କେନ୍ଦ୍ରୀୟ ବିଦ୍ୟାଳୟ ଟିମ୍‌ର ସ୍ଥାନ ପରିଦର୍ଶନ

ଆନନ୍ଦପୁର,୪।୬(ସ୍ବ.ପ୍ର.): କେନ୍ଦ୍ରୀୟ ବିଦ୍ୟାଳୟର ଏକ ଟିମ୍‌ କେନ୍ଦୁଝର ଜିଲା ଆନନ୍ଦପୁରରେ ପ୍ରସ୍ତାବିତ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାନ ପରିଦର୍ଶନ କରି ଫେରିଛନ୍ତି। ଏହି ଟିମ୍‌ରେ କଟକ କେନ୍ଦ୍ରୀୟ ବିଦ୍ୟାଳୟର ଅଧ୍ୟକ୍ଷ ଅଶୋକ ମିଶ୍ର, କେନ୍ଦୁଝର କେନ୍ଦ୍ରୀୟ ବିଦ୍ୟାଳୟର ହେମନ୍ତ କୁମାର ସାହୁ କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ପ୍ରସ୍ତାବିତ ଶିଆଡିମାଳିଆର ୮ ଏକର ବିଶିଷ୍ଟ ଜାଗା ପରିଦର୍ଶନ କରିଛନ୍ତି। ଏହା ସହିତ ଅସ୍ଥାୟୀ ଭାବେ ବିଦ୍ୟାଳୟ ଚାଲୁ କରିବା ପାଇଁ ୧୦ ଲକ୍ଷ ବ୍ୟୟ ଅଟକଳରେ ନବକଳେବର କରାଯାଇଥିବା ବ୍ରିଜଛକ ସ୍ଥିତ ବ୍ରଜବନ୍ଧୁ ବିଦ୍ୟାପୀଠର ଦୁଇ ମହଲା ବିଶିଷ୍ଟ ଘର ମଧ୍ୟ ପରିଦର୍ଶନ କରିଛନ୍ତି। ଏହି ପରିଦର୍ଶନ ସମୟରେ ଆନନ୍ଦପୁର ତହସିଲଦାର ତଥା ଭାରପ୍ରାପ୍ତ ଉପଜିଲାପାଳ ତପନ କୁମାର ନାୟକ, ରାସ୍ତା ଓ ଗୃହ ନିର୍ମାଣ ବିଭାଗର ସହକାରୀ ଅଧିକାରୀ ସମୀର କୁମାର ଅଧିକାରୀ, ଆରଆଇ ସୀମା ସମନ୍ତିନୀ ସାହୁ ଉପସ୍ଥିତ ରହି କେନ୍ଦ୍ରୀୟ ବିଦ୍ୟାଳୟ ଟିମ୍‌ ସହିତ ଆଲୋଚନା କରିଛନ୍ତି।
ଅନ୍ୟପକ୍ଷରେ ପ୍ରସ୍ଥାବିତ ସ୍ଥାନର ପଟ୍ଟା ଆବେଦନ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିିଥିବା ବେଳେ ଯେତେ ଶୀଘ୍ର ସମ୍ଭବ ଆନନ୍ଦପୁର କେନ୍ଦ୍ରୀୟ ବିଦ୍ୟାଳୟକୁ କାର୍ଯ୍ୟକାରୀ କରିବା ଦିଗରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ପରିଦର୍ଶନରେ ଆସିଥିବା ଟିମ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ବୃହତ୍‌ ଷ୍ଟିଲ୍‌ ପ୍ଲାଣ୍ଟ ଭୁଲିଯାଇ ଜାହାଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri