ଛତ୍ରପୁର,୬ା୮(ଡି.ଏନ.ଏ.)-ଛତ୍ରପୁର ମିଳିତ କ୍ରିୟାନୁଷ୍ଠାନ କମିଟିର ଏକ ଜରୁରୀ ବୈଠକ ସୋମବାର ସନ୍ଧ୍ୟାରେ ସ୍ଥାନୀୟ ରିଡିଙ୍ଗ ରୁମରେ ଅନୁଷ୍ଠିତ ହୋଇଥିଲା ା ଛତ୍ରପୁରରେ ଖୋଲିବାକୁ ଥିବା କେନ୍ଦ୍ରୀୟ ବିଦ୍ୟାଳୟ ଉପରେ ଏଥିରେ ଆଲୋଚନା ହୋଇଥିଲା ା କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆବଶ୍ୟକ ଜମିର ଆଡଭାନ୍ସ ପୋଜିସନ୍କୁ ରାଜ୍ୟ ସରକାର ଅନୁମତି ଦେଇଛନ୍ତିା ଏ ନେଇ ଜିଲାପାଳଙ୍କ ନିକଟକୁ ଚିଠି ଆସିଥିବା ସୂଚନା ଦିଆଯାଇଥିଲା। କେନ୍ଦ୍ରୀୟ ବିଦ୍ୟାଳୟର ଅସ୍ଥାୟୀ କ୍ୟାମ୍ପସ ଛତ୍ରପୁରସ୍ଥିତ ଅନସ୍ଲୋ ସରକାରୀ ହାଇସ୍କୁଲର ଏକ କୋଠାରେ ଚାଲିବ ବୋଲି ପୂର୍ବରୁ ରାଜ୍ୟ ସରକାର ଅନୁମତି ଦେଇସାରିଛନ୍ତି ା ଛତ୍ରପୁର ସହରରେ କିଛି ଦିନ ହେଲା ପାଣି ସମସ୍ୟା ଲାଗି ରହିଥିବାରୁ ବୈଠକରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଏହି ସମସ୍ୟାର ସମାଧାନ ଉପରେ ଗୁରୁତ୍ୱାରୋପ କରାଯାଇଥିଲା ା ଛତ୍ରପୁର ହସ୍ପିଟାଲରେ ଡାକ୍ତର ଅଭାବ ଓ ଅନ୍ୟ ସମସ୍ୟା ଉପରେ ମଧ୍ୟ ଆଲୋଚନା ହୋଇଥିଲା ା ରବିବାର ଅଚାନକ ଛତ୍ରପୁର ଓକିଲ ସଂଘର ଏକ ପ୍ରତିନିଧି ଦଳ ହସ୍ପିଟାଲ ପରିଦର୍ଶନରେ ଯାଇଥିବା ବେଳେ ମାତ୍ର ୨ ଜଣ ଡାକ୍ତର ସ୍ବାସ୍ଥ୍ୟ ପରୀକ୍ଷା କରୁଥିବା ବହୁ ରୋଗୀ ଧାଡିରେ ଠିଆ ହୋଇ ହନ୍ତସନ୍ତ ହେଉଥିବା ଦେଖିବାକୁ ପାଇଥିଲେ ା ଡାକ୍ତର ଅଭାବ ଓ ଅନ୍ୟାନ୍ୟ ପ୍ରସଙ୍ଗ ନେଇ ମଙ୍ଗଳବାର ଏକ ପ୍ରତିନିଧି ଦଳ ଜିଲାପାଳଙ୍କୁ ଭେଟି ଆଲୋଚନା କରିବ ବୋଲି ନିଷ୍ପତ୍ତିି ହୋଇଥିଲାା ବୈଠକରେ ଛତ୍ରପୁର ନାଗରିକ କମିଟି ସଭାପତି ଗୋକୁଳ ଚନ୍ଦ୍ର ପଣ୍ଡା, ସମ୍ପାଦକ ସୁଧୀର ସାହୁ, ଓକିଲ ସଂଘ ସଭାପତି କେ. ଶିବରାମ ରେଡ୍ଡୀ, ଓକିଲ ପ୍ରଦୀପ ପାଢୀ, ପୂର୍ବତନ ବିଧାୟକ ଅଶୋକ ଚୌଧୁରୀ, ପୂର୍ବତନ ନଗରପାଳ ରାମଚନ୍ଦ୍ର ବେହେରା, ଫ୍ରପୁଲ୍ଲ ପଟ୍ଟନାୟକ, ବଡବଜାର ବ୍ୟବସାୟୀ ସଂଘ ସଭାପତି ପ୍ରଫୁଲ୍ଲ ସେନାପତି, ମହାଶକ୍ତି ବଣିକ ସଂଘ ସଭାପତି କିଶୋର ଚନ୍ଦ୍ର ସେନାପତି, ରିକାପଲ୍ଲୀ ବ୍ୟବସାୟୀ ସଂଘ ସଭାପତି ଲକ୍ଷ୍ମୀ ନାରାୟଣ ପଣ୍ଡା, ଓକିଲ ବି. ଶ୍ରୀନିବାସଙ୍କ ସମେତ ବିଭିନ୍ନ ସଙ୍ଗଠନର ସଦସ୍ୟମାନେ ଯୋଗଦେଇ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ ା
ଭଞ୍ଜନଗର ବିଧାୟକଙ୍କ ବଡ଼ ସୂଚନା, ସମସ୍ତ ହାଇସ୍କୁଲରେ ଖୋଲିବ ଯୁକ୍ତ ୨
ଭଞ୍ଜନଗର,୧୬।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ୍ ରାସ୍ତାରେ ତ୍ରିରଙ୍ଗା ମିଡ଼ିଆ ଓ ସାମାଜିକ ସଂଗଠନର କାର୍ଯ୍ୟାଳୟ ଶନିବାର ରାତିରେ ଉଦ୍ଘାଟିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…
ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍ ଚାମ୍ପିୟନ
ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…
ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…
ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…
ଦିଗପହଣ୍ଡିରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି, ଜନନାୟକ…
ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଜାତୀୟ ରାଜପଥ କଡ଼ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଶ୍ରୀ ମୁକ୍ତେଶ୍ଵର ଶୈବପୀଠ କଲ୍ୟାଣ…
ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍ ହୋଇ ଶବଦାହ କଲେ ଗ୍ରାମବାସୀ
ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା…
ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…
ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…
‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’
ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…
ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…
ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…
Archives

