କେନ୍ଦ୍ରୀୟ ବିଦ୍ୟାଳୟରେ ଖୋଲିଲା ଏକାଦଶ ଶ୍ରେଣୀ

ନୟାଗଡ଼ ଅଫିସ,୬ା୯-ବହୁଦିନର ଦାବି ଓ ଆନ୍ଦୋଳନ ପରେ ଶେଷରେ ବୁଧବାର ବ୍ରଜେନ୍ଦ୍ର ହାଇସ୍କୁଲ ପରିସରରେ ଚାଲିଥିବା କେନ୍ଦ୍ରୀୟ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲିଛି ା ଏହାକୁ ନେଇ ଛାତ୍ରୀଛାତ୍ର ଏବଂ ଅଭିଭାବକଙ୍କ ମଧ୍ୟରେ ଆନନ୍ଦ ପ୍ରକାଶ ପାଇଥିବା ବେଳେ ଗୁରୁବାର ଠାରୁ ବିଧିବଦ୍ଧଭାବେ ପାଠପଢ଼ା ଆରମ୍ଭ ହୋଇଛି ା କେନ୍ଦ୍ରୀୟ ବିଦ୍ୟାଳୟର ଅଧ୍ୟକ୍ଷ ଏସ.ଶ୍ରୀନିବାସନ୍‌ ବୁଧବାର ଏକାଦଶ ଶ୍ରେଣୀର ଉଦ୍‌ଘାଟନ କରିଥିବା ବେଳେ ସମସ୍ତ ଛାତ୍ରୀଛାତ୍ର,ଶିକ୍ଷକ ଏବଂ ଅଭିଭାବକମାନେ ଉପସ୍ଥିତ ଥିଲେ ା ବର୍ତ୍ତମାନ କେବଳ ବିଜ୍ଞାନ ବିଭାଗରେ ଏକାଦଶ ଶ୍ରେଣୀ ଖୋଲିଥିବା ବେଳେ ନିଜସ୍ବ ଗୃହକୁ ସ୍ଥାନାନ୍ତର ପରେ ଅନ୍ୟାନ୍ୟ ବିଭାଗ ଖୋଲାଯିବ ବୋଲି ଅଧ୍ୟକ୍ଷ ପ୍ରକାଶ କରିଥିଲେ ା ଚଳିତ ବର୍ଷ ଏକାଦଶ ଶ୍ରେଣୀ ପାଇଁ ଅସ୍ଥାୟୀଭାବେ ପଦାର୍ଥ ବିଜ୍ଞାନ, ଗଣିତ, ରସାୟନ ବିଜ୍ଞାନ, ଜୀବବିଜ୍ଞାନ, ଇଂଲିଶ ଆଦି ବିଷୟରେ ଶିକ୍ଷକମାନଙ୍କୁ ନିଯୁକ୍ତି ଦିଆଯାଇଛି ା ଏକାଦଶ ଶ୍ରେଣୀ ପାଇଁ ବର୍ତ୍ତମାନ ୪୦ଟି ସିଟ ମଞ୍ଜୁର ହୋଇଛି । ଗତବର୍ଷ ଦଶମରେ ପଢ଼ୁଥିବା ୪୨ଜଣ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୨୮ଜଣ ପିଲା ଏକାଦଶରେ ନାମ ଲେଖାଇଥିବା ବେଳେ ଅନ୍ୟ ବିଦ୍ୟାଳୟରୁ ୧୨ ଜଣ ପିଲା ନାମ ଲେଖାଇଛନ୍ତି ା ଅନ୍ୟପକ୍ଷରେ କେନ୍ଦ୍ରୀୟ ବିଦ୍ୟାଳୟର ନିଜସ୍ବ ଗୃହର ନିର୍ମାଣକାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ ସାରିଥିବା ବେଳେ ବିଦ୍ୟାଳୟ ସ୍ଥାନାନ୍ତର କରିବାକୁ ଅଭିଭାବକ ସଂଘ ବିଦ୍ୟାଳୟର ଅଧ୍ୟକ୍ଷ ତଥା ଜିଲାପାଳ ଡ.ପୋମା ଟୁଡୁଙ୍କ ଦୃଷ୍ଟି ଆକର୍ଷଣ କରିବେ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ୪୫ ଜଣ ସରପଞ୍ଚ, ସମିତିସଭ୍ୟ ଉପଜିଲାପାଳଙ୍କୁ ଭେଟି…

ନୟାଗଡ,୧୮।୫( ଲୋକନାଥ ମିଶ୍ର): ନୟାଗଡ ବ୍ଲକ ଅଧ୍ୟକ୍ଷ କିଶୋର ସାହୁଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ପାଇଁ ପ୍ରସ୍ତାବ। ଗତ ୧୧ ତାରିଖରେ ବ୍ୟକ୍ତିଗତ କାରଣ ଦର୍ଶାଇ…

କିଛିଦିନ ହେଲା ଘରୁ ନିଖୋଜ ଥିଲେ ଯୁବକ, ଆଜି ଖଣିରୁ ମିଳିଲା ମୃତଦେହ, ୨ ଅଟକ

ନୟାଗଡ଼,୧୭ା୫(ଲୋକନାଥ ମିଶ୍ର): ଚାନ୍ଦପୁର ଥାନା ରାଇପଡ଼ା କ୍ରସର ନିକଟସ୍ଥ ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଯୁବକଙ୍କୁ ହତ୍ୟା କରି ଫୋପଡ଼ା ଯାଇଥିବା ସନ୍ଦେହ ଅଭିଯୋଗ। ଏହି…

ଠିକାଦାରଠାରୁ ଆଖିବୁଜା ଲାଞ୍ଚ ନେଇ ରେଡ୍‌ ହ୍ୟାଣ୍ଡ୍‌ରେ ଧରାପଡ଼ିଲେ ଯନ୍ତ୍ରୀ-ସହଯୋଗୀ, ବିଲ୍‌ କରାଇବା ପାଇଁ କହି…

ଖଣ୍ଡପଡ଼ା,୧୭ା୫: ନୟାଗଡ଼ର ଭାପୁର ଆରଡବ୍ଲ୍ୟୁ ସେକ୍ସନର କନିଷ୍ଠ ଯନ୍ତ୍ରୀ କେଶବ ସୁବୁଦ୍ଧି ଏବଂ ତାଙ୍କ ସହଯୋଗୀ ଆଶୁତୋଷ ବଳିଆରସିଂଙ୍କୁ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ନୟାଗଡ଼…

ଓଡ଼ଗାଁ ହତ୍ୟା: ସିନ୍‌ ରିକ୍ରିଏଶନରେ ପୂରା ଘଟଣା ଦେଖାଇଲେ ଅଭିଯୁକ୍ତ, ଭିଡିଓ ଦେଖିଲେ…

ନୟାଗଡ଼,୧୩ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନାଠାରୁ ପ୍ରାୟ ୨କିମି ଦୂର କଦଳୀବନ୍ଧଠାରେ ଗତ ରବିବାର ରାତିରେ ଘଟିଥିବା ଓଡ଼ଗାଁ ଖେଳପଡ଼ିଆ ସାହିର ଅଜିତ କୁମାର…

ଗୋଡ଼ାଇ ଗୋଡ଼ାଇ ଯୁବକଙ୍କୁ ହତ୍ୟା କଲେ ଖଣି ମାଫିଆ, ଶରୀରର ଅନେକ ସ୍ଥାନରେ ରହିଛି…

ନୟାଗଡ଼,୧୧ା୫(ଲୋକନାଥ ମିଶ୍ର): ମାଙ୍କଡ଼ାପଥର ଚୋରାଚାଲାଣକୁ ବିରୋଧ କରିବାରୁ ରବିବାର ବିଳମ୍ବିତ ରାତିରେ ଓଡ଼ଗାଁ ବିଜୟ ମଣ୍ଡପସାହିର ଅଜିତ ସାହୁ(୩୫)ଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଛନ୍ତି ମାଫିଆ। ଏହି…

ପଥର ଖୋଲରେ ନାବାଳକ ଫସିବା ଘଟଣାରେ ଅଗ୍ନିଶମ ଡିଜିଙ୍କ ସୂଚନା; ବୈଷୟିକ ଚ୍ୟାଲେଞ୍ଜ୍‌, ଅଜଗର ପାଖରେ…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ନାବାଳକ ଫସିବା ଘଟଣା । ଦୀର୍ଘ ୧୦ ଘଣ୍ଟା ପରେ ଆଜି ଅପରାହ୍ନରେ…

ମହୁ ସଂଗ୍ରହ କରିବାକୁ ଯାଇ ପଥରଖୋଲରେ ଫସିଗଲେ ନାବାଳକ, ପଥରସନ୍ଧିରେ ମୁଣ୍ଡ ପଶି…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ଫସିଯାଇଛନ୍ତି ଜଣେ ନାବାଳକ। ବାଉଁଶଗାଡ଼ିଆ ସ୍ଥିତ ଜଙ୍ଗଲରେ ମହୁ ସଂଗ୍ରହବେଳେ ଫସିଯାଇଛନ୍ତି। ପଥରସନ୍ଧିରେ…

ଚତୁର୍ଥୀ ପୂର୍ବରୁ ଶାଶୁ ଘରୁ କନ୍ୟାକୁ ଉଠାଇ ନେଲା ପୋଲିସ, ବର ମାରିଲା ଛୁ

ନୟାଗଡ଼, ୨।୫(ଲୋକନାଥ ମିଶ୍ର): ନୟାଗଡ଼ ଚାଇଲ୍ଡ ହେଲ୍ପ ଲାଇନ ଦ୍ୱାରା ଇଟାମାଟି ଥାନା ଅଧୀନସ୍ଥ ଡେଂଗେରାଗୋଡି ଅଞ୍ଚଳରେ ଚତୁର୍ଥୀ ପୂର୍ବରୁ ଶାଶୁଘରୁ କନ୍ୟାକୁ ଉଠାଇ ନେଲା ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri