କେନ୍ଦ୍ରୀୟ ବିଦ୍ୟାଳୟ ସମୂହର ଇ-କ୍ଲାସ୍‌ରୁମ୍‌ ଲୋକାର୍ପିତ, ୧୮୪ ଶ୍ରେଣୀଗୃହ ହେଲା ସ୍ମାର୍ଟ କ୍ଲାସ୍‌ରୁମ୍‌

ଭୁବନେଶ୍ୱର, ୧୫।୯(ବ୍ୟୁରୋ): କେନ୍ଦ୍ରୀୟ ବିଦ୍ୟାଳୟ ସମୂହର ଇ-କ୍ଲାସରୁମ୍‌କୁ ଶନିବାର ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲୋକାର୍ପିତ କରିଛନ୍ତି। ଓଏନ୍‌ଜିସି ସହାୟତାରେ ଦେଶରେ ମୋଟ ୮କୋଟି ଟଙ୍କା ବ୍ୟୟରେ ପ୍ରାୟ ୪୦୦ଟି ଶ୍ରେଣୀଗୃହ ଇ-କ୍ଲାସରୁମ୍‌ ଲୋକାର୍ପଣ କରାଯାଇଛି। ଏଥିମଧ୍ୟରୁ ଓଡ଼ିଶାରେ ୪କୋଟି ଟଙ୍କା ବ୍ୟୟରେ କଟକ ଓ ଭୁବନେଶ୍ୱରର ୮ଟି କେନ୍ଦ୍ରୀୟ ବିଦ୍ୟାଳୟର ୧୮୪ଟି ଶ୍ରେଣୀଗୃହ ରହିଛି। ଫଳରେ କଟକ, ଭୁବନେଶ୍ୱର ଓ ଜଟଣୀର କେଭିର ଛାତ୍ରୀଛାତ୍ରମାନେ ସ୍ମାର୍ଟ କ୍ଲାସରୁମ୍‌ ଓ ଅନ୍ୟାନ୍ୟ ସୁବିଧା ଆଧାରରେ ନିଜକୁ ଶ୍ରେଷ୍ଠ ପ୍ରମାଣ କରିବାରେ ସଫଳ ହେବେ ବୋଲି ଧର୍ମେନ୍ଦ୍ର ଦୃଢୋକ୍ତି ପ୍ରକାଶ କରିଛନ୍ତି। ଛାତ୍ରୀଛାତ୍ରଙ୍କୁ ଉଦ୍‌ବୋଧନ ଦେଇ ସେ କହିଛନ୍ତି ଯେ, ବିଦ୍ୟା ଦାନଠାରୁ ପୁଣ୍ୟ କାମ କିଛି ନାହିଁ। ବିଦ୍ୟା ଏକ ତତ୍ତ୍ୱ, ବିଜ୍ଞାନ ଓ ସଂସ୍କାର ଅଟେ। ବିଦ୍ୟାକୁ ଯେ ଅଧ୍ୟୟନ କରି ନୂଆ ପିଢ଼ିକୁ ପହଞ୍ଚାଇବାଠାରୁୁ ବଳି ପୁଣ୍ୟ କାମ କିଛି ନାହିଁ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି। ଦେଶରେ ପ୍ଲାଷ୍ଟିକ୍‌ ବର୍ଜନ ଓ ଜଳ ସଂରକ୍ଷଣ କରିବାର ଆବଶ୍ୟକତା ରହିଛି। ଏହିଭଳି ନୂଆ ନୂଆ ଦିଗରେ ଦେଶକୁ ଏକାଠି କରିବାକୁ ହେବ ବୋଲି ସେ ଗୁରୁତ୍ୱାରୋପ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ, ଜଟଣୀ ବିଧାୟକ ସୁରେଶ ଚନ୍ଦ୍ର ରାଉତରାୟ, ରାଜ୍ୟ ସଭା ସଦସ୍ୟ ଅଶ୍ୱିନୀ ବୈଷ୍ଣବ, ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୌମ୍ୟ ହତ୍ୟା ମାମଲା: ଝାରପଡ଼ା ଜେଲ୍‌ରେ ୨୦ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଭୁବନେଶ୍ୱର, ୭।୭: ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାର ତଦନ୍ତକୁ ଆହୁରି ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ଏହି କ୍ରମରେ କ୍ରାଇମବ୍ରାଞ୍ଚର ଦୁଇଜଣିଆ ଟିମ୍‌ ଆଜି ଭୁବନେଶ୍ୱର ଝାରପଡ଼ା ସ୍ପେସିଆଲ୍‌…

କୋରାପୁଟ ଷ୍ଟେଶନରେ ପହଞ୍ଚିଲା ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌: ଭବ୍ୟ ସ୍ବାଗତ କଲେ ବିଧାୟକ, ଜନସାଧାରଣ

କୋରାପୁଟ, ୭।୭ (ଅମିତାଭ ବେହେରା): ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟାଇ ମଙ୍ଗଳବାର ସକାଳେ ପୁରୀ-କୋରାପୁଟ ସ୍ବତନ୍ତ୍ର ଟ୍ରେନ୍‌ କୋରାପୁଟ ରେଳ ଷ୍ଟେଶନରେ ପହଞ୍ଚିଛି। ସକାଳ ୮ଟା…

ଆଇଆଇସି ବିଉଟି ମହାନ୍ତି ଆତ୍ମହତ୍ୟା ମାମଲା: ସନ୍ଦେହ ଘେରରେ ଏଏସ୍‌ଆଇ

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):କଟକ ଚାଉଳିଆଗଞ୍ଜ ଥାନା ଆଇଆଇସି ଭାବେ କାର୍ଯ୍ୟରତ ମହିଳା ପୋଲିସ ଅଧିକାରୀ ବିଉଟି ମହାନ୍ତିଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରହସ୍ୟ ବଢ଼ିବାରେ ଲାଗିଛି। ଦିନ ଗଡ଼ିବା…

ଏହି କାରଣରୁ ହୋଇଛି ବିଉଟି ମହାନ୍ତିଙ୍କ ମୃତ୍ୟୁ, ଆସିଲା ଚାଉଳିଆଗଞ୍ଜ ଥାନା IICଙ୍କ ପୋଷ୍ଟମର୍ଟମ ରିପୋର୍ଟ

କଟକ,୭।୭: ଚାଉଳିଆଗଞ୍ଜ ଥାନା IIC ବିଉଟି ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ ରିପୋର୍ଟ । ତେବେ ଶ୍ବାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଥିବା ନେଇ ରିପୋର୍ଟରେ ଉଲ୍ଲେଖ କରାଯାଇଛି…

ବିଳମ୍ବିତ ରାତିରେ ରାସ୍ତାରୁ ଖସିଗଲା ବାଇକ୍, ଯୁବକଙ୍କ ଉପରେ ପଡ଼ିଗଲା…

କେନ୍ଦ୍ରାପଡ଼ା,୭।୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ କଜଳା ରାସ୍ତାରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଜଣେ ଅଚିହ୍ନା…

ମାଛ ଧରିବାକୁ ଯାଇ ବୈତରଣୀ ନଦୀରେ ଭାସିଗଲେ ଯୁବକ, ତାପରେ….

ପାଟଣା,୭।୭(ବୀର କିଶୋର ଦାଶ): ମାଛ ମାରିବାକୁ ଯାଇ ବୈତରଣୀ ନଦୀ ମୁହାଣରେ ଭାସି ଜଣେ ଯୁବକ ନିଖୋଜ ହୋଇଛନ୍ତି । ନିଖୋଜ ଯୁବକ ହେଉଛନ୍ତି ଟାଙ୍ଗରପଡ଼ା ପଂଚାୟତ…

ଚାକିରି ଛାଡ଼ି ଏବେ ଏହି କାମ କରିବେ ଡିସିପି ଜଗମୋହନ ମୀନା! ଜାଣନ୍ତୁ କେମିତି ଗ୍ରହଣ ହୁଏ ଆଇପିଏସ୍‌ ଅଧିକାରୀଙ୍କ ଇସ୍ତଫା:

ଭୁବନେଶ୍ୱର,୭।୭(ତ୍ରିନାଥ ମହାନ୍ତି):୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ତଥା ଭୁବନେଶ୍ୱର ଡିସିପି ଜଗମୋହନ ମୀନା ସରକାରୀ ଚାକିରି ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ପୋଲିସ ଡିଜିଙ୍କ ମାଧ୍ୟମରେ ରାଜ୍ୟ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri