କେନ୍ଦ୍ରୀୟ ବିଦ୍ୟାଳୟ ଛାତରୁ ଛାତ୍ରୀ ଡେଇଁପଡ଼ିବା ଘଟଣା:ଖେଳ ଶିକ୍ଷୟିତ୍ରୀ, ପ୍ରିନ୍ସିପାଲଙ୍କ ନିଲମ୍ବନ ଦାବି ତେଜିଲା

ଭୁବନେଶ୍ୱର,୮ା୧୨(ବ୍ୟୁରୋ)

ଖେଳ ଶିକ୍ଷୟିତ୍ରୀଙ୍କ ନିର୍ଯାତନାରେ ଅତିଷ୍ଠ ହୋଇ ମଞ୍ଚେଶ୍ୱର ଗାଡ଼କଣସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ-୩ର ଜଣେ ଛାତ୍ରୀ ତୃତୀୟ ମହଲା ଛାତ ଉପରୁ ଶୁକ୍ରବାର ତଳକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କର ଦୁଇ ଗୋଡ଼ ହାଡ଼ ଭାଙ୍ଗି ଯାଇଥିବାବେଳେ ମୁଣ୍ଡ, ହାତ ସମେତ ଶରୀରର ବିଭିନ୍ନ ଅଂଶରେ ଶକ୍ତ ଆଘାତ ଲାଗିଛି। ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିବାବେଳେ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବା ଜଣାପଡିଛି। ଅନ୍ୟପକ୍ଷରେ ଆହତ ଛାତ୍ରୀଙ୍କ ମା’ ପ୍ରତିମା ସାସମଲଙ୍କ ଅଭିଯୋଗକ୍ରମେ ଶିକ୍ଷୟିତ୍ରୀ ସୂର୍ଯ୍ୟମଣୀ ପଟ୍ଟନାୟକଙ୍କ ନାମରେ ମଞ୍ଚେଶ୍ୱର ଥାନାରେ ଏକ ମାମଲା ରୁଜୁ ହୋଇଛି। ପୋଲିସ ହସ୍ପିଟାଲକୁ ଯାଇ ଛାତ୍ରୀଙ୍କ ବୟାନ ରେକର୍ଡ କରିଛି। ଶିକ୍ଷୟିତ୍ରୀ ତାଙ୍କୁ ନିର୍ଯାତନା ଦେଉଥିବା ନେଇ ଛାତ୍ରୀ ଜଣକ କହିଥିବା ଥାନା ଅଧିକାରୀ ଜିତେନ୍ଦ୍ରନାଥ ସେଠୀ କହିଛନ୍ତି। ତେବେ ଏହି ଘଟଣା ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ର ଆନ୍ଦୋଳନକୁ ଓହ୍ଲାଇଛନ୍ତି। ସମ୍ପୃକ୍ତ ଖେଳ ଶିକ୍ଷୟିତ୍ରୀ ଓ ପ୍ରିନି୍ସପାଲଙ୍କ ନିଲମ୍ବନ ଦାବିରେ ଶନିବାର ସକାଳୁ ୩ଶହ ଅଭିଭାବକ ଉକ୍ତ ବିଦ୍ୟାଳୟ ପରିସରରେ ଅହୋରାତ୍ର ଧାରଣାରେ ବସିଛନ୍ତି। ନ୍ୟାୟ ନ ମିଳିବା ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲ ଅଭିଭାବକମାନେ କହିଛନ୍ତି। ସ୍କୁଲର ଅଭିଭାବକ ଓ ଶିକ୍ଷକ ସଂଘ ସଭାପତି କୃଷ୍ଣଚନ୍ଦ୍ରପତି କହିଛନ୍ତି, ଖେଳ ଶିକ୍ଷୟିତ୍ରୀ ସୂର୍ଯ୍ୟମଣୀ ପଟ୍ଟନାୟକ ବିଭିନ୍ନ ସମୟରେ ଛାତ୍ରୀଙ୍କ ଚୁଟି କାଟିଦେବା ସହ ଘଣ୍ଟାଘଣ୍ଟା ଧରି ପଡ଼ିଆରେ ପିଲାଙ୍କୁ ଆଣ୍ଠେଇ ଦିଅନ୍ତି। ଏପରି କି ପିଲାଙ୍କ ଚରିତ୍ରକୁ ନେଇ ଅସଭ୍ୟ ଭାଷାରେ ଗାଳିଗୁଲଜ କରିବା ସହ ମାଡ଼ ମାରୁଥିଲେ। ସୋସିଆଲ ମିଡିଆରେ ଫଟୋ କାହିଁକି ଛାଡୁଛ କହି ପିଲାଙ୍କୁ ମାଡ଼ ମାରୁଥିଲେ। ତେବେ ପ୍ରିନ୍ସିପାଲ ଏସବୁ ଜାଣୁଥିଲେ ମଧ୍ୟ ଶିକ୍ଷୟିତ୍ରୀଙ୍କ ଦୋଷକୁ ଘଣ୍ଟା ଘୋଡ଼ାଇବାରୁ ଆଜି ଏପରି ଘଟଣା ଘଟିଲା ବୋଲି କୃଷ୍ଣଚନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ରାଶିଫଳ ୨୦୨୬: ମେଷରୁ ମୀନ ରାଶି ପାଇଁ କିପରି କଟିବ ନୂତନ ବର୍ଷ, ସବୁ…

ନୂତନ ବର୍ଷ ନୂତନ ଆଶା ଏବଂ ନୂତନ ସୁଯୋଗ ସହିତ ଆରମ୍ଭ ହୁଏ। ଏହି ସମୟରେ ସମସ୍ତେ ଭାବନ୍ତି ଯେ ନୂଆ ବର୍ଷ କ’ଣ ହେବ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri