବା ସ୍ମୃତିରଞ୍ଜନ ଅଭିଯୋଗପତ୍ରରେ ଉଲ୍ଲେଖ କରିଛନ୍ତି। ବ୍ୟାଙ୍କ ଋଣ ପ୍ରଦାନ କ୍ଷେତ୍ରରେ ଦେବାଳିଆ ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଏହି ଘଟଣାର ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ ପାଇଁ ସ୍ମୃତିରଞ୍ଜନ ଉଲ୍ଲେଖ କରିଛନ୍ତି। ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ସାମଲଙ୍କୁ ପଚାରିବାରେ କର୍ମଚାରୀ ବ୍ୟାଙ୍କରେ କର୍ମଚାରୀ ନିଯୁକ୍ତି ହୋଇଛି। ମାତ୍ର ତଦନ୍ତ ନିର୍ଦ୍ଦେଶ ସମ୍ପର୍କରେ କିଛି ଜାଣିନାହାନ୍ତି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri